Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୨୬ ତାରିଖ – Daily Horoscope

ମେଷ
ଯେଉଁ ବନ୍ଧୁମାନେ ଆପଣଙ୍କ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବାକୁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ ସ୍ନାୟବିକ ଦୁର୍ବଳତା କେତେକାଂଶରେ ଦୂର ହେବ। ଆତ୍ମୀୟଙ୍କ ସହ ମନୋମାଳିନ୍ୟ ଯୋଗୁ ଦ୍ୱିଜା ନକ୍ଷତ୍ରର ମନ ଉଦାସ ରହିବ। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଲେ ମଧ୍ୟ ନିଜ କର୍ମ ସମ୍ପାଦନ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟ ବ୍ୟକ୍ତିମାନେ ଦୂରେଇ ଯାଉଥିବାରୁ ମନସ୍ତାପ କରିପାରନ୍ତି। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହି ଘର ପାଇଁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାମ ପାସୋରି ଦେବେ। ଅର୍ଥ ପାଇବାକୁ ଚେଷ୍ଟା କରୁଥିବା ସ୍ଥାନରୁ ଆଂଶିକ ସଫଳତା ମିଳିବ।
ମିଥୁନ
ମିଥୁନ
ଘର କଥାକୁ ପଛକୁ ପକାଇ ବାହାର ଲୋକମାନଙ୍କ କାମରେ ବିଶେଷ ସମୟ ଦେଇପାରନ୍ତି। ଯେଉଁ ମାନଙ୍କ ପାଇଁ ଆପଣ ବହୁତ ଉପକାର କରିଥିଲେ ଆଜି ସେମାନେ ବିରୁଦ୍ଧାଚରଣ କରିପାରନ୍ତି। ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇବାର ସମ୍ଭାବନା ରହିଛି। ରାଜନୀତିରେ ଜନସେବା ପ୍ରତି ମନ ବଳିବ।
କର୍କଟ
କର୍କଟ
କର୍ମଜଞ୍ଜାଳ ବୃଦ୍ଧି କାରଣରୁ ବାରମ୍ବାର ସ୍ଥାନ ପରିବର୍ତ୍ତନ କରିବାକୁ ପଡ଼ିପାରେ। ପରିସ୍ଥିତି ସହ ଟକ୍କର ଦେଇ ଆଗକୁ ବଢ଼ିବା ସକାଶେ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ମିଳିବ। କିଏ ଭଲ କହୁ କିମ୍ବା ନ କହୁ ଯେମିତି ଚିନ୍ତା କରୁଛନ୍ତି, ସେହିପରି କରିବା ଭଲ। ଆଲୋଚନାର ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ସି˚ହ
ସି˚ହ
ଅର୍ଥଲାଭର ଆଶା ପୂରଣ ଦିଗରେ କେତେକାଂଶରେ ସଫଳତା ମିଳିପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଆଶଙ୍କା ରହିଛି। ଭଲ ସମ୍ପର୍କ ଥିବା ବାନ୍ଧବୀଙ୍କ ମିଥ୍ୟା ପ୍ରତିଶ୍ରୁତି ଉପରେ ଭରସା କଲେ ଅସୁବିଧାରେ ପଡ଼ିପାରନ୍ତି। ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବାର ସୂଚନା ରହିଛି।
କନ୍ୟା
ଆଜି ସଭାସମିତିରେ, ଆନୁଷ୍ଠାନିକ ତଥା କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବା ପୂର୍ବରୁ ସମସ୍ୟା ବଢ଼ିପାରେ । ପରିବହନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ବନ୍ଧୁମାନଙ୍କ ସାହାଯ୍ୟରୁ ଆର୍ଥିକ ସ୍ଥିତି ବେଶ୍‌ ମଜଭୁତ ରହିବ। ନୂତନ ଯାନବାହନ କିମ୍ବା ଦ୍ରବ୍ୟଲାଭରୁ ଖୁସୀ ହେବେ। ସଭାସମିତିରେ ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
କୌଣସି ଏକ ସାଧାରଣ କଥାକୁ କେନ୍ଦ୍ର କରି ବାନ୍ଧବୀଟି ମୁହଁ ଫେରାଇ ନେଇପାରେ। ଜ୍ୟେଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତି କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ। ଖର୍ଚ୍ଚ ପରିମାଣ ଦି’ଗୁଣା ହେବା ସହ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ।
ଧନୁ
ଧନୁ
ନୂତନ ଯୋଜନା, ଅବହେଳିତ କାମ, ବାକି ରହିଥିବା ଟଙ୍କା ପଇସା, କୌଣସି ଆଲୋଚନା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ। ଈର୍ଷାପରାୟଣ ଲୋକମାନେ ଦାଉ ସାଧିବା ପାଇଁ ଚେଷ୍ଟା କରିପାରନ୍ତି। ସାମାଜିକ, ରାଜନୀତି କ୍ଷେତ୍ରରେ, ସଭାସମିତିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ମକର
ମକର
ଜନ ହିତକର କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଆନୁଷ୍ଠାନିକ କାମରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଯାତ୍ରାରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ପ୍ରତୀକ୍ଷା କରି ରହିବା ଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
କୁମ୍ଭ
କୁମ୍ଭ
ଆର୍ଥିକ ଦୁରବସ୍ଥା ଦୂରେଇ ଯିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ନୂଆ ଯୋଜନା ଉପରେ ଗୁରୁତ୍ୱ ଦେଇ କୃତକାର୍ଯ୍ୟ ହେବେ। ଶତଭିଷା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। କଳା ସାହିତ୍ୟ, ସଭା ସମିତି, ଚୁକ୍ତିପତ୍ର, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ।
ମୀନମୀନ
ବନ୍ଧୁଙ୍କ ନିକଟରୁ ସକାଳୁ ସକାଳୁ ଶୁଭ ଖବର ପାଇ ଖୁସୀ ହୋଇଯିବେ। ନିକଟ ସମ୍ପର୍କୀୟ ମାନେ କୌଣସି ଆଲୋଚନା ସକାଶେ ଡାକି ପାରନ୍ତି। ଦକ୍ଷତା ହେତୁ କର୍ମକ୍ଷେତ୍ରରେ କିମ୍ବା ନିଜ ପରିସରରେ ପ୍ରତିଷ୍ଠିତ ହେବେ। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri