Posted inRasifala

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ
ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ସୁସମ୍ପର୍କରେ କଳହ ଜନିତ ମତାନ୍ତର ସୃଷ୍ଟି ହେବ। ତର୍କ ବିତର୍କ ଓ ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ଆଜିର ପ୍ରତ୍ୟୁଷରୁ ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ। ହାତକୁ ନେଇଥିବା କାର୍ଯ୍ୟ ସକାଶେ ଆର୍ଥିକ ଅନଟନ ଅନୁଭବ କରିବେ।
ମିଥୁନ
ମିଥୁନ
ନିଜ ପରିସରର ଲୋକଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ମୂଲ୍ୟବାନଜିନିଷ, ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱ ନ ଦେଲେ ପରେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
କର୍କଟ
କର୍କଟ
ସାଧାରଣ ବ୍ୟତିକ୍ରମକୁ କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରାଇପାରିବେ। ଅତୀତ ଘଟଣାର ସମୀକ୍ଷା କରିବେ ଓ କିଛି ନୂତନ ସିଦ୍ଧାନ୍ତ ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ବ୍ୟବସାୟ, ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ।
କନ୍ୟା
କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବେ ବିଚାର ନ କରି ଓ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରି ପାରନ୍ତି। ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମତାନ୍ତରଜନିତ ସାୟାହ୍ନେ ପାରିବାରିିକ ସଦ୍‌ଭାବ ରହିବ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ହେଳା କରିପାରନ୍ତି।
ତୁଳା
ତୁଳା
ସମସ୍ୟା ଲାଗିରହୁଥିବାରୁ ବିଭିନ୍ନ କ୍ଷେତ୍ରରେ ପ୍ରତିରୋଧର ସାମନା କରିବାକୁ ପଡ଼ିବ। ପଡ଼ୋଶୀଙ୍କ ସହ ସମ୍ପର୍କବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ସ୍ବାସ୍ଥ୍ୟ ହାନି କାରଣରୁ କାମ ପାଇଁ ନିସ୍ପୃହତା ଦେଖାଯିବ।
ବିଛା
ବିଛା
ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ଼ ଟାଣି ପାରନ୍ତି। ସହମତି ଅଭାବରୁ ପରିବାରରେ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ଧନୁ
ଧନୁ
ଆଶା କରୁଥିବା ଦିଗରୁ ଅର୍ଥ ଓ ସହଯୋଗ ପାଇବାର ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଅଚାନକ ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିବେ। କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ପୂର୍ବ ଶତ୍ରୁତାକୁ ନେଇ ପଡ଼ୋଶୀମାନେ ଅସୁବିଧା ସମୟରେ ପାଖ ମାଡ଼ିବେ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଏକ ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବ ହେବାରୁ ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରରେ ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ।
କୁମ୍ଭ
କୁମ୍ଭ
କର୍ମ କ୍ଷେତ୍ରରେ, ପରିବାରରେ ତଥା ପ୍ରତ୍ୟେକ ଦିଗରୁ ଅସୁବିଧା ଦେଇ କାମ ହାସଲ କରିବେ। ସାହାଯ୍ୟ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ। ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ। ସମସ୍ୟାଜନିତ ଯେତେ ଚେଷ୍ଟା କଲେ ସୁଦ୍ଧା ଲକ୍ଷ୍ୟ ହାସଲରେ ସମର୍ଥ ହେବେ ନାହିଁ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?