Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ସକାଳୁ ବନ୍ଧୁଙ୍କ ସାହାଯ୍ୟରୁ କାର୍ଯ୍ୟସିଦ୍ଧି ଘଟିବ। ଅଶ୍ୱିନୀ ନକ୍ଷତ୍ର ପାଇଁ ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ର କରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ ବନ୍ଧୁଙ୍କ ସହଯୋଗରେ କରିପାରନ୍ତି। ଅଫିସ୍‌ରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ବାହାରକୁ ଯିବା ସମୟକୁ ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ଉପରିସ୍ଥଙ୍କ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା, ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ଅବଶ୍ୟ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଦୂର ସମ୍ପର୍କୀୟଙ୍କଠାରୁ ସୁଖବର ଆସିବ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ ଯାହା ପାଇଁ କିଛି କରିବେ, ତାହାଠାରୁ ପ୍ରତିବଦଳରେ କିଛି ପାଇବେ ନାହିଁ। ଭ୍ରମଣ କାଳରେ ପଦସ୍ଥଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଆଜି ହଠାତ୍‌ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ଈର୍ଷା ପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
କର୍ମକ୍ଷେତ୍ର ଓ ସମସ୍ୟା ସମାଧାନ ଦିଗରେ ବନ୍ଧୁ ସାହାଯ୍ୟ କରିବେ। ସ୍ବାତୀ ନକ୍ଷତ୍ରଜାତ ବ୍ୟକ୍ତିମାନଙ୍କର ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଅଫିସ୍‌ ଭିତରେ କିମ୍ବା ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସକାଳୁ ଅଫିସ କାମରେ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ, ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। ଜ୍ୟେଷ୍ଠା ନକ୍ଷତ୍ର ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ। ସନ୍ତାନଙ୍କ ଚିନ୍ତା ଦୂର ହେବ।
ଧନୁ
ଧନୁ
ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆମତ୍ୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ।
ମକର
ମକର
ଆଜି ଅପରାହ୍ନରେ ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ ଭାବେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣରେ ରଖିଲେ ଉପକାର ମିଳିବ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ନତୁବା କିଛି ଜିନିଷ ହରାଇବାକୁ ପଡ଼ିପାରେ। ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri