Posted inRasifala

ରାଶିଫଳ: ଗୁରୁବାର, ଜାନୁୟାରୀ ୨୬ ତାରିଖ – Daily Horoscope

ମେଷ
ଆଜି କର୍ମଜଞ୍ଜାଳ ବୃଦ୍ଧିଜନିତ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ପାରିବାରିକ ପରିସ୍ଥିତି ସୁଧାରିବାକୁ ଯାଇ ଅତ୍ୟଧିକ ଖର୍ଚ୍ଚକୁ ରୋକିବା ପାଇଁ ଚେଷ୍ଟିତ ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ସହ ଯୁକ୍ତିତର୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ ରହିଯାଇଥିବା ଆନୁଷ୍ଠାନିକ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଅଫିସ୍‌ରେ ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ଚାପ ବୃଦ୍ଧି ପାଇବା ଯୋଗୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି।
ମିଥୁନ
ମିଥୁନ
ବହୁଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବା ବଦଳରେ ଆଗାମୀ ସମୟ ସକାଶେ ଅପେକ୍ଷା କରିବାକୁ ପଡ଼ିବ। ଆନୁଷଙ୍ଗିକ ସାହାଯ୍ୟ ଲାଭକରି ନିର୍ମାଣର ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ସାମାଜିକ ସ୍ତରରେ ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ଦୈହିକ ଦୁର୍ବଳତା ଯୋଗୁ କାମରେ ନିରୁତ୍ସାହିତ ହୋଇପାରନ୍ତି। ମାଙ୍ଗଳିକ କାମରେ ବନ୍ଧୁମିଳନ ଜନିତ ସମୟକୁ ଅତିବାହିତ କରାଇପାରନ୍ତି। ପରିବାରରେ ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ଆପଣ ପରିସ୍ଥିତିକୁ ସମ୍ଭାଳିନେବେ। ଆମତ୍ୀୟମାନେ ପରୋକ୍ଷ ଶତ୍ରୁଭାବ ପୋଷଣ କରୁଥିଲେ ମଧ୍ୟ ମୁହଁ ସାମ୍‌ନାରେ କିଛି କହିପାରନ୍ତିନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାନସିକ ଚାପଗ୍ରସ୍ତପୂର୍ବକ ପାରିବାରିକ ସମସ୍ୟାକୁ ଠିକ୍‌ଭାବେ ବୁଝିପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ନିକଟସ୍ଥ ବନ୍ଧୁ କିମ୍ବା ସହକର୍ମୀମାନେ ଅସହଯୋଗ ମନୋଭାବ ପୋଷଣ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।
କନ୍ୟା
ଚକ୍ଷୁ କିମ୍ବା କର୍ଣ୍ଣରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଫେରିବା ରାସ୍ତାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ସଭାସମିତିରେ ସାଧାରଣ ଯୁକ୍ତିତର୍କରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମ୍ପର୍କୀୟଙ୍କ ବ୍ୟବହାରରେ କ୍ଷୁବ୍ଧ ହେବେ।
ତୁଳା
ତୁଳା
ଯୁକ୍ତିତର୍କ ଓ ବାଦବିବାଦରୁ କୌଣସି କାମ ଶୃଙ୍ଖଳିତ ହେବନାହିଁ। ଅର୍ଥ ଓ ସମ୍ମାନ ପାଇବେ ଏବଂ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ପରିସ୍ଥିତି ଏପରି ହେବ ଯେ ଘରକାମ ଛାଡ଼ି ବାହାର କାମରେ ବେଶି ସମୟ କାଟିବେ। ଅପରାହ୍ନରେ ବିଶିଷ୍ଟ ବ୍ୟକ୍ତିଙ୍କ ସୌଜନ୍ୟରୁ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି।
ବିଛା
ବିଛା
ଅନ୍ୟର ସହମତିପ୍ରାପ୍ତ ହୋଇ ଇଚ୍ଛିତ କାମ ସମ୍ପନ୍ନ କରିବେ। ଆର୍ଥିକ କ୍ଷେତ୍ର, ରାଜନୈତିକ ସ୍ଥିତି, ପ୍ରଶାସନିକ କ୍ଷେତ୍ରର ସମସ୍ୟା, ବ୍ୟବସାୟିକ ଅପକର୍ଷ ଦୂରେଇ ଯିବ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, କିନ୍ତୁ ପିଲାଙ୍କ ସମସ୍ୟା ନେଇ ଚିନ୍ତିତ ରହିବେ।
ଧନୁ
ଧନୁ
ଆଜି ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପଡ଼ିପାରେ। ଅତୀତ ଘଟଣାର ସ୍ମୃତି ରୋମନ୍ଥନ କରି ରାତିରେ ଶାନ୍ତିରେ ମଧ୍ୟ ଶୋଇପାରିବେ ନାହିଁ। ପୂର୍ବ ରାଗ ଶୁଝାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବ ଏବଂ ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
 ବିଶୃଙ୍ଖଳିତ ପରିସ୍ଥିତି ଆର୍ଥିକ, ପାରିବାରିକ ଓ ସାମାଜିକ କ୍ଷେତ୍ରକୁ କଳୁଷିତ କରିପାରେ। ତଥାପି ନିଜର ଦୂରଦର୍ଶିତା ହେତୁ ପୂର୍ବରୁ ନିଜକୁ ସଜାଡ଼ି ନେବାରେ ଅସୁବିଧା ହେବନାହିଁ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ବ୍ୟବସାୟ ଓ ଜମିଜମା କାରବାରରେ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ।
କୁମ୍ଭ
କୁମ୍ଭ
 ବାହାର ଦୁନିଆରେ ବାହାବା ମିଳିବ କିନ୍ତୁ ଘରେ ଓଲଟା ଫଳ ପାଇବେ। ସମସ୍ୟା ଆସିଲେ ମଧ୍ୟ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଆତ୍ମୀୟଙ୍କ ବ୍ୟବହାର, ଚାଲିଚଳନ ଏପରି କି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ମୀନମୀନ
ସମାଜର ପ୍ରତ୍ୟେକ କ୍ଷେତ୍ରରେ କଳା କୌଶଳକୁ ବାସ୍ତବତାର ରୂପ ପ୍ରଦାନ କରିବେ। ଫଳତଃ କଥାରେ ଚାତୁରି ପ୍ରକାଶ ପାଇବ ଓ ପ୍ରତିଷ୍ଠା ମଧ୍ୟ ମିଳିବ। ଅର୍ଥ ଓ ସମ୍ମାନ ପାଇବେ ଏବଂ ଅଟକି ଥିବା କାମ ମଧ୍ୟ ହୋଇଯିବ। କେବଳ ନିଜ ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ବୁଝାମଣା, ନିଜର ଏକଜିଦିଆ ମନୋବୃତ୍ତିକୁ ନିୟନ୍ତ୍ରଣ କରିବା ଜରୁରୀ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri