Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ
ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅଫିସରେ ଅନ୍ୟମାନଙ୍କ କଥା ଭଲ ଲାଗିବ ନାହିଁ। କୃତ୍ତିକା ନକ୍ଷତ୍ର ରାଜନୈତିକ କ୍ଷେତ୍ର, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ନିକଟସ୍ଥ ବ୍ୟକ୍ତିଙ୍କୁ ମନ ବୁଝିଲା ଭଳି କଥା କହି ଆପଣେଇ ନେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ସାଙ୍ଗକୁ ସକାଳୁ ଯାହା କରିବେ ସଫଳତା ପାଇବେ। ମୃଗଶିରା ନକ୍ଷତ୍ର ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ଯୋଜନାରମ୍ଭ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ।
ମିଥୁନ
ମିଥୁନ
ଅକୁହା କଥାକୁ ଅନ୍ତରଙ୍ଗ ବନ୍ଧୁଙ୍କ ନିକଟରେ ପ୍ରକାଶ କରି ଆଶ୍ୱସ୍ତି ଅନୁଭବ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ନିଷ୍ପତ୍ତିର ଶେଷ ପର୍ଯ୍ୟାୟରେ ସବୁ କିଛି ଶେଷ ସମୟରେ ଓଲଟ ପାଲଟ ହୋଇଯିବ। ଆରର୍ଦ୍ରା ନକ୍ଷତ୍ର ସକାଶେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ।
କର୍କଟ
କର୍କଟ
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ସତର୍କରେ କାମ କରିବା ଭଲ ହେବ। ପୁନର୍ବସୁ ନକ୍ଷତ୍ର ପରିସ୍ଥିତିରେ ପଡ଼ି ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ପିଲାଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିବେ। ଆର୍ଥିକ ସ୍ଥିତି ଉନ୍ନତ ନ ହେଲେ ମଧ୍ୟ ଦୈନନ୍ଦିନର ଆବଶ୍ୟକତା ପୂରଣ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ରେ ଅଟଳ ରହି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କଲେ ମଧ୍ୟ ଜିତାପଟ ଆପଣଙ୍କର ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ର ବ୍ୟବସାୟକୁ ଆଗକୁ ବଢ଼ାଇବାପାଇଁ କୌଣସି ପଦକ୍ଷେପ ଗ୍ରହଣ କରିବେ।
କନ୍ୟା
କୌଣସି ବିବାଦୀୟ ପରିସ୍ଥିତିରେ ପକ୍ଷଭୁକ୍ତ ହୋଇ ମଧ୍ୟସ୍ଥତା କଲେ ସମାଲୋଚିତ ହେବେ। ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟ ସକାଶେ ପ୍ରତିକୂଳ ପ୍ରଭାବ ପଡିପାରେ। ତର୍କବିତର୍କ କାରଣରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ହସ୍ତା ନକ୍ଷତ୍ର ସକାଶେ ନିର୍ମାଣ, କର୍ମାରମ୍ଭ ତଥା ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ।
ତୁଳା
ତୁଳା
ସ୍ବାର୍ଥସାଧନ ପରିପେକ୍ଷୀରେ ମିତ୍ରମାନେ ଈର୍ଷାପରାୟଣ ହୋଇ ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାକୁ ଅଣଦେଖା କରିପାରନ୍ତି। ଅପରିଣାମଦର୍ଶୀ ଭାବରେ କୌଣସି କ୍ଷେତ୍ରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚିତ୍ରା ନକ୍ଷତ୍ର ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ସହ ଆଜିର ଭ୍ରମଣ ବେଶ୍‌ ଉପଭୋଗ୍ୟ ହୋଇପାରେ।
ବିଛା
ବିଛା
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ସେଥିରେ ନିଶ୍ଚିତ ଉପକୃତ ହେବେ। ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ। ଜ୍ୟେଷ୍ଠା ନକ୍ଷତ୍ରର ଅସାବଧାନତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ପାରିବାରିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ଅନ୍ୟମାନଙ୍କ ସାହାଯ୍ୟର ପ୍ରତିଶ୍ରୁତିରୁ ମନ ହାଲୁକା ରହିପାରେ। ଅପରାହ୍ନରେ ସାମୟିକ ଭାବରେ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ ପରିସରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ମକର
ମକର
ସମ୍ପର୍କୀୟଙ୍କ ସହୃଦୟତାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ଶୀର୍ଷକୁ ଯାଇପାରିବେ। ଶ୍ରବଣା ନକ୍ଷତ୍ର ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବୟସ୍କ ବ୍ୟକ୍ତିଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ହଠାତ୍‌ ନିଜର ପ୍ରିୟ ବନ୍ଧୁଟିର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା, ଯାନବାହନ, ବାଣିଜ୍ୟ, ବ୍ୟବସାୟ ସମସ୍ୟା କ୍ରମଶଃ ଜଟିଳ ହେବାର ଆଶଙ୍କା ଦେଖାଦେବ। ଧନିଷ୍ଠା ନକ୍ଷତ୍ର ସଭାସମିତିକୁ ଆହୂତ ହୋଇପାରନ୍ତି।
ମୀନମୀନ

ସହକର୍ମୀ କିମ୍ବା ବନ୍ଧୁଙ୍କ ବଦାନ୍ୟତାରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କେତେକ କ୍ଷେତ୍ରରେ ଅଜଣା ଭୟରେ ଆତଙ୍କିତ ହୋଇ କୌଣସି କାର୍ଯ୍ୟାରମ୍ଭ କରିପାରିବେ ନାହିଁ। ପରିବାରରେ ଛୋଟଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। କଳା, ସାହିତ୍ୟ ତଥା ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରଶଂସାର ପାତ୍ର ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri