Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ହେତୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଅଶ୍ୱିନୀ ନକ୍ଷତ୍ରର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ। ରୋହିଣୀ ନକ୍ଷତ୍ର ସକାଶେ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ । କୌଣସି ମୂଲ୍ୟବାନ ଜିନିଷ ଖରିଦ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ।
ମିଥୁନ
ମିଥୁନ
ମାନସିକ ଅସ୍ଥିରତା କାରଣରୁ କାମରେ ମନ ଲାଗିବ ନାହିଁ। ସଦାବେଳେ ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍‌ନା କରିବାକୁ ପଡ଼ିପାରେ। କୃତି ଓ କୃତିତ୍ୱ ହେତୁକ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।
କର୍କଟ
କର୍କଟ
ବନ୍ଧୁଗହଣରେ କଡ଼ା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ ା ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟପାଲଟ ହୋଇଯିବ ା ମିତ୍ରମାନେ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଆରଦ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ା ବହୁ ପୂର୍ବରୁ ପାଇବାର ଥିବା ଅର୍ଥ ଆଜି ମିଳିବାର ସୂଚନା ରହିଛି। ମଘା ନକ୍ଷତ୍ରର ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତି କରିବେ ।
କନ୍ୟା
ସମ୍ପର୍କୀୟମାନେ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଆପଣଙ୍କ ପାରିବାରିକ କ୍ଷେତ୍ରକୁ ସମସ୍ୟା ବହୁଳ କରି ପାରନ୍ତି । ଚିତ୍ରା ନକ୍ଷତ୍ର ସକାଶେ ନିଜ ନିଜ ମଧ୍ୟରେ ଭୁଲ୍‌ ବୁଝାମଣା ହିଁ ଏହାର ପ୍ରଧାନ କାରଣ ହେବ । ଯାନ ବାହନରେ ସତର୍କ ନ ହେଲେ ସମସ୍ୟା ଉପୁଜିପାରେ। ସହକର୍ମୀଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ର କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟା ବଢ଼ାଇପାରେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଦେବାର୍ଚ୍ଚନା ପାଇଁ ଦୂର ସ୍ଥାନକୁ ଯାତ୍ରା କରିବାକୁ ମନ ବଳାଇପାରନ୍ତି।
ବିଛା
ବିଛା
ପରିସ୍ଥିତି ଭିନ୍ନମୋଡ଼ ନେବା କାରଣରୁ ଆପଣଙ୍କ ପ୍ରତ୍ୟେକ ପରିସ୍ଥିତି ସୁଧୁରି ଯିବ । ଗତକାଲିଠାରୁ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ଲେଖା ପଢ଼ାରୁ, କଳା, ସାହିତ୍ୟରେ, ସାମ୍ବାଦିକତାରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଜ୍ୟେଷ୍ଠା ନକ୍ଷତ୍ର ଗୃହସୀମାକୁ କେନ୍ଦ୍ର କରି ବିତର୍କ ହୋଇପାରେ।
ଧନୁ
ଧନୁ
ଆପଣଙ୍କ ଜନହିତକର କାମ ଲୋକପ୍ରିୟତାକୁ ବୃଦ୍ଧି କରିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ । କେତେକ ନୂତନ କାମର ପରିକଳ୍ପନାରେ ଖର୍ଚ୍ଚଭାର ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଉତ୍ତରାଷାଢ଼ା ନକ୍ଷତ୍ରର ପାରିବାରିକ ସ୍ଥିତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମକର
ମକର
ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଟେନସନ୍‌ରେ ରହିବେ । ଘରକୁ ଆଗନ୍ତୁକ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଆର୍ଥିକ ସ୍ଥିତି ଭଲ ରହିଥିଲେ ମଧ୍ୟ ବିଭିନ୍ନ କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ଉପରିସ୍ଥଙ୍କ ପ୍ରଶଂସାରେ ଖୁସି ରହିବେ । ଧନିଷ୍ଠା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ବିଗିଡ଼ିପାରେ ।
କୁମ୍ଭ
କୁମ୍ଭ
ବାହାରେ ରହୁଥିବା ପିଲାଙ୍କର କୌଣସି ସମସ୍ୟା ମନକୁ ବିଚଳିତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କଲେ ପାରିବାରିକ ଶାନ୍ତି ବ୍ୟାହତ ହେବ । ଜମିଜମା ସମସ୍ୟା, ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା କ୍ରମଶଃ ଜଟିଳ ହେବ । ଯେତେ ଭଲ କାମ କଲେ ମଧ୍ୟ ଶତଭିଷା ନକ୍ଷତ୍ର ନିଜ ପରିସରରେ ସମାଲୋଚିତ ହେବେ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଋଣ ପରିଶୋଧ କରିବା ସକାଶେ ବନ୍ଧୁଙ୍କ ଉପରେ ନିର୍ଭରଶୀଳ ହେବାକୁ ପଡ଼ିପାରେ । ପଡ଼ୋଶୀଙ୍କ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଆଜି ଆପଣ ଗୃହ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri