Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଅର୍ଥ ସମ୍ପର୍କୀୟ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିବ। ସୁଧାରି ନେବାର ଚେଷ୍ଟା କରିବେ। ସରକାରୀ କାମରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ। ବିବାଦୀୟ ଘଟଣାଠାରୁ ଦୂରେଇ ରହିବା ଭଲ ହେବ।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ପୁରାତନ ରୋଗରୁ ସାମୟିକ ପୀଡ଼ା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ପରିବାର ସଦସ୍ୟଙ୍କ ସହମତିରେ କୌଣସି କର୍ମାରମ୍ଭ କରିବେ। ଜମିଜମା ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ଖୁସି ହୋଇଯିବ। ପରିବାର ସଦସ୍ୟମାନଙ୍କ ଉଦାରତା ମାନସିକ ଶାନ୍ତି ଫେରାଇ ଆଣିବାରେ ସାହାଯ୍ୟ କରିବ।
ସି˚ହ
ସି˚ହ
ଆଜି ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ମିଳିବାର ଆଶା ରହିଛି। ଆତ୍ମୀୟମାନଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା
ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନ ଭଲ ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ତରବର ନ ହୋଇ ଧୀରେସ୍ଥିରେ କାମକଲେ ସମସ୍ୟାର ସରଳ ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ତୁଳା
ତୁଳା
ସ୍ବାସ୍ଥ୍ୟ ଭଲ ରହୁନଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆଜି ଶେଷ କରିବାକୁ ଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ା ଲାଗିବାର ସମ୍ଭାବନା ରହିଛି।
ବିଛା
ବିଛା
ଆଜି କୌଣସି ବନ୍ଧୁଙ୍କ କଥା ଚିନ୍ତାକରି ମନଟା ଭଲ ଲାଗିବ ନାହିଁ। କୌଣସି ନୂଆ କାମଟିଏ କରିବା ପୂର୍ବରୁ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ସମସ୍ୟା ବୃଦ୍ଧି ପାଇବା ବ୍ୟତୀତ କିଛି ଲାଭ ହେବନି। ମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଈର୍ଷାନ୍ବିତ ବନ୍ଧୁଙ୍କ ପ୍ରାୟୋଜିତ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ପୂର୍ବାଷାଢ଼ା ନକ୍ଷତ୍ର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ସାମାନ୍ୟ ଅଗ୍ରଗତି ଘଟିବ।
ମକର
ମକର
ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପାଖ ପଡ଼ୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଆଜିର ସନ୍ଧ୍ୟା ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍‌ସନ ଲାଗି ରହିବ।
କୁମ୍ଭ
କୁମ୍ଭ
ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସ୍ଥିତି ଦୃଢ଼ କରିନେବେ। ନିଜ ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ସମୟାନ୍ତରେ ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କିନ୍ତୁ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ ଯୋଗୁଁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। କଠିନ ପରିଶ୍ରମ ଓ ବିଶେଷ ଭ୍ରମଣ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ସନ୍ତାନଙ୍କ ଗୌରବରେ ଗର୍ବ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri