Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ହେତୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଅଶ୍ୱିନୀ ନକ୍ଷତ୍ରର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ। ରୋହିଣୀ ନକ୍ଷତ୍ର ସକାଶେ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ । କୌଣସି ମୂଲ୍ୟବାନ ଜିନିଷ ଖରିଦ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ।
ମିଥୁନ
ମିଥୁନ
ମାନସିକ ଅସ୍ଥିରତା କାରଣରୁ କାମରେ ମନ ଲାଗିବ ନାହିଁ। ସଦାବେଳେ ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍‌ନା କରିବାକୁ ପଡ଼ିପାରେ। କୃତି ଓ କୃତିତ୍ୱ ହେତୁକ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।
କର୍କଟ
କର୍କଟ
ବନ୍ଧୁଗହଣରେ କଡ଼ା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ ା ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟପାଲଟ ହୋଇଯିବ ା ମିତ୍ରମାନେ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଆରଦ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ା ବହୁ ପୂର୍ବରୁ ପାଇବାର ଥିବା ଅର୍ଥ ଆଜି ମିଳିବାର ସୂଚନା ରହିଛି। ମଘା ନକ୍ଷତ୍ରର ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତି କରିବେ ।
କନ୍ୟା
ସମ୍ପର୍କୀୟମାନେ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଆପଣଙ୍କ ପାରିବାରିକ କ୍ଷେତ୍ରକୁ ସମସ୍ୟା ବହୁଳ କରି ପାରନ୍ତି । ଚିତ୍ରା ନକ୍ଷତ୍ର ସକାଶେ ନିଜ ନିଜ ମଧ୍ୟରେ ଭୁଲ୍‌ ବୁଝାମଣା ହିଁ ଏହାର ପ୍ରଧାନ କାରଣ ହେବ । ଯାନ ବାହନରେ ସତର୍କ ନ ହେଲେ ସମସ୍ୟା ଉପୁଜିପାରେ। ସହକର୍ମୀଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ର କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟା ବଢ଼ାଇପାରେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଦେବାର୍ଚ୍ଚନା ପାଇଁ ଦୂର ସ୍ଥାନକୁ ଯାତ୍ରା କରିବାକୁ ମନ ବଳାଇପାରନ୍ତି।
ବିଛା
ବିଛା
ପରିସ୍ଥିତି ଭିନ୍ନମୋଡ଼ ନେବା କାରଣରୁ ଆପଣଙ୍କ ପ୍ରତ୍ୟେକ ପରିସ୍ଥିତି ସୁଧୁରି ଯିବ । ଗତକାଲିଠାରୁ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ଲେଖା ପଢ଼ାରୁ, କଳା, ସାହିତ୍ୟରେ, ସାମ୍ବାଦିକତାରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଜ୍ୟେଷ୍ଠା ନକ୍ଷତ୍ର ଗୃହସୀମାକୁ କେନ୍ଦ୍ର କରି ବିତର୍କ ହୋଇପାରେ।
ଧନୁ
ଧନୁ
ଆପଣଙ୍କ ଜନହିତକର କାମ ଲୋକପ୍ରିୟତାକୁ ବୃଦ୍ଧି କରିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ । କେତେକ ନୂତନ କାମର ପରିକଳ୍ପନାରେ ଖର୍ଚ୍ଚଭାର ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଉତ୍ତରାଷାଢ଼ା ନକ୍ଷତ୍ରର ପାରିବାରିକ ସ୍ଥିତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମକର
ମକର
ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଟେନସନ୍‌ରେ ରହିବେ । ଘରକୁ ଆଗନ୍ତୁକ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଆର୍ଥିକ ସ୍ଥିତି ଭଲ ରହିଥିଲେ ମଧ୍ୟ ବିଭିନ୍ନ କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ଉପରିସ୍ଥଙ୍କ ପ୍ରଶଂସାରେ ଖୁସି ରହିବେ । ଧନିଷ୍ଠା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ବିଗିଡ଼ିପାରେ ।
କୁମ୍ଭ
କୁମ୍ଭ
ବାହାରେ ରହୁଥିବା ପିଲାଙ୍କର କୌଣସି ସମସ୍ୟା ମନକୁ ବିଚଳିତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କଲେ ପାରିବାରିକ ଶାନ୍ତି ବ୍ୟାହତ ହେବ । ଜମିଜମା ସମସ୍ୟା, ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା କ୍ରମଶଃ ଜଟିଳ ହେବ । ଯେତେ ଭଲ କାମ କଲେ ମଧ୍ୟ ଶତଭିଷା ନକ୍ଷତ୍ର ନିଜ ପରିସରରେ ସମାଲୋଚିତ ହେବେ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଋଣ ପରିଶୋଧ କରିବା ସକାଶେ ବନ୍ଧୁଙ୍କ ଉପରେ ନିର୍ଭରଶୀଳ ହେବାକୁ ପଡ଼ିପାରେ । ପଡ଼ୋଶୀଙ୍କ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଆଜି ଆପଣ ଗୃହ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri