Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଯାତ୍ରାକାଳୀନ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ଖୁସିରେ ବିତାଇବେ। ଜମିଜମା, ଗାଡିମୋଟର, କରଜ ଟଙ୍କାପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଲାଗିପାରେ। ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ସକାଶେ ସ୍ୱାର୍ଥହାନି ଆଶଙ୍କାରେ ନିଜ ଲୋକ ଦୂରେଇ ଯିବେ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ସମ୍ପର୍କୀୟଙ୍କ ସହାନୁଭୂତି ଲାଭକରି ଆଶ୍ୱସ୍ତି ଅନୁଭବ କରିବେ। ହିତୈଷୀମାନଙ୍କ ସହଯୋଗରେ ପୂର୍ବପରିକଳ୍ପିତ ନୂତନଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। କୃତ୍ତିକା ନକ୍ଷତ୍ର ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଭୁଲ୍‌ ବୁଝାମଣାରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟରେ ଅସୁବିଧା ନ ହେଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ। ମୃଗଶିରା ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ମାନସିକ ଶିଥିଳତାଜନିତ କାର୍ଯ୍ୟରେ ବିଳମ୍ବ ଘଟିଲେ ମଧ୍ୟ ଆର୍ଥିକ ସ୍ଥିତି ମଜଭୁତ ରହିବ। ପୁନର୍ବସୁ ନକ୍ଷତ୍ର ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଆଇନଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଆପଣଙ୍କ ନିଷ୍ପତ୍ତିକୁ ଭୁଲ୍‌ ପ୍ରମାଣିତ କରାଇପାରନ୍ତି। ମଘା ନକ୍ଷତ୍ର କିଛି କହିବା ଓ କରିବା କ୍ଷେତ୍ରରେ ଭାବିଚିନ୍ତି ପଦକ୍ଷେପ ନେବା ଭଲ। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାତ୍ମକ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବାର ପରିବେଶ ସୃଷ୍ଟି ହେବ।
କନ୍ୟା
ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ର ଅର୍ଥ ସାଙ୍ଗକୁ ସାମାଜିକ ସମ୍ମାନ ଓ ପ୍ରତିଷ୍ଠାଲାଭ କରିବେ। ଆଜି ଯାହା ପାଇବାକୁ ଆଶା ରଖିଛନ୍ତି ତାହା ନିଶ୍ଚୟ ପାଇପାରିବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପରିବାରରେ ପିଲାଙ୍କ କାର୍ଯ୍ୟକଳାପରୁ ମନସ୍ତାପ କରିପାରନ୍ତି।
ତୁଳା
ତୁଳା
ଆଶା ଓ ଅଭିଳାଷ ପୂରଣ କରିବାରେ ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରୁ ଆଜିର ଫେରନ୍ତା ରାସ୍ଥାରେ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ। ଚିତ୍ରା ନକ୍ଷତ୍ର ଦୀର୍ଘଦିନରୁ ଲାଗି ରହିଥିବା କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ।
ବିଛା
ବିଛା
ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ ଆଜି ଦୂରଯାତ୍ରା କରିବାକୁ ପଡ଼ିପାରେ। ଜ୍ୟେଷ୍ଠା ନକ୍ଷତ୍ର ବ୍ୟବସାୟ, ପରିବହନ, ଶିଳ୍ପ ଓ ବାଣିଜ୍ୟ କ୍ଷେତ୍ରରୁ ସନ୍ତୋଷଜନକ ଫଳ ପାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।
ଧନୁ
ଧନୁ
ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଆଜିର କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ବଜନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ଉତ୍ତରାଷାଢ଼ା ନକ୍ଷତ୍ର ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ କାମ ଅଟକି ରହିବ ନାହିଁ। କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ ଗୁଜବ ଶୁଣିବା ପରେ ମନରେ ଦୁର୍ଭାବନା ସୃଷ୍ଟି ହୋଇପାରେ। ଶ୍ରବଣା ନକ୍ଷତ୍ର କିଛିଟା ସ୍ବାର୍ଥତ୍ୟାଗ କରିବା ଦ୍ୱାରା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟାଇପାରିବେ।
କୁମ୍ଭ
କୁମ୍ଭ
ଆଜି ଶତଭିଷା ନକ୍ଷତ୍ର କର୍ମାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ଲାଗି ଆଶ୍ୱସ୍ତି ଅନୁଭବ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଅନୁକୂଳ ରହିବ।
ମୀନମୀନ

ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ଭଲ ସମ୍ପର୍କ ରଖୁ ନ ଥିବା ବନ୍ଧୁ ସମସ୍ୟା ସମାଧାନ ବଦଳରେ ବଢ଼ାଇଦେବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?