Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୬ ତାରିଖ – Daily Horoscope

ମେଷ
ଆଜି ପୂର୍ବାହ୍ନ ପରେ ବୃଷ ରାଶିସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅବଶ୍ୟ ପରିବାରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହୋଇପାରନ୍ତି।
ବୃଷ
ବୃଷ
ଉଚ୍ଚ ରାଶିସ୍ଥ ଶୁକ୍ର ସ୍ବାସ୍ଥ୍ୟକୁ ଠିକ୍‌ ରଖିବାରେ ସାହାଯ୍ୟ କରିବ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶା କରୁଥିବା ଫଳ ନିଶ୍ଚିତ ପାଇବେ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ସାମୟିକ ଖୁସି ଅନୁଭବ କରିପାରନ୍ତି। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।
ମିଥୁନ
ମିଥୁନ
ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟି କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ। ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ। ମାଙ୍ଗଳିକ କାମରେ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘ ଦିନରୁ ଭଟ୍ଟା ପଡ଼ିଯାଇଥିବା ସମ୍ପର୍କ ପଡ଼ୋଶୀଙ୍କ ମାଧ୍ୟମରେ ପୁନଃ ପ୍ରତିଷ୍ଠିତ ହେବ। ଆଲୋଚନା କ୍ଷେତ୍ରରେ ଭାବପ୍ରବଣବଶତଃ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ବନ୍ଧୁ ଓ ପରିଜନଙ୍କ ସହଯାତ୍ରୀ ହୋଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ନିର୍ମାଣ କାର୍ଯ୍ୟରେ ମନ୍ଥରତା ଚିନ୍ତା ବୃଦ୍ଧି କରିବ।
ସି˚ହ
ସି˚ହ
ଆବଶ୍ୟକତା ଅନୁଯାୟୀ ହଠାତ୍‌ ଗୁଡ଼ାଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ। ପାପଗ୍ରହଯୁକ୍ତ ଚନ୍ଦ୍ର ଜନିତ ମାନସିକ ଅବସାଦ ଯୋଗଁୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ପରିମାଣ କୌଣସି ପ୍ରକାରେ ଊଣା ହେବ ନାହିଁ।
କନ୍ୟା
ଶନି କ୍ଷେତ୍ରସ୍ଥ ବୁଧ ହେତୁ ଧୀର ମନ୍ଥର ଗତିରେ କାର୍ଯ୍ୟ ହାସଲ କରିବେ। ପ୍ରକାଶନ, ରଚନାମତ୍କ କାର୍ଯ୍ୟ, ଯୋଗାଯୋଗ ତଥା ଏଜେନ୍‌ଶିରୁ ଖୁସି ରହିବେ। ସରକାରୀ ସ୍ତରରୁ ଅଚାନକ ଭାବରେ ଶୁଭ ସମ୍ବାଦ ଶୁଣି ଖୁସି ହେବେ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ ହେବାର ମାର୍ଗ ଉନ୍ମୁକ୍ତ ହେବ। ଷଷ୍ଠସ୍ଥ ଶୁକ୍ର ଓ ବୃହସ୍ପତି ପ୍ରଭାବରୁ ଋଣ ପରିଶୋଧର ଲକ୍ଷ୍ୟ ନେଇ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବାର ସମ୍ଭାବନା ରହିଛି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ଣେ ପାଇପାରନ୍ତି।
ବିଛା
ବିଛା
ପରିଜନମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ରହିବ। ମାଙ୍ଗଳିକ କାମରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବେଶିକ କୁପ୍ରଭାବରୁ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
ପାରସ୍ପରିକ ମତାନ୍ତର ଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସରଳବିଶ୍ୱାସ କରି କୌଣସି ଅଜଣା ଅଶୁଣା ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାର ଆଶା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
ମକର
ମକର
ରାଶିରେ ବୁଧ ଅବସ୍ଥାନ କରିଥିବା ଯୋଗୁ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା ନିଶ୍ଚିତ କାମକୁ ଅନିଶ୍ଚିତତା ଭିତରକୁ ଠେଲି ଦେଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ଚଳିବା ଭଲ ହେବ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
କୁମ୍ଭ
କୁମ୍ଭ
ପରକଥାରେ ମୁଣ୍ଡ ପୂରାନ୍ତୁ ନାହଁି, ଯାହାକି ବିନା କାରଣରେ ଅଶାନ୍ତି ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ ଶେୟାର ବଜାର କ୍ଷେତ୍ରରେ କ୍ଷତିର ଆଶଙ୍କା ରହିଛି। ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ। ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମୀନମୀନ
ନିକଟ ସମ୍ପର୍କୀୟମାନଙ୍କ ଈର୍ଷା ଓ ଅସୂୟାର କୁପରିଣାମ ଭୋଗ କରିବାକୁ ପଡ଼ିପାରେ। ଯେତେ ଭଲ କାମ କଲେ ମଧ୍ୟ ଖଳ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବେ। ନିର୍ମାଣକୁ କେନ୍ଦ୍ର କରି ଜମିଜମା ବିବାଦ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri