Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ପୂର୍ବର ସମସ୍ୟା ସୁଧୁରି ଯାଇଥିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଟେନ୍‌ସନ କିଛି ମାତ୍ରାରେ କମିଯିବ। ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସଭାସମିତି,ସଂଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତ ମାନର ସୁଫଳ ପାଇବେ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ହସି ହସି କଥା କହିବାକୁ ପଡ଼ିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ମିଥୁନ
ମିଥୁନ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ; ଯାହା କି ମନକୁ ଆଶ୍ୱାସନା ଦେବାରେ ସମର୍ଥ ହେବ। ବନ୍ଧୁମାନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ସହ କର୍ମକ୍ଷେତ୍ରର ସ୍ଥିତି ସ୍ବାଭାବିକ ରହିବ। ମାତ୍ର ଭୁଲ୍‌ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁ ମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ। କାମଟିକୁ ସମ୍ପନ୍ନ କରିବା ପରିପ୍ରେକ୍ଷୀରେ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ଗୋଟିଏ ସମସ୍ୟା ନ ସରୁଣୁ ଅନ୍ୟ ଏକ ସମସ୍ୟାର ଉପସ୍ଥିତି ମନକୁ ବିଭ୍ରାନ୍ତ କରିପାରେ। ଏହା ସଙ୍ଗକୁ ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ବନ୍ଧୁମାନଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ଆତ୍ମୀୟଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ଚିନ୍ତା ବଢିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ। ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡବଡେଇ ଯାଇପାରନ୍ତି।
ତୁଳା
ତୁଳା
ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ। ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ହଠାତ୍‌ ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ବିଛା
ବିଛା
ଧୈର୍ଯ୍ୟର ସୀମା ଲଙ୍ଘନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ। ଅସାବଧାନତା କିମ୍ବା ଦୂରଦର୍ଶିତା ଅଭାବରୁ ଅଥବା ନିଜର ଅବହେଳାରୁ ହାତ ମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆତ୍ମୀୟଙ୍କ ସହାୟତା ଲାଭକରି ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ଆଜି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇବେ।
ମକର
ମକର
ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଅନୁଭବ କରିବେ। ପ୍ରଶାସନିକ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ ସକାଶେ ମନ ବଳାଇବେ। ସରକାରୀ ସାହାଯ୍ୟ କିମ୍ବା ବ୍ୟାଙ୍କ ମାଧ୍ୟମରେ ଆର୍ଥିକ ଦୁରବସ୍ଥାକୁ ସାମୟିକ ସୁଧାରି ନେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ପଡ଼ୋଶୀଙ୍କ ସହାୟତାରେ ନିକଟ ସମ୍ପର୍କୀୟମାନଙ୍କ ବନ୍ଧୁତା ଜମେଇବେ।
ମୀନମୀନ
ଆପଣଙ୍କ ଚେଷ୍ଟା ଅବ୍ୟାହତ ରହିଲେ ମଧ୍ୟ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ବୃଥା ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣାଜନିତ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। କୌଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖବର ପାଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସଂକେତ ମନକୁ ସ୍ବାଭାବିକ କରିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri