Posted inRasifala

ରାଶିଫଳ: ସୋମବାର, ଫେବୃଆରୀ ୨୬ ତାରିଖ – Daily Horoscope

ମେଷ
ଆଜି ଶୁକ୍ର ସହ ମଙ୍ଗଳ ଯୁକ୍ତ ଯୋଗୁ ବିଳାସ ଉପକରଣ କ୍ରୟ ସକାଶେ ମନ ବଳାଇବେ। ଅସ୍ଥିରତାଯୁକ୍ତ କାମରେ ସଫଳତା ପାଇବା କଷ୍ଟକର ହେବ। ଆଶଙ୍କା କରୁଥିବା ଅଫିସିଆଲି କ୍ଷେତ୍ରରେ ସେମିତି କିଛି ଅସୁବିଧା ହେବ ନାହିଁ। ଆତ୍ମୀୟସ୍ବଜନଙ୍କ ପାରିବାରିକ ସମସ୍ୟା ସମାଧାନ ପାଇଁ ଆପଣଙ୍କୁ ଚିନ୍ତା କରିବାକୁ ପଡ଼ିପାରେ।
ବୃଷ
ବୃଷ
ଭାଗ୍ୟସ୍ଥ ରାଶ୍ୟାଧିପ ହେତୁ ସାମଗ୍ରିକ ଦୃଷ୍ଟିକୋଣରୁ ସଫଳତା ଲାଭକରିବେ। ପରିଜନଙ୍କ ସହାୟତାରେ ପାରିବାରିକ ସମସ୍ୟାର ସମାଧାନ ଘଟିବ। କଳା, ସାହିତ୍ୟ ଓ ବାଣିଜ୍ୟ, ପରିବହନ, ପ୍ରଶାସନ, ଏଜେନଶିପ୍‌ରୁ ସୁଫଳ ପାଇବେ। ସରକାରୀ ସ୍ତରରୁ ଦୀର୍ଘ ପ୍ରତୀକ୍ଷା ପରେ ଆଶା କରୁଥିବା ଖବରଟି ଆଜି ପାଇପାରନ୍ତି।
ମିଥୁନ
ମିଥୁନ
ଆଜିର ଚନ୍ଦ୍ର ଏକାଧିକ ଗ୍ରହଙ୍କ ଦୃଷ୍ଟି ପଥାରୂଢ ଯୋଗୁ ପ୍ରତ୍ୟେକ କାର୍ଯ୍ୟରେ ସିଦ୍ଧି ଅବଶ୍ୟମ୍ଭାବୀ। କେତେକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ପାରିବାରିକ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ର୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ପୂର୍ବଭଳି ରହିବ।
କର୍କଟ
କର୍କଟ
ଭାଗ୍ୟାଧିପ କର୍ମଭାବରେ ଚନ୍ଦ୍ରଙ୍କୁ ଦେଖୁଥିବାରୁ ସମସ୍ୟାର ଅଡୁଆ ସୂତାକୁ ସଜାଡ଼ିବାରେ ସମର୍ଥ ହେବେ। ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ଜମି କିଣା ପ୍ରତି ଆଗ୍ରହ ବଢ଼ିପାରେ। ମନ ଅସ୍ଥିର ରହିବାରୁ କାମ ସମ୍ପନ୍ନ କଷ୍ଟକର ହୋଇପଡ଼ିବ। ବନ୍ଧୁଙ୍କ କାମ ସକାଶେ ବାହାରକୁ ଯିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ କୌଶଳପୂର୍ଣ୍ଣ ବ୍ୟବହାର ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ ମନକୁ ଆକର୍ଷିତ କରିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି। ଅତୀତ କଥାକୁ କେନ୍ଦ୍ରକରି ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସଭାସମିତିରେ ସାଧାରଣ କଥାକୁ ଜଟିଳ କରି ଅଶାନ୍ତ ରହିବେ ।
କନ୍ୟା
ଉଚ୍ଚାରୋହୀ ଶୁକ୍ରଙ୍କ ସମ୍ପର୍କରୁ ପରିବାରରୁ ଆଦର, ବାହାର ଲୋକଙ୍କଠାରୁ ସମ୍ମାନ, ବ୍ୟବସାୟରେ ଉନ୍ନତି କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରରୋଚିତ ହୋଇ କାମ କଲେ ଅପଦସ୍ଥ ହେବେ। ସାମୟିକ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମ୍ପୂର୍ଣ୍ଣ ନିରାମୟ ରହି ନ ପାରେ।
ତୁଳା
ତୁଳା
ଏକାଦଶସ୍ଥ ଚନ୍ଦ୍ରଜନିତ ଆନୁଷଙ୍ଗିକ ସୁବିଧା, ସୁଯୋଗ ପାଇ କାମ ହାସଲ କରିପାରିବେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ନିନ୍ଦା ଶୁଣିବାକୁ ପଡ଼ିପାରେ। ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ଏକଜିଦିଆ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
ଶନି କ୍ଷେତ୍ରସ୍ଥ ରବିଙ୍କ ଯୋଗୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ବନ୍ଧୁଙ୍କ ଜରିଆରେ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସମ୍ଭାବନା ରହିଛି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବା ସହିତ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ। ଶତ୍ରୁତା କରୁଥିବା ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ରାହୁ ଚତୁର୍ଥସ୍ଥ ଯୋଗୁ କାମରେ ପ୍ରତିବନ୍ଧକ ସୃଷ୍ଟି ଆଶଙ୍କା ରହିଛି। ତଥାପି ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସାମୟିକ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ମଧ୍ୟ ରହିଛି। ଅସୁସ୍ଥ ମାନସିକତା କାରଣରୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ମକର
ମକର
ଗୁରୁଙ୍କ ପ୍ରଭାବରୁ ଜୀବନଚର୍ଯ୍ୟାର ପ୍ରତ୍ୟେକ ଦିଗ ଠିକ୍‌ ଥିଲେ ମଧ୍ୟ ବାକ୍‌ ସଂଯମର ଅଭାବ ସମସ୍ୟାକୁ ଆମନ୍ତ୍ରଣ କରିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ପୂରଣ ହୋଇଯିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାରେ ଆପଣଙ୍କ କୌଶଳ ସହାୟ ହେବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଆଜି ରାଶିରେଏକାଧିକ ଗ୍ରହଯୋଗ ଲକ୍ଷ୍ୟଭ୍ରଷ୍ଟ କରାଇପାରେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ବିବାଦ, ମାଲିମକଦ୍ଦମା କ୍ଷେତ୍ରରେ ଜିତାପଟ ଆପଣଙ୍କର ହିଁ ହେବ। ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବା ଫଳରେ ଚିନ୍ତାମୁକ୍ତ ହେବେ। କର୍ମକ୍ଷେତ୍ରରେ ସମସ୍ୟା ବହୁଳ ପରିସ୍ଥିତି ଲାଗି ରହିଥିଲେ ହେଁ ସମସ୍ୟାକୁ ସୁଧାରି ନେବେ।
ମୀନମୀନ

ବ୍ୟୟଭାବରେ ପାପଗ୍ରହ ହେତୁ ଆଜିର ଖର୍ଚ୍ଚ ସୀମା ଟପିଯିବ ଏବଂ ପାଇପାରୁ ନ ଥିବା ଜିନିଷଟି ଆଜି ପାଇବେ। ପାରିବାରିକ ସ୍ଥିତିରେ ସମସ୍ୟାଗୁଡ଼ିକ ସମାଧାନ କରିବା ସକାଶେ ବ୍ୟସ୍ତ ହୋଇପାରନ୍ତି। ଅଫିସରେ ଥିବା ସମୟରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟକୁ ମନ ବଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ସହ ସତ୍‍ସଙ୍ଗର ସୁଯୋଗ ପାଇବେ। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଯାତ୍ରା, ବ୍ୟବସାୟ, ପରିବହନ, ରାଜନୀତି ପାଇଁ ବହୁତ ଭଲ। ମାତ୍ର କର୍ମ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ…

ରାଶିଫଳ: ବୁଧବାର, ମେ ୬ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରୁ ବ୍ୟକ୍ତିତ୍ୱର ପରିପ୍ରକାଶ ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା…

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ…

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ପ୍ରଭାବରେ ଯାତ୍ରା, ବିବାଦ ପ୍ରଭୃତିରୁ ଦୂରେଇ ରହିବା ଭଲ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପରୋକ୍ଷ…

ରାଶିଫଳ: ରବିବାର, ମେ ୩ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ହାତରେ ଥିବା କାମକୁ ଶୀଘ୍ର ଶେଷ କରିବା ପାଇଁ ବ୍ୟସ୍ତ ହୋଇପାରନ୍ତି। ପ୍ରଶାସନ, ରାଜନୀତି…

ରାଶିଫଳ: ଶନିବାର, ମେ ୨ ତାରିଖ – Daily Horoscope

ମେଷ ନିକଟ ଅତୀତ ଘଟଣା ଗୁଡିକର ସମୀକ୍ଷା କରିପାରନ୍ତି। ମଙ୍ଗଳଙ୍କ କୁପ୍ରଭାବ ସ୍ୱରୂପ ସ୍ୱାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ।…

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri