Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ଅଶ୍ୱିନୀର ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନାରେ ଟେନ୍‌ସନ କିଛି ମାତ୍ରାରେ କମିଯିବ। ପରିବାରରେ ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ।
ବୃଷ
ବୃଷ
ଦ୍ୱିଜା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ଦୁଃଖକୁ ଲୁଚାଇ ହସି ହସି କଥା କହିବାକୁ ପଡ଼ିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ମିଥୁନ
ମିଥୁନ
ମୃଗଶିରା ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିବା ଭଲ । ମନ ବୁଝିଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ଅଶ୍ଳେଷାର ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ସ୍ବାଭାବିକ ରହିବ । ଭୁଲ୍‌ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ । କାମଟିକୁ ସମ୍ପନ୍ନ କରିବା ପରିପ୍ରେକ୍ଷୀରେ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ମଘା ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରାୟତଃ ମନ୍ଦ ହେବନି । ବନ୍ଧୁମାନଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ହସ୍ତା ନକ୍ଷତ୍ର ପାରିବାରିକ ଜୀବନରେ ଉଚିତ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଆମତ୍ୀୟସ୍ବଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢ଼ିପାରେ। ବାଣିଜ୍ୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡ଼ବଡ଼େଇ ଯାଇପାରନ୍ତି ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ହଠାତ୍‌ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହବେ।
ବିଛା
ବିଛା
ଧୈର୍ଯ୍ୟର ସୀମା ଲଙ୍ଘନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେବ। ଦୂରଦର୍ଶିତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯାଇପାରେ। ଅନୁରାଧା ନକ୍ଷତ୍ର ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ମୂଳା ନକ୍ଷତ୍ର ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ଆଶଙ୍କା ଦେଖାଦେବ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇବେ।
ମକର
ମକର
ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବାର ଅନୁଭବ କରିବେ। ଶ୍ରବଣା ନକ୍ଷତ୍ର ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ ସକାଶେ ମନ ବଳାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଶତଭିଷା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ।
ମୀନମୀନ
ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ବୃଥା ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣାଜନିତ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ରେବତୀ ନକ୍ଷତ୍ର କୌଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri