Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଦ୍ୱିତୀୟରେ ରାହୁଥିବାର କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ଭଦ୍ରମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଅବଶ୍ୟ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଚତୁର୍ଥରେ ବୁଧ ହେତୁ ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ। ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚ ଚିନ୍ତା କଲେ କ’ଣ ହେବ, ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
ମିଥୁନ
ମିଥୁନ
ବୃହସ୍ପତିଙ୍କ ଦୁର୍ବଳତାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱ ଉପଯୁକ୍ତ ନିଷ୍ପତ୍ତି ନେବାରେ ବିଳମ୍ବ କରାଇବ।
କର୍କଟ
କର୍କଟ
ସଚେତନତା ହେତୁ ସ୍ବାସ୍ଥ୍ୟ ପ୍ରାୟତଃ ନିୟନ୍ତ୍ରଣ ମଧ୍ୟରେ ରହିବ। ଅଫିସ୍‌ କାମରେ ଆପଣଙ୍କ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଶୁକ୍ରଙ୍କ ପ୍ରଭାବରୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଶନିକ୍ଷେତ୍ରରେ ଚନ୍ଦ୍ରଙ୍କ ଯୋଗୁ ମନ ଭଲ ନ ଥିବା କାରଣରୁ ସାଧାରଣ କଥାରେ ଟେନ୍‌ସନ୍‌ ବଢ଼ିଯିବ। ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବାରୁ ଆର୍ଥିକ ଦିଗଟି ଭଲ ରହିବ। କୌଣସି ପ୍ରମାଣ ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ରାଜନୀତି, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଏକାଦଶରେ ବୁଧ ଓ ରବି ଥିବାରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ସେପରି କିଛି ହେବନି। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ରହିଥିବା ସମସ୍ୟା ଆଜି ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ର ପ୍ରତି ବଳବାନ୍‌ ଶନିଙ୍କ ଦୃଷ୍ଟିରୁ ଆଜିର ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ହେତୁ ମନ ଖୁସି ରହିବ।
ବିଛା
ବିଛା
ଶୁକ୍ରମଙ୍ଗଳ ଯୋଗାଯୋଗ ସାଙ୍ଗକୁ କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବ। କର୍ମକ୍ଷେତ୍ରର ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ବନ୍ଧୁଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ଗୁରୁଚାନ୍ଦ୍ରୀ ଯୋଗରୁ ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ମାନସିକ ସ୍ଥିତିର ପରିପନ୍ଥୀ ନୁହେଁ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଥିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ରବି ଓ ବୁଧଙ୍କ ସ୍ଥିତି କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିବ। ଶ୍ରବଣା ନକ୍ଷତ୍ରର ପ୍ରାତଃ ଭ୍ରମଣ ଓ ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ବୃହସ୍ପତି ଓ ଚନ୍ଦ୍ରଙ୍କ ସଂଯୋଗରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।
ମୀନମୀନ
ଦ୍ୱାଦଶ ବୃହସ୍ପତିଙ୍କ ଯୋଗୁ କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟିର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?