Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବହୁତ ଭଲ ରହିବ। ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। କିନ୍ତୁ ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ ।
ବୃଷ
ବୃଷ
ନିଜ ସନ୍ତାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ରକରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ଯେ କୌଣସି ପରିସ୍ଥିତି ହେଉନା କାହିଁକି, ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାର ଆଶଙ୍କା ସୃଷ୍ଟି କରିବ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ ।
ତୁଳା
ତୁଳା
ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରନ୍ତୁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ,ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା,ସଙ୍ଗୀତ,ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅସ୍ଥିରତାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆଶା କରିଥିବା ଖବର ପାଇ ସାମୟିକ ଆନନ୍ଦ ଅନୁଭବ କରିବେ।
ମକର
ମକର
ଆଜି ମାନସିକ ସ୍ଥିରତା କେତେମାତ୍ରାରେ କ୍ଷୁଣ୍ଣ ହୋଇପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡ଼ିବ। ବନ୍ଧୁଙ୍କ ସହାୟତାରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ
ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri