Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ଧନ ସ୍ଥାନରେ ମଙ୍ଗଳ ଗ୍ରହ ଅବସ୍ଥାନ କରି ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାରେ ଚେଷ୍ଟା କରିବେ। ଅବଶ୍ୟ ଏଥିପାଇଁ ଧାରକରଜ କରାଇଦେବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇ ପାରନ୍ତି।
ବୃଷ
ବୃଷ
ଲାଲ ଗ୍ରହ ମଙ୍ଗଳ ରାଶିରେ ମାନସିକ ସ୍ଥିତିକୁ ଉତ୍ତେଜନାପ୍ରବଣ କରାଇପାରନ୍ତି। କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇ ବ୍ୟସ୍ତତା ଅନୁଭବ କରିବେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ନିଚାଭିମୁଖୀ ରବିଙ୍କ କୁପ୍ରଭାବରୁ ପଡ଼ୋଶୀ କିମ୍ବା ଆତ୍ମୀୟଙ୍କ ସହ ସମ୍ପକ ହ୍ରାସ ଘଟିବ। ଜମିଜମା ସମ୍ପର୍କିତ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ଆର୍ଥିକ ଅନଟନ ଲାଗିରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ରାଶ୍ୟାଧିପ ଭାଗ୍ୟସ୍ଥାନକୁ ଦୃଷ୍ଟି ଦେଉଥିବାରୁ କୌଣସି ନୂତନ କାମରେ ହାତ ଦେଇପାରନ୍ତି। ବନ୍ଧୁ କିମ୍ବା ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।
ସି˚ହ
ସି˚ହ
ରବି ବିଳାସକାରକ ଶୁକ୍ରଙ୍କ ସଂଯୋଗରେ ଥିବାରୁ ପରିବାରର ଦାବି ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମକ୍ଷେତ୍ରରେ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ବାଣିଜ୍ୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ରାଶିରେ ଚତୁଃ ଗ୍ରହ ଏକତ୍ର ସମାବେଶ ହେତୁ ବିଭିନ୍ନ ସମସ୍ୟା ନେଇ ଚିନ୍ତିତ ହେବେ। କର୍ମକ୍ଷେତ୍ରରେ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟା ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୈାଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ ା
ତୁଳା
ତୁଳା
ଶୁକ୍ର ନୀଚାଭିମୁଖୀ ହେବାଜନିତ ସ୍ବାସ୍ଥ୍ୟ ଭଲ ରହୁ ନ ଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତିକରିବ। କୈାଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ବୃଦ୍ଧି ପାଇବ।
ବିଛା
ବିଛା
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ ମଙ୍ଗଳ ପ୍ରଭାବରୁ ଜମିଜମା କ୍ରୟବିକ୍ରୟ ବିଷୟରେ ଆଲୋଚନା କରିପାରନ୍ତି। ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ପାଇପାରେ।
ଧନୁ
ଧନୁ
ଚନ୍ଦ୍ର କେନ୍ଦ୍ରସ୍ଥ ବୃହସ୍ପତି ଯୋଗୁ ଆଜି କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ଆଦରଣୀୟ ରହିବେ। ରାହୁଙ୍କ ସ୍ଥାନ ସ୍ଥିତିଜନିତ ଆପଣ ଭୁଲ ନିଷ୍ପତ୍ତି ନେଇ ଅନୁତାପ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ପାଇବେ। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ସମସ୍ୟା ସମାଧାନ ପୂର୍ବକ ଅଗ୍ରଗତି ଘଟିବ ।
ମକର
ମକର
ଭାଗ୍ୟ ସ୍ଥାନରେ ଏକାଧିକ ଗ୍ରହ ସନ୍ନିବେଶିତ ହେତୁ ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ସନ୍ଧ୍ୟା ସମୟରେ ପରିବାର ସହ ସୁଖ ଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗିରହିବ।
କୁମ୍ଭ
କୁମ୍ଭ
ମଙ୍ଗଳ ସ୍ବଗୃହକୁ ଦେଖୁଥିବାରୁ କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ଅନୁକୂଳ ଗ୍ରହ ପ୍ରଭାବରୁ ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। କଠିନ ଶ୍ରମ ଓ ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଅଟକି ରହିଥିବା କାମଟି ଅପରାହ୍ନେ ସମ୍ପନ୍ନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri