Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ଦୁଃଖ ଦୂର କରିଦେବ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଶନିଙ୍କ କ୍ରୂର ଦୃଷ୍ଟିରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଶାରୀରିକ ସୁସ୍ଥତା ରହିଲେ ମଧ୍ୟ କର୍ମଜଞ୍ଜାଳ ଦିନଟିକୁ ବ୍ୟସ୍ତତା ମଧ୍ୟରେ ଅତିବାହିତ କରାଇବ। ଆଜି ଦିନଟିରେ ବହୁତଗୁଡ଼ିଏ କାମ ହାତକୁ ନେଇ ବ୍ୟସ୍ତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। ସଭାସମିତି, କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଆଜି ଆର୍ଥିକ, ସାମାଜିକ ଓ କର୍ମକ୍ଷେତ୍ର ସକାଶେ ଦିନଟି ଶୁଭଙ୍କରୀ ହେବ। ମଧୁର ବ୍ୟବହାର, ସୌଜନ୍ୟ ଓ ସୌହାର୍ଦ୍ଦ୍ୟତା ଦ୍ୱାରା ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ। ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବ୍ୟସ୍ତ ହୋଇପଡ଼ିବେ। ପାରିବାରିକ ସ୍ତରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ଆଜି ଉନ୍ନତ ଚିନ୍ତା, ସୁପରିକଳ୍ପିତ ଯୋଜନା ଏବଂ ପ୍ରତିବନ୍ଧକ ବିହୀନ କାର୍ଯ୍ୟରୁ ଖୁସି ରହିବେ। ପ୍ରତ୍ୟେକ କ୍ଷେତ୍ରରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ଆକର୍ଷଣୀୟ ଭାବମୂର୍ତ୍ତି ପଦସ୍ଥ ବ୍ୟକ୍ତି ବିଶେଷ ଓ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ଆଦୃତି ଲାଭ କରିବ।
ସି˚ହ
ସି˚ହ
କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନ ନେଇ ପଛେଇ ରହିବେ। ଅତୀତର କେତେକ ଅଶାନ୍ତ ଭାବନା ମନକୁ ଅସ୍ଥିର କରି ରଖିପାରେ। ଅବଶ୍ୟ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଚିହ୍ନା ପଡ଼ିବାକୁ ପସନ୍ଦ କରିବେ ନାହିଁ। କର୍ମକ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ି ଚାଲିଲେ ମଧ୍ୟ ସାଧାରଣ ଝଟକାରୁ ବାଦ୍‌ ପଡ଼ିବ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ି ପାରନ୍ତି। ମିତବ୍ୟୟିତା ଗୁଣ ଅବଲମ୍ବନ କରି ଅନାବଶ୍ୟକ ଜିନିଷଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ। ପାରିବାରିକ ସ୍ଥିତି ଭଲ ନ ରହିଲେ ମଧ୍ୟ ଗୁରୁତର ଆକାର ଧାରଣ କରିବ ନାହିଁ। ସମ୍ପର୍କୀୟମାନେ ପଛରେ ଶ୍ରୁତିକଟୁ କଥା କହିପାରନ୍ତି।
ତୁଳା
ତୁଳା
ଦୀର୍ଘ ଦିନରୁ ରହିଥିବା ରୋଗର ପ୍ରାଦୁର୍ଭାବ ଆଜି ଦେଖିବାକୁ ମିଳିପାରେ। କିଛି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ଠିକଣା ସମୟରେ ବିଭିନ୍ନ ଆଳ ଦେଖାଇ ଦୂରେଇ ରହିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଉପରିସ୍ଥ ଅଫିସର ଭୁଲ୍‌ ବୁଝିପାରନ୍ତି। ବାଣିଜ୍ୟ, ପରିବହନରେ ବିଭିନ୍ନ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ପରିବାରର ବ୍ୟତିକ୍ରମକୁ ସୁଧାରି ନେବାରେ ସଫଳ ହେବା ଦୁରୂହ ହୋଇପଡ଼ିବ। ମନର ଦୁଃଖକୁ ମନ ଭିତରେ ଲୁଚାଇ କାର୍ଯ୍ୟକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ମାନସିକ ସନ୍ତୁଳନ ହରାଇବା କାରଣରୁ ଦିନଟି ବିଶେଷ ଉପଭୋଗ୍ୟ ନ ହୋଇପାରେ। କିଣାବିକା କ୍ଷେତ୍ରରେ ସତର୍କ ନ ରହିଲେ ଠକାମିରେ ପଡ଼ିପାରନ୍ତି।
ଧନୁ
ଧନୁ
ପ୍ରତିକୂଳ ସମୟ ହେତୁ ନିଜର ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ। ସନ୍ଦେହ, ଅବିଶ୍ୱାସ ଓ ଭୁଲ୍‌ ବୁଝାମଣା ହେତୁକ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିପାରେ। କିନ୍ତୁ ଆଧ୍ୟାମତ୍ିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆର୍ଥିକ, ସାମାଜିକ, ସୃଜନାମତ୍କ କାମରେ ଉନ୍ନତମାନର ଫଳ ମିଳିବ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, କର୍ମାରମ୍ଭ, ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ କ୍ଷେତ୍ର ଭଲ ରହିବ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ପାଇପାରିବେ। ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କରଣ ହୋଇପାରେ। ବକେୟା ଅର୍ଥକୁ ଯୁକ୍ତିତର୍କ ମାଧ୍ୟମରେ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ମନ୍ଥର ଗତିରେ ହେଉଥିବାରୁ ସାମାନ୍ୟ ବିରକ୍ତ ହେବେ। ପାରିବାରିକ ଓ କର୍ମକ୍ଷେତ୍ର ସୁନ୍ଦର ଓ ସାବଲୀଳ ରହି ପ୍ରୀତିପ୍ରଦ ହେବ। ଦୀର୍ଘ ଦିନରୁ ଚିନ୍ତା କରୁଥିବା ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାରାଦି କ୍ରୟ କରିବାର ସୁଯୋଗ ଜୁଟିବ। ଶିଳ୍ପ, ବ୍ୟବସାୟରେ ସମସ୍ୟା ସମାଧାନ ପୂର୍ବକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ଆପଣଙ୍କ ବାସ୍ତବବାଦୀ ଚିନ୍ତାଧାରା ଓ ରୋକ୍‌ଠୋକ୍‌ କଥାକୁ ବିଜ୍ଞ ବ୍ୟକ୍ତିଙ୍କ ଗ୍ରହଣୀୟ ହେବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ମିଥ୍ୟାବାଦିନୀ ଦୋଷାରୋପ ଲଗାଇପାରନ୍ତି। ସଭାସମିତିରେ ସହମତି ମାଧ୍ୟମରେ କାମ କରିପାରିବାରେ ଅସୁବିଧା ରହିବ ନାହିଁ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri