Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହେବ। ବନ୍ଧୁଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଂଗଠନ, କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ପିଲାମାନେ ଆପଣଙ୍କୁ ସାହାଯ୍ୟ କରିବାରେ କୁଣ୍ଠା ପ୍ରକାଶ କରିବେ। ପ୍ରକାଶନ, ପ୍ରଶାସନ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବାର ଆଶା ରହିଛି। ରାଜନୀତି, ଆଇନ ଓ ଅଦାଲତ କ୍ଷେତ୍ରରେ ଦୃଢ଼ ସମର୍ଥନ ଅବ୍ୟାହତ ଯୋଗୁ ଆଗେଇ ଯାଇପାରନ୍ତି।
ମିଥୁନ
ମିଥୁନ
ଷଷ୍ଠଚନ୍ଦ୍ର ପ୍ରଭାବରୁ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ସହ ଆର୍ଥିକ, ପାରିବାରିକ, ସାମାଜିକ ସ୍ଥିତି ଦୁର୍ବଳ ରହିବ। ବ୍ୟସ୍ତତା ହେତୁ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। କର୍ମକ୍ଷେତ୍ରରେ କଡ଼ା ଭାଷା ପ୍ରୟୋଗ କଲେ ଶତ୍ରୁତା ଅର୍ଜନ କରିବେ। ଯେଉଁ କ୍ଷେତ୍ରରେ ଯାହାକି ବିଚାର କରିବେ, ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯାଇପାରେ।।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତିରୁ ପାରିବାରିକ ଓ କର୍ମକ୍ଷେତ୍ରରେ ଆଶା କରୁଥିବା କାମ ବାଧାପ୍ରାପ୍ତ ହେବନାହିଁ। ଜମିଜମା, ଯାନବାହନ, କଳକବ୍‌ଜା ଓ ଲୋକସମ୍ପର୍କ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କଳା, ସାହିତ୍ୟ, ଗବେଷଣା, ବାଣିଜ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି କରିପାରନ୍ତି।
ସି˚ହ
ସି˚ହ
ଆଜି କଲ୍ୟାଣ ଚନ୍ଦ୍ରଜନିତ ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି କାମ କଲେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ହେତୁ ଅନୁକୂଳ ପରିସ୍ଥିତି ସୃଷ୍ଟିହେବାର ସମ୍ଭାବନା ରହିଛି। ଅର୍ଥ ସମ୍ବନ୍ଧୀୟ କଥାବାର୍ତ୍ତା ଏବଂ ଶିଳ୍ପ, ବାଣିଜ୍ୟ, ବ୍ୟବସାୟିକ ସ୍ଥିତି ପୂର୍ବଭଳି ରହିବ।
କନ୍ୟା
ଚନ୍ଦ୍ରଙ୍କ ସ୍ଥିତିରୁ ପାରିବାରିକ ଜୀବନରେ ଅଶାନ୍ତି ସୃଷ୍ଟି ହେବ। ପାରିବାରିକ ସ୍ତରରେ ଅବଶ୍ୟ ବିଳାସୋପକରଣ କ୍ରୟ କରିବେ ଓ ଭ୍ରମଣସୁଖ ପାଇପାରନ୍ତି। ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ନତୁବା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ।
ତୁଳା
ତୁଳା
ଦ୍ୱିତୀୟସ୍ଥ ଚନ୍ଦ୍ରଜନିତ ଯେମିତି ଚିନ୍ତାକରିବେ ସେହି ଅନୁଯାୟୀ କାମ ହୋଇଯିବ। ଖଳଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅତ୍ୟଧିକ କଡ଼ା ଓ ମସଲାଯୁକ୍ତ ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟହାନି ଘଟିବାର ସମ୍ଭାବନା ରହିଛି। ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ବିଛା
ବିଛା
ରାଶିରେ ଚନ୍ଦ୍ର ପ୍ରଭାବଜନିତ ବିଭିନ୍ନ କାରଣରୁ ମନ ଭଲ ରହି ନ ପାରେ। ଆପଣଙ୍କ ନୀରବତାକୁ ସମ୍ପର୍କୀୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ। ଲେଖା ପଢ଼ାରୁ, କଳା, ସାହିତ୍ୟ, ସଙ୍ଗୀତରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ସତର୍କତା ଅଭାବରୁ କିମ୍ବା ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
ଧନୁ
ଧନୁ
ବୃହସ୍ପତି ପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବ କିନ୍ତୁ ଚନ୍ଦ୍ର ହେତୁକ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆପଣଙ୍କ ଲୋକ ପ୍ରିୟତା ପଡ଼ୋଶୀଙ୍କ ଈର୍ଷାପରାୟଣତାକୁ ବଢ଼ାଇବ। କର୍ମକ୍ଷେତରେ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ।
ମକର
ମକର
ଏକାଦଶସ୍ଥ ଚନ୍ଦ୍ର ଯୋଗୁ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ। କିନ୍ତୁ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠା ଆଶା ରହିଛି। ପ୍ରଶାସନ ଓ ଆନୁଷ୍ଠାନିକ କର୍ମ ସମ୍ପର୍କିତ ଆଲୋଚନାରେ ଟେନ୍‌ସନ କମିଯିବ।
କୁମ୍ଭ
କୁମ୍ଭ
ଶନି ଦୃଷ୍ଟ ଚନ୍ଦ୍ର ହେତୁ କର୍ମକ୍ଷେତ୍ରର ସମସ୍ୟା ମନକୁ ବିଚଳିତ କରିବାର ଆଶଙ୍କା ଦେଖାଦେବ। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାଜନିତ ପାରିବାରିତକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। କଚେରୀ ମାମଲା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବା ଆଶଙ୍କା ରହିଛି।
ମୀନମୀନ

ରାଶ୍ୟାଧିପତିଙ୍କ ପ୍ରଭାବରେ ସ୍ବାସ୍ଥ୍ୟ ଠିକ୍‌ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ। ସଭାସମିତିରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ଘରେ ମଧ୍ୟ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ିହେବନାହିଁ। ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri