Posted inRasifala

ରାଶିଫଳ: ରବିବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ
ସହକର୍ମୀଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲ ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ଅଶ୍ୱିନୀ ନକ୍ଷତ୍ରର ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ବୈର ମନୋଭାବ, ଜମିଜମା କାରବାରରେ କଳହ ଏବଂ ତର୍କ ବିତର୍କର ସମ୍ମୁଖୀନ ହେବେ। ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ରୋହିଣୀ ନକ୍ଷତ୍ରର ବିଶେଷ ଭ୍ରମଣ ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ରୋହିଣୀ ନକ୍ଷତ୍ରର ହାତକୁ ନେଇଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମିଥୁନ
ମିଥୁନ
ମୃଗଶିରା ସକାଶେ ନିଜ ପରିସରର ଲୋକଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ମୂଲ୍ୟବାନ ଦ୍ରବ୍ୟ ଲାଭ କରି ଖୁସି ରହିବେ।
କର୍କଟ
କର୍କଟ
ଆଜି ମଉଜ ମଜଲିସ୍‌ ସକାଶେ ମନ ବଳାଇବେ। କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଅତୀତ ଘଟଣାର ସମୀକ୍ଷା କରିବେ ଓ ନୂତନ ସିଦ୍ଧାନ୍ତ ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ପୁଷ୍ୟା ନକ୍ଷତ୍ର ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ବ୍ୟବସାୟ, ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ମଘା ନକ୍ଷତ୍ରର ବିବାଦୀୟ ଘଟଣାରେ ବିଜୟ ଲାଭ ଅବଶ୍ୟମ୍ଭାବୀ।
କନ୍ୟା
କୌଣସି କଥାକୁ ଠିକ୍‌ ଭାବେ ବିଚାର ନକରି ଓ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି। ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ହସ୍ତା ନକ୍ଷତ୍ରର ମତାନ୍ତର ଜନିତ ସାୟାହ୍ନେ ପାରିବାରିକ ସଦ୍ଭାବ ରହିବ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷା କରି ଠିକ୍‌ ସମୟରେ ଆସିବାରେ ହେଳା କରିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ସକାଶେ ଆଜି ବିଭିନ୍ନ କ୍ଷେତ୍ରରେ ପ୍ରତିରୋଧର ସାମ୍ନା କରିବାକୁ ପଡ଼ିବ। କୌଣସି ନୀଚଜନ ସହ ସମ୍ପର୍କ ବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ କମିଯିବା ଅନୁଭବ କରିବେ।
ବିଛା
ବିଛା
ସମ୍ପର୍କୀୟମାନେ ଈର୍ଷା ପରାୟଣ ହୋଇ ପଛରୁ ଗୋଡ଼ ଟାଣିପାରନ୍ତି। ଅନୁରାଧା ନକ୍ଷତ୍ର ପରିବାରରେ ଯୋଜନାଗୁଡ଼ିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇ ପଡ଼ିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ସହଯୋଗ ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଅଚାନକ ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ପୂର୍ବ ଶତ୍ରୁତାକୁ ନେଇ ପାଖ, ପଡ଼ୋଶୀମାନେ ଅସୁବିଧା ସମୟରେ ପାଖ ମାଡ଼ିବେ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଧନିଷ୍ଠା ନକ୍ଷତ୍ରର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟ କରି ବ୍ୟସ୍ତ ହୋଇପାରନ୍ତି। କେତେକ ମନଗଢ଼ା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ କର୍ମ କ୍ଷେତ୍ରରେ, ପରିବାରରେ ତଥା ପ୍ରତ୍ୟେକ ଦିଗରୁ ଅସୁବିଧା ଭିତରେ କାମ ହାସଲ କରିବେ। ସାହାଯ୍ୟ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବାକୁ ପଡ଼ିପାରେ। ଶତଭିଷା ନକ୍ଷତ୍ର ପରିବାରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଯେତେ ଚେଷ୍ଟା କଲେ ସୁଦ୍ଧା ଲକ୍ଷ୍ୟ ହାସଲରେ ସମର୍ଥ ହେବେ ନାହିଁ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। ପୂର୍ବଭାଦ୍ରବ ନକ୍ଷତ୍ର ପରିବାରରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇ ପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri