Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ
ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଯାତ୍ରା ସମୟରେ ଅସାବଧାନତା ହେତୁ କିମ୍ବା ଅନ୍ୟମନସ୍କ କାରଣରୁ ଅର୍ଥହାନିର ସମ୍ଭାବନା ରହିଛି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦର ସମ୍ମୁଖୀନ ହେବାକୁ ପଡ଼ିବ। କଳା, ସାହିତ୍ୟ, ସଂସ୍କୃତି ଓ ସାଂସ୍କୃତିକ ଅନୁଷ୍ଠାନରେ ସାମିଲ ହୋଇପାରନ୍ତି।
ବୃଷ
ବୃଷ
ହିତୈଷୀଙ୍କ ପରାମର୍ଶରେ ପାରିବାରିକ ସମସ୍ୟାଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ସନ୍ତାନଙ୍କ ଉଚ୍ଚଶିକ୍ଷା ହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ବ୍ୟବସାୟିକ ଦିଗ ଏବଂ ଜମିଜମା କାରବାର କ୍ଷେତ୍ରରେ ସାଧାରଣ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ କିଛିଟା ବ୍ୟତିକ୍ରମକୁ ନେଇ ସହକର୍ମୀଙ୍କ ସହ ମନାନ୍ତର ଘଟିବ। କାର୍ଯ୍ୟରେ ଅବହେଳା ଜନିତ ପଦାଧିକାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପୂର୍ବାପେକ୍ଷା ସ୍ବାସ୍ଥ୍ୟାବସ୍ଥାରେ ସାଧାରଣ ଉନ୍ନତି ପରିଲକ୍ଷିତ ହେବ।
କର୍କଟ
କର୍କଟ
ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା ଦିଗରେ ମନ ବଳାଇବେ। କର୍ମକ୍ଷେତ୍ରରେ ସୁଯୋଗର ସଦ୍‌ ବ୍ୟବହାର କରି ଖୁସି ରହିପାରନ୍ତି। ବିବାଦୀୟ ଘଟଣା କ୍ରମଶଃ ସମାଧାନ ଦିଗକୁ ଗତି କରୁଥିବାରୁ ଟେନସନ୍‌ କମିଯିବ। ଭଲ ସମ୍ପର୍କ ନଥିବା ବ୍ୟକ୍ତିମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ସି˚ହ
ସି˚ହ
କର୍ମାଧିପ ଶନିଙ୍କ ସହ ରାହୁ ଦୃଷ୍ଟିରେ ଥିବାରୁ କୌଣସି କାର୍ଯ୍ୟାରମ୍ଭ ପୂର୍ବରୁ ଭଲଭାବରେ ଚିନ୍ତା କରିବା ଭଲ ହେବ। ଯାତ୍ରା କାଳରେ ସତର୍କ ନ ହେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଦୋଷ, ଦୁର୍ବଳତାକୁ ଘୋଡ଼ାଇବାକୁ ଯାଇ ମିଥ୍ୟା କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଭାବ ନଥାଇ ମଧ୍ୟ ପାରିବାରିକ ସମସ୍ୟାରେ ଚିନ୍ତିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପାରିବାରିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିପାରିବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ବୈବାହିକ କାର୍ଯ୍ୟ ସକାଶେ ନୂତନ ବନ୍ଧୁସମ୍ପର୍କ ସ୍ଥାପିତ ହୋଇପାରେ।
ତୁଳା
ତୁଳା
ସମସ୍ୟାଗୁଡ଼ିକୁ ସମାଧାନ କରିବାରେ ବ୍ୟସ୍ତତା ଅନୁଭବ କରିବେ। ସ୍ବତନ୍ତ୍ର ଭାବରେ ନିମନ୍ତ୍ରିତ ହୋଇ ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, କ୍ଷେତ୍ରରେ ଆମତ୍ନିର୍ଭରଶୀଳତାକୁ ପସନ୍ଦ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ବନ୍ଧୁମାନଙ୍କ ସହ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିବେ।
ବିଛା
ବିଛା
ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କଠାରୁ କ୍ରମଶଃ ଦୂରେଇ ଯାଇପାରେ। ପରିବାରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବ୍ୟବସାୟ ଓ ପରିବହନରେ ସନ୍ତୋଷଜନକ ସଫଳତା ପାଇବେ।
ଧନୁ
ଧନୁ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ତଦନୁଯାୟୀ ବନ୍ଧୁଙ୍କ ସହ ଆଲୋଚନା କରିବେ। ସନ୍ତାନଙ୍କ ଶିକ୍ଷା ଓ ପରୀକ୍ଷାର ସଫଳତାରେ ସନ୍ଦେହମନା ହୋଇ ଅସ୍ଥିରତା ପ୍ରକାଶ କରିପାରନ୍ତି। ସହମତିରେ କାମ କଲେ ସଫଳତା ମିଳିବ। କଠିନ ଶ୍ରମ ଓ ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ପ୍ରତିକୁଳ ପ୍ରଭାବ ପଡ଼ିବାର ସୂଚନା ରହିଛି।
ମକର
ମକର
କାମରେ ପ୍ରତିବନ୍ଧକ ଲାଗିରହିବା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ। ପୁନଶ୍ଚ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାମାଜିକ ସ୍ତରରେ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି। ବିବାଦୀୟ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କୋର୍ଟକଚେରି ଫଳ ଅନୁକୂଳ।
କୁମ୍ଭ
କୁମ୍ଭ
କେତେକ ସମ୍ଭାବ୍ୟ ସମସ୍ୟାକୁ ନେଇ ପିଲାମାନଙ୍କ ଆଗାମୀ ଉଚ୍ଚଶିକ୍ଷା ସକାଶେ ମନ ଭାରାକ୍ରାନ୍ତ ରହିପାରେ। ଅତ୍ୟାବଶ୍ୟକ ଜିନିଷଟି ପାଖରେ ନ ଥିବା କାରଣରୁ ଅନ୍ୟମାନଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି। ତୃତୀୟସ୍ଥ ରାହୁ ଓ ଶୁକ୍ର ମଙ୍ଗଳ କ୍ଷେତ୍ରସ୍ଥ ଯୋଗୁ ନିଜ କାମ ଛାଡ଼ି ପରକଥାରେ ମୁଣ୍ଡ ପୂରାନ୍ତୁନି।
ମୀନମୀନ
ଗୁରୁତ୍ୱପୂର୍ଣ୍ଣ କାମଟିରେ ଅବହେଳା କରି ଅନୁତାପ କରିପାରନ୍ତି। ଆଜିର ଅବସର ସମୟରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ନୂତନ ଚାକିରି ଅଫର ପରିପ୍ରେକ୍ଷୀରେ ବିଦେଶ ଯାତ୍ରା ଯୋଗର ପ୍ରସ୍ତୁତି କରିପାରନ୍ତି। ପ୍ରକାଶନ, ପ୍ରଶାସନ, କଚେରି ମାମଲା କ୍ଷେତ୍ରରେ ସାମୟିକ ସମସ୍ୟା ଦେଖାଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୦ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ଏକ ମନ ହୋଇଯିବେ। ଦ୍ୱିଜା ନକ୍ଷତ୍ର ସକାଶେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ।…

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri