Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନକୁ ଶୁକ୍ରଚନ୍ଦ୍ରଙ୍କ ଦୃଷ୍ଟି ଆପଣଙ୍କୁ ମନୋରଞ୍ଜନର ସୁଯୋଗ ପ୍ରଦାନ କରିବ । କିନ୍ତୁ ବନ୍ଧୁଙ୍କ ସହ ଆପଣଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ । କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ ।
ବୃଷ
ବୃଷ
ବୁଧ କର୍ମାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜି ଫାଇଲ୍‌ କାମ ବୃଦ୍ଧି କାରଣରୁ ଅବସର ପାଇବେ ନାହିଁ । ତେଣେ ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ । ଅବଶ୍ୟ କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ । ନିଜସ୍ବ ପରିବେଶରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ ।
ମିଥୁନ
ମିଥୁନ
ମତପାର୍ଥକ୍ୟ କାରଣରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ ା ବୃହସ୍ପତି ସ୍ବଗୃହୀ ହେତୁ କର୍ମକ୍ଷେତ୍ରରେ ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷାପାଇବେ ା ଅବଶ୍ୟ ବ୍ୟବସାୟ,ପରିବହନରେ ମାନମନାନ୍ତର ଦେଖାଦେଇପାରେ ା ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱ ଠିକ୍‌ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ ା
କର୍କଟ
କର୍କଟ
ସପ୍ତମସ୍ଥ ଗ୍ରହ ଆପଣଙ୍କୁ ଯାତ୍ରା, ଶିଳ୍ପ ଓ ବ୍ୟବସାୟ କ୍ଷେତ୍ରରେ ସୁଫଳ ପ୍ରଦାନ କରିବ ା ରାହୁଙ୍କ ନକ୍ଷତ୍ରସ୍ଥ ଶୁକ୍ରଙ୍କ ଯୋଗୁ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ା କିନ୍ତୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସମ୍ମାନିତ ହେବାର ସୌଭାଗ୍ୟ ଅର୍ଜନ କରିବେ ା ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ ା
ସି˚ହ
ସି˚ହ
ଆଜିର ରାହୁମଙ୍ଗଳଜନିତ ଲକ୍ଷ୍ମୀଯୋଗ ପ୍ରଭାବରୁ ଅର୍ଥ ଓ ସମ୍ମାନ ପାଇବେ ା କିନ୍ତୁ ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ମନ ଭଲ ନ ଥିବା କାରଣରୁ ସାଧାରଣ କଥାରେ ମଧ୍ୟ ଟେନ୍‌ସନ ବଢ଼ିଯିବ। ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ ା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ା
କନ୍ୟା
ସପ୍ତମସ୍ଥ ଗୁରୁ ସ୍ବଗୃହୀ ଯୋଗୁ ଆଜିର ଯାତ୍ରା,ବାଣିଜ୍ୟ ବହୁତ ଭଲ ରହିବ ା କିନ୍ତୁ ପ୍ରତିଦ୍ୱନ୍ଦ୍ୱୀଙ୍କ ସହ ବିବାଦ ବଢ଼ାଇଲେ ନିଜକୁ ଅପଦସ୍ଥ ହେବାକୁ ପଡ଼ିପାରେ। ଅର୍ଥ ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପର କ୍ଷଣରେ ଓଲଟା କଥା କହିପାରନ୍ତି ା ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆମତ୍ୀୟଙ୍କ ପାଇଁ ଚିନ୍ତା ବଢ଼ିପାରେ ା
ତୁଳା
ତୁଳା
କର୍ମ ସ୍ଥାନରେ ବୁଧାଦିତ୍ୟ ଯୋଗ ପ୍ରଭାବରୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରି ନେବେ ା ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବା ମଉକା ଜୁଟିବ ା ସଭାସମିତିରେ ଯୋଗ ଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ ା କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ ା
ବିଛା
ବିଛା
ଶନିଙ୍କ ଦୃଷ୍ଟିରେ ଗୁରୁ ହେତୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ ା ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ମେଳା ଉସତ୍ବ ସ୍ଥାନରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି ା ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବା ଆଶା ରହିଛି ା
ଧନୁ
ଧନୁ
ପାରିବାରିିକ ଜାଞ୍ଜଳ ବୃଦ୍ଧି ପାଇଲେ ମଧ୍ୟ ଆପଣଙ୍କ ପାଇଁ କୌଣସି ଅସୁବିଧା ରହିବ ନାହିଁ ା ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ ା ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇପାରନ୍ତି ା ସୁସମ୍ପର୍କ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ା
ମକର
ମକର
ସମସ୍ୟା ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ କରିବାକୁ ପଡ଼ିପାରେ ା ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ ା ପଡ଼ୋଶୀ କେହି ପ୍ରତିବାଦ କରିପାରନ୍ତି, ଯାହାକି ଆପଣଙ୍କ କାମ ପାଇଁ ତାହା ବାଧକ ସାଜିବ ା ଶ୍ରବଣା ନକ୍ଷତ୍ରର ପ୍ରାତଃ ଭ୍ରମଣ ଓ ମନୋରଞ୍ଜନ ପ୍ରୀତିପ୍ରଦ ହେବ ା
କୁମ୍ଭ
କୁମ୍ଭ
ଆଜି ସପ୍ତମାଧିପତି ଷଷ୍ଠସ୍ଥ ହେତୁ ଯାତ୍ରା ସମୟରେ ସମସ୍ୟାର ସମ୍ମୁଖୀନ ହେବେ । ଉପରିସ୍ଥଙ୍କ ଆସ୍ଥାଭାଜନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ସୁଧାରିନେବେ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ମୀନମୀନ
ରାଶ୍ୟାଧିପତିଙ୍କ ଶୁଭତ୍ୱ କାରଣରୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ । କିନ୍ତୁ କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଶିଳ୍ପ, ବାଣିଜ୍ୟ, ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri