Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଦ୍ୱିତୀୟରେ ରାହୁଥିବାର କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ଭଦ୍ରମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଅବଶ୍ୟ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଚତୁର୍ଥରେ ବୁଧ ହେତୁ ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ। ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚ ଚିନ୍ତା କଲେ କ’ଣ ହେବ, ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
ମିଥୁନ
ମିଥୁନ
ବୃହସ୍ପତିଙ୍କ ଦୁର୍ବଳତାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱ ଉପଯୁକ୍ତ ନିଷ୍ପତ୍ତି ନେବାରେ ବିଳମ୍ବ କରାଇବ।
କର୍କଟ
କର୍କଟ
ସଚେତନତା ହେତୁ ସ୍ବାସ୍ଥ୍ୟ ପ୍ରାୟତଃ ନିୟନ୍ତ୍ରଣ ମଧ୍ୟରେ ରହିବ। ଅଫିସ୍‌ କାମରେ ଆପଣଙ୍କ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଶୁକ୍ରଙ୍କ ପ୍ରଭାବରୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଶନିକ୍ଷେତ୍ରରେ ଚନ୍ଦ୍ରଙ୍କ ଯୋଗୁ ମନ ଭଲ ନ ଥିବା କାରଣରୁ ସାଧାରଣ କଥାରେ ଟେନ୍‌ସନ୍‌ ବଢ଼ିଯିବ। ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବାରୁ ଆର୍ଥିକ ଦିଗଟି ଭଲ ରହିବ। କୌଣସି ପ୍ରମାଣ ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ରାଜନୀତି, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଏକାଦଶରେ ବୁଧ ଓ ରବି ଥିବାରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ସେପରି କିଛି ହେବନି। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ରହିଥିବା ସମସ୍ୟା ଆଜି ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ର ପ୍ରତି ବଳବାନ୍‌ ଶନିଙ୍କ ଦୃଷ୍ଟିରୁ ଆଜିର ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ହେତୁ ମନ ଖୁସି ରହିବ।
ବିଛା
ବିଛା
ଶୁକ୍ରମଙ୍ଗଳ ଯୋଗାଯୋଗ ସାଙ୍ଗକୁ କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବ। କର୍ମକ୍ଷେତ୍ରର ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ବନ୍ଧୁଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ଗୁରୁଚାନ୍ଦ୍ରୀ ଯୋଗରୁ ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ମାନସିକ ସ୍ଥିତିର ପରିପନ୍ଥୀ ନୁହେଁ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଥିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ରବି ଓ ବୁଧଙ୍କ ସ୍ଥିତି କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିବ। ଶ୍ରବଣା ନକ୍ଷତ୍ରର ପ୍ରାତଃ ଭ୍ରମଣ ଓ ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ବୃହସ୍ପତି ଓ ଚନ୍ଦ୍ରଙ୍କ ସଂଯୋଗରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।
ମୀନମୀନ
ଦ୍ୱାଦଶ ବୃହସ୍ପତିଙ୍କ ଯୋଗୁ କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟିର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri