Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୬ ତାରିଖ – Daily Horoscope

ମେଷ
ଆଜି ପୂର୍ବାହ୍ନ ପରେ ବୃଷ ରାଶିସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅବଶ୍ୟ ପରିବାରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହୋଇପାରନ୍ତି।
ବୃଷ
ବୃଷ
ଉଚ୍ଚ ରାଶିସ୍ଥ ଶୁକ୍ର ସ୍ବାସ୍ଥ୍ୟକୁ ଠିକ୍‌ ରଖିବାରେ ସାହାଯ୍ୟ କରିବ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶା କରୁଥିବା ଫଳ ନିଶ୍ଚିତ ପାଇବେ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ସାମୟିକ ଖୁସି ଅନୁଭବ କରିପାରନ୍ତି। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।
ମିଥୁନ
ମିଥୁନ
ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟି କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ। ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ। ମାଙ୍ଗଳିକ କାମରେ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘ ଦିନରୁ ଭଟ୍ଟା ପଡ଼ିଯାଇଥିବା ସମ୍ପର୍କ ପଡ଼ୋଶୀଙ୍କ ମାଧ୍ୟମରେ ପୁନଃ ପ୍ରତିଷ୍ଠିତ ହେବ। ଆଲୋଚନା କ୍ଷେତ୍ରରେ ଭାବପ୍ରବଣବଶତଃ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ବନ୍ଧୁ ଓ ପରିଜନଙ୍କ ସହଯାତ୍ରୀ ହୋଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ନିର୍ମାଣ କାର୍ଯ୍ୟରେ ମନ୍ଥରତା ଚିନ୍ତା ବୃଦ୍ଧି କରିବ।
ସି˚ହ
ସି˚ହ
ଆବଶ୍ୟକତା ଅନୁଯାୟୀ ହଠାତ୍‌ ଗୁଡ଼ାଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ। ପାପଗ୍ରହଯୁକ୍ତ ଚନ୍ଦ୍ର ଜନିତ ମାନସିକ ଅବସାଦ ଯୋଗଁୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ପରିମାଣ କୌଣସି ପ୍ରକାରେ ଊଣା ହେବ ନାହିଁ।
କନ୍ୟା
ଶନି କ୍ଷେତ୍ରସ୍ଥ ବୁଧ ହେତୁ ଧୀର ମନ୍ଥର ଗତିରେ କାର୍ଯ୍ୟ ହାସଲ କରିବେ। ପ୍ରକାଶନ, ରଚନାମତ୍କ କାର୍ଯ୍ୟ, ଯୋଗାଯୋଗ ତଥା ଏଜେନ୍‌ଶିରୁ ଖୁସି ରହିବେ। ସରକାରୀ ସ୍ତରରୁ ଅଚାନକ ଭାବରେ ଶୁଭ ସମ୍ବାଦ ଶୁଣି ଖୁସି ହେବେ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ ହେବାର ମାର୍ଗ ଉନ୍ମୁକ୍ତ ହେବ। ଷଷ୍ଠସ୍ଥ ଶୁକ୍ର ଓ ବୃହସ୍ପତି ପ୍ରଭାବରୁ ଋଣ ପରିଶୋଧର ଲକ୍ଷ୍ୟ ନେଇ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବାର ସମ୍ଭାବନା ରହିଛି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ଣେ ପାଇପାରନ୍ତି।
ବିଛା
ବିଛା
ପରିଜନମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ରହିବ। ମାଙ୍ଗଳିକ କାମରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବେଶିକ କୁପ୍ରଭାବରୁ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
ପାରସ୍ପରିକ ମତାନ୍ତର ଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସରଳବିଶ୍ୱାସ କରି କୌଣସି ଅଜଣା ଅଶୁଣା ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାର ଆଶା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
ମକର
ମକର
ରାଶିରେ ବୁଧ ଅବସ୍ଥାନ କରିଥିବା ଯୋଗୁ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା ନିଶ୍ଚିତ କାମକୁ ଅନିଶ୍ଚିତତା ଭିତରକୁ ଠେଲି ଦେଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ଚଳିବା ଭଲ ହେବ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
କୁମ୍ଭ
କୁମ୍ଭ
ପରକଥାରେ ମୁଣ୍ଡ ପୂରାନ୍ତୁ ନାହଁି, ଯାହାକି ବିନା କାରଣରେ ଅଶାନ୍ତି ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ ଶେୟାର ବଜାର କ୍ଷେତ୍ରରେ କ୍ଷତିର ଆଶଙ୍କା ରହିଛି। ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ। ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମୀନମୀନ
ନିକଟ ସମ୍ପର୍କୀୟମାନଙ୍କ ଈର୍ଷା ଓ ଅସୂୟାର କୁପରିଣାମ ଭୋଗ କରିବାକୁ ପଡ଼ିପାରେ। ଯେତେ ଭଲ କାମ କଲେ ମଧ୍ୟ ଖଳ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବେ। ନିର୍ମାଣକୁ କେନ୍ଦ୍ର କରି ଜମିଜମା ବିବାଦ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri