Posted inRasifala

ରାଶିଫଳ: ସୋମବାର, ଏପ୍ରିଲ୍‌ ୨୬ ତାରିଖ – Daily Horoscope

ମେଷ
ଆଜି ମଙ୍ଗଳ କୌଣସି ଗ୍ରହର ଦୃଷ୍ଟିପଥାରୂଢ଼ ନ ହେଉଥିବାରୁ ସ୍ବାସ୍ଥ୍ୟ ଯେମିତି ଭଲ ରହିବ ତାହାଠାରୁ ମନ ମଧ୍ୟ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ ଆଦର, ସ୍ନେହ, ସଦିଚ୍ଛା ଲାଭ କରି ଦୁଃଖକୁ ଦୂରେଇଦେବେ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଶନିଙ୍କ କ୍ରୂର ଦୃଷ୍ଟିରେ ପାରିବାରିକ ସ୍ଥିତି ଭଲ ରହିବ ନାହିଁ।
ବୃଷ
ବୃଷ
ଶାରୀରିକ ସୁସ୍ଥତା ରହିଲେ ମଧ୍ୟ କର୍ମଜଞ୍ଜାଳ ଦିନଟିକୁ ବ୍ୟସ୍ତତା ମଧ୍ୟରେ ଅତିବାହିତ କରାଇବ। କୋଣଭାବସ୍ଥ ଚନ୍ଦ୍ରଙ୍କ ଯୋଗୁଁ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। ସଭାସମିତି, କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ପାରିବାରିକ ଜୀବନ କେତେକାଂଶରେ ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ସାମାଜିକ, ରାଜନୈତିକ ଓ କର୍ମକ୍ଷେତ୍ର ସକାଶେ ଦିନଟି ବହୁତ ଶୁଭଙ୍କରୀ ହେବ। ଶନିଙ୍କ ଦୃଷ୍ଟିରୁ ଆର୍ଥିକ ଦୁରବସ୍ଥା ମାନସିକ ସ୍ଥିତିକୁ ସାମାନ୍ୟ ବିଗାଡ଼ିପାରେ। ସକାଳୁ ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବ୍ୟସ୍ତ ହୋଇ ପଡ଼ିବେ। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ ବରଂ ସମାଲୋଚିତ ହେବେ।
କର୍କଟ
କର୍କଟ
ଆଜି ଗୁରୁ ଓ ଚନ୍ଦ୍ରଙ୍କ ଷଷ୍ଟାଷ୍ଟମ ଯୋଗ ପ୍ରଭାବରୁ ମନ ମୁତାବକ କାମ ହୋଇପାରିବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁ ସମ୍ପର୍କ ଓ ଯୋଗାଯୋଗ କ୍ଷେତ୍ରରେ ସଫଳ ହେବେ। ଶନିଙ୍କ କୁପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ସାଙ୍ଗକୁ ପଛବୁଦ୍ଧିଆ ଭଳି କାମକରି ଅନୁତାପ କରିବେ। ସମ୍ପର୍କୀୟଙ୍କ କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନୀରବଦ୍ରଷ୍ଟା ଭାବରେ ପଛେଇ ରହିବେ। ଆପଣଙ୍କର ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପରୋକ୍ଷରେ ସମାଲୋଚନାରେ ଭାଗ ନେଇପାରନ୍ତି। ପ୍ରତ୍ୟେକ କଥାକୁ ପଛରେ ପକାଇ ପାରିବାରିକ କ୍ଷେତ୍ରକୁ ପୂର୍ବବତ୍‌ ସୁସ୍ଥ ରଖି ପାରିବେ। ଶାରୀରିକ ସୁସ୍ଥତା ଫେରିପାଇବେ ଏବଂ ଅର୍ଥସଂକଟ ଦୂରୀଭୂତ ହୋଇଯିବ।
କନ୍ୟା
ମଙ୍ଗଳଜନିତ କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମିତବ୍ୟୟିତା ଗୁଣ ଯୋଗୁ ଅନାବଶ୍ୟକ ଜନିଷଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ। ପାରିବାରିକ ସ୍ଥିତି ବିଶେଷ ଗୁରୁତର ଆକାର ଧାରଣ କରିବ ନାହିଁ। ସମ୍ପର୍କୀୟମାନେ ଆଗରେ କିଛି ନ କହିଲେ ମଧ୍ୟ ପଛରେ ଶ୍ରୁତିକଟୁ କଥା କହିପାରନ୍ତି।
ତୁଳା
ତୁଳା
ମଙ୍ଗଳଙ୍କ ଦୁର୍ବଳତାରୁ କିଛି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ଠିକଣା ସମୟରେ ଦୂରେଇ ରହିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଉପରିସ୍ଥ ଅଫିସର ଭୁଲ୍‌ ବୁଝିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଭିନ୍ନ ପ୍ରତିବନ୍ଧକ ଦେଖା ଦେଇପାରେ। ଆନୁଷ୍ଠାନିକ କାମ, ସଭାସମିତି, ସତ୍‌ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ।
ବିଛା
ବିଛା
ଶନିଙ୍କ ସୁପ୍ରଭାବରେ ପରିବାରର ବ୍ୟତିକ୍ରମକୁ ସୁଧାରିବା ଦୁରୂହ ହୋଇପଡ଼ିବ। ପୂର୍ବରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ବିଶାଖା ନକ୍ଷତ୍ର ମାନସିକ ସନ୍ତୁଳନ ହରାଇବା କାରଣରୁ ଦିନଟି ବିଶେଷ ଉପଭୋଗ୍ୟ ନ ହୋଇପାରେ। କିଣାବିକା କ୍ଷେତ୍ରରେ ସତର୍କ ନ ରହିଲେ ଠକାମିରେ ପଡ଼ିପାରନ୍ତି।
ଧନୁ
ଧନୁ
ପ୍ରତିକୂଳ ସମୟ ହେତୁ ନିଜର ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ। ସନ୍ଦେହ, ଅବିଶ୍ୱାସ ଓ ଭୁଲ୍‌ ବୁଝାମଣା ହେତୁକ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିପାରେ। କିନ୍ତୁ ଆଧ୍ୟାତ୍ମିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସାମାଜିକ, ସୃଜନାମତ୍କ କାମରେ ଉନ୍ନତମାନର ଫଳ ମିଳିବ।
ମକର
ମକର
ଭାଗ୍ୟସ୍ଥ ଚନ୍ଦ୍ର ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା, ନୂତନ କର୍ମାରମ୍ଭ, ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ କ୍ଷେତ୍ର ବହୁତ ଭଲ ରହିବ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ପାଇପାରିବେ। ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ବକେୟା ଆଦାୟରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ସୁପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ର ସୁନ୍ଦର ଓ ସାବଲୀଳ ରହି ପ୍ରୀତିପ୍ରଦ ହେବ। ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାରାଦି କ୍ରୟ କରିବାର ସୁଯୋଗ ଜୁଟିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପକ୍ଷପାତିତାକୁ ଆଧାର କରି କିମ୍ବା ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ଆଜି ଆପଣଙ୍କର ବନ୍ଧୁମିଳନ ସାଙ୍ଗକୁ ଏକାଧାରରେ ଅର୍ଥ, ସମ୍ମାନ ଓ ପ୍ରଶଂସାର ପାତ୍ର ବନିଯିବେ। ଆପଣଙ୍କ ବାସ୍ତବବାଦୀ ଚିନ୍ତାଧାରା ଓ ରୋକ୍‌ଠୋକ୍‌ କଥା ବିଜ୍ଞ ବ୍ୟକ୍ତିମାନଙ୍କ ଦ୍ୱାରା ଗ୍ରହଣୀୟ ହେବ। ସଭାସମିତି, ଆଲୋଚନା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?