Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ଅଶ୍ୱିନୀର ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନାରେ ଟେନ୍‌ସନ କିଛି ମାତ୍ରାରେ କମିଯିବ। ପରିବାରରେ ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ।
ବୃଷ
ବୃଷ
ଦ୍ୱିଜା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ଦୁଃଖକୁ ଲୁଚାଇ ହସି ହସି କଥା କହିବାକୁ ପଡ଼ିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ମିଥୁନ
ମିଥୁନ
ମୃଗଶିରା ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିବା ଭଲ । ମନ ବୁଝିଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ଅଶ୍ଳେଷାର ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ସ୍ବାଭାବିକ ରହିବ । ଭୁଲ୍‌ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ । କାମଟିକୁ ସମ୍ପନ୍ନ କରିବା ପରିପ୍ରେକ୍ଷୀରେ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ମଘା ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରାୟତଃ ମନ୍ଦ ହେବନି । ବନ୍ଧୁମାନଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ହସ୍ତା ନକ୍ଷତ୍ର ପାରିବାରିକ ଜୀବନରେ ଉଚିତ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଆମତ୍ୀୟସ୍ବଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢ଼ିପାରେ। ବାଣିଜ୍ୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡ଼ବଡ଼େଇ ଯାଇପାରନ୍ତି ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ହଠାତ୍‌ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହବେ।
ବିଛା
ବିଛା
ଧୈର୍ଯ୍ୟର ସୀମା ଲଙ୍ଘନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେବ। ଦୂରଦର୍ଶିତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯାଇପାରେ। ଅନୁରାଧା ନକ୍ଷତ୍ର ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ମୂଳା ନକ୍ଷତ୍ର ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ଆଶଙ୍କା ଦେଖାଦେବ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇବେ।
ମକର
ମକର
ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବାର ଅନୁଭବ କରିବେ। ଶ୍ରବଣା ନକ୍ଷତ୍ର ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ ସକାଶେ ମନ ବଳାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଶତଭିଷା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ।
ମୀନମୀନ
ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ବୃଥା ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣାଜନିତ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ରେବତୀ ନକ୍ଷତ୍ର କୌଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri