Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ଅଷ୍ଟମ ଚନ୍ଦ୍ର ହେତୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ତଥାପି ସମସ୍ୟା ଥିଲେ ମଧ୍ୟ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଆବଶ୍ୟକତାନୁସାରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ବୃଷ
ବୃଷ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ସ୍ବଗୃହୀ ରବି ଓ ବୁଧ ହେତୁ ପରିବାର ମଧ୍ୟରେ ସମସ୍ୟାର ଗୁରୁତ୍ୱ ଉପଲବ୍‌ଧି କରି ବିହିତ ପଦକ୍ଷେପ ନେବା ଭଲ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆପଣଙ୍କୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଥିବା ସମୟରେ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି।
ମିଥୁନ
ମିଥୁନ
ତୃତୀୟସ୍ଥ ବୁଧାଦିତ୍ୟ ହେତୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସମସ୍ୟା ଲାଗି ରହିବା କାରଣରୁ ବ୍ୟବସାୟକୁ ସଙ୍କୁଚିତ କରି ନେଇ ପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇ ପରିସ୍ଥିତିକୁ ଲାଘବ କରିବେ। କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା, ଚଳଚ୍ଚିତ୍ରାଦିରେ ଉନ୍ନତି କରିବାର ସୂଚନା ରହିଛି।
କର୍କଟ
କର୍କଟ
ଭାଗ୍ୟସ୍ଥାନ ପ୍ରତି ମଙ୍ଗଳଙ୍କ ଦୃଷ୍ଟି କାରଣରୁ ସଫଳତାରେ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ତର୍କ ଓ ବିବାଦକୁ କେନ୍ଦ୍ର କରି ଟଣାଓଟରା ଦେଖାଦେଇପାରେ। ଆପଣ ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, କିନ୍ତୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ସି˚ହ
ସି˚ହ
ଚନ୍ଦ୍ରଙ୍କ ଶୁଭଦୃଷ୍ଟିଜନିତ ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସ୍ଥଗିତ କାମ ପାଇଁ ହଠାତ୍‌ ଆଶା କରିଥିବା କାୈଣସି ଖବର ପାଇ ଖୁସି ହେବେ। ଛୋଟ ଛୋଟ ଘଟଣାକୁ ଅସାଧାରଣ ମନେ କରି ବ୍ୟସ୍ତ ହୁଅନ୍ତୁ ନାହିଁ। କୋର୍ଟକାର୍ଯ୍ୟ ଅନୁକୂଳ ହୋଇପାରେ।
କନ୍ୟା
ପାପଗ୍ରହଯୁକ୍ତ ବୃହସ୍ପତି ହେତୁ ଆପଣଙ୍କ ସରଳତାର ସୁଯୋଗ ନେଇ କେହି କ୍ଷତି ସାଧନ କରିପାରେ। ଅନ୍ୟକୁ ଦେଇଥିବା ଟଙ୍କା ଫେରି ପାଇବା ପାଇଁ ବିବାଦ ଭିତରକୁ ଟାଣି ହେବାକୁ ପଡ଼ିବ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବା ସାଙ୍ଗକୁ ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ମଙ୍ଗଳଙ୍କ ଦ୍ୱାଦଶାବସ୍ଥାନ ଜନିତ ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ନ ପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ।
ବିଛା
ବିଛା
ଦୁଃସ୍ଥାନସ୍ଥ କେତୁ ପ୍ରଭାବରେ ଅତୀତ ଦିନର କେତେକ କଥା ମନକୁ ଆଲୋଡ଼ିତ କରିପାରେ। ନିଜର ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡ଼ିବା କାରଣକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚ ବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
କର୍ମସ୍ଥ ମଙ୍ଗଳଜନିତ ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ଏହା ସାଙ୍ଗକୁ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅଭାବ ପୂର୍ଣ୍ଣତା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା କାରଣରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ।
ମକର
ମକର
ଚତୁର୍ଥଭାବ ପାପଗ୍ରସ୍ତ ହେତୁ ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ିପାରେ। ଏହା ସାଙ୍ଗକୁ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହେବେ। ବନ୍ଧୁମାନଙ୍କ କଥାରେ ବିଶ୍ୱାସୀ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ତୃତୀୟ ଭାବର ଅଶୁଭତ୍ୱ କାରଣରୁ ବନ୍ଧୁବାନ୍ଧବଙ୍କ ସମ୍ପର୍କରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଆଜି ଆୟ ତୁଳନାରେ ବ୍ୟୟ ବଢ଼ିବ। ପ୍ରତ୍ୟେକ କ୍ଷେତ୍ରରେ ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ିଚାଲନ୍ତୁ, ଅବଶ୍ୟ ଉପକୃତ ହେବେ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି।
ମୀନମୀନ

ଚନ୍ଦ୍ର କ୍ଷେତ୍ରସ୍ଥ ଶୁକ୍ରଜନିତ ପଡ଼ୋଶୀଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଦୀର୍ଘ ଦିନରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରି ଚିନ୍ତିତ ରହିବେ। ପୂର୍ବ ଆଲୋଚନା ଅନୁଯାୟୀ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଆକସ୍ମିକ ଭାବରେ ଦୂରଯାତ୍ରାର ମସୁଧା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?