Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ମନରେ ଅତୀତ ଘଟଣାଗୁଡ଼ିକ ଭାବାନ୍ତର ସୃଷ୍ଟି କରିବ। କର୍ମକ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି।
ବୃଷ
ବୃଷ
ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଜଗିରଖି ଚଳନ୍ତୁ,ଅନ୍ୟଥା ସମସ୍ୟା ବଢି ବଢି ଯିବ। ସଭାସମିତି, ଚୁକ୍ତିପତ୍ର, ରାଜନୀତି, କଳାମତ୍କ ଦିଗରୁ ପ୍ରଶଂସିତ ହେବେ। ଫେରିବା ବାଟରୁ କିଛି ନୂତନ ଜିନିଷ ଆଣିବା ସକାଶେ ମନ ବଳାଇବେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ ଓ ସୁଖ, ସମ୍ମାନ ଲାଭ କରିବେ। ବନ୍ଧୁମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ପ୍ରିୟଜନଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରି କାମ ହାସଲରେ ସମର୍ଥ ହେବେ। ଆର୍ଥିକ ଅନଟନ କେତେକ ସମସ୍ୟା ସୃଷ୍ଟି କରିପାରେ।
କର୍କଟ
କର୍କଟ
ଯେତେ ଚେଷ୍ଟା କଲେ ମଧ୍ୟ ସୁବିଧାରେ କାମ ହାସଲ କଷ୍ଟକର ହୋଇପଡିବ। ଆଜି ବାକି ପଡିଥିବା ଅର୍ଥ ଲାଭ ଅବଶ୍ୟମ୍ଭାବୀ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ଅନ୍ୟମାନଙ୍କର ସହଯୋଗ ପାଇବେନି। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିବେ।
ସି˚ହ
ସି˚ହ
ଗତକାଲି ରାତିରୁ ଖୋଜୁଥିବା ଜିନିଷ ଆଜି ସହଜରେ ଓ ସୁବିଧାରେ ପାଇଯିବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିତି ଏକପ୍ରକାର ଭଲ ରହିବ। କର୍ମକ୍ଷେତ୍ରରେ ପ୍ରିୟଜନମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବ୍ୟବସାୟରେ ଭଲ ବିକାକିଣା ହେବାରୁ ମନ ଖୁସି ହୋଇଯିବ।
କନ୍ୟା
ଆଜି ଅନ୍ୟମନସ୍କତା କାରଣରୁ ଭୁଲ୍‌ବଶତଃ ଘରେ ଟଙ୍କା ଛାଡିଦେଇ ବାଟରେ ହଇରାଣ ହେବାକୁ ପଡିପାରେ। ଆକସ୍ମିକ ସମସ୍ୟାରେ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ କାମଗୁଡିକ ମଧ୍ୟ ତ୍ୱରାନ୍ବିତ ହୋଇପାରିବ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ରାଜନୀତିରେ ବ୍ୟସ୍ତତା ଦୂର ହୋଇଯିବ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବିଛା
ବିଛା
ବହୁତ ଦିନରୁ ରହି ଆସିଥିବା ଅପୂରଣୀୟ ଅଭିଳାଷ ପୂରଣ ହେବା ସକାଶେ ରାସ୍ତା ଖୋଲି ଯିବ। ନୂତନ କାମରେ ପ୍ରବେଶ କରିବେ ଓ ସଫଳତା ମଧ୍ୟ ପାଇବେ। ଆର୍ଥିକ ଉନ୍ନତି ଘଟିବ ଓ କାରବାର ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
କୌଣସି ପ୍ରକାର ଅସୁବିଧା ନ ହୋଇ କାମଟି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ପ୍ରଶାସନ, ରାଜନୀତି, ସଂଗଠନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ମକର
ମକର
ଆନୁଷ୍ଠାନିକ କାମ ସକାଶେ ପ୍ରସ୍ତୁତିପର୍ବ ଶେଷ ହେବାକୁ ଲାଗିବ। ବନ୍ଧୁ ଗହଣରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି ଓ ଲେଖାପଢାରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରି ନେବେ।
କୁମ୍ଭ
କୁମ୍ଭ
ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲା ଓ ସଭାସମିତିରେ ସୁଫଳ ପାଇବେ।
ମୀନମୀନ

ଯାହାକିଛି ପାରିବାରିକ ଅଶାନ୍ତି ଓ ସମସ୍ୟା ଲାଗିରହିଛି ଆଜି ସେଥିରେ ବିଶେଷ କିଛି ଅସୁବିଧା ହେବ ନାହିଁ। ବ୍ୟବସାୟ ଓ ପରିବହନ ପ୍ରଭୃତି ବିଭିନ୍ନ ଦିଗରୁ ଲାଭବାନ ହେବେ। ରପ୍ତାନି ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପିତୃ ଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?