Posted inRasifala

ରାଶିଫଳ: ଶନିବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ
ରାହୁ ମଙ୍ଗଳ ଯୋଗରୁ ପ୍ରତ୍ୟେକ ପ୍ରକାର ପରିସ୍ଥିତିକୁ ସାମ୍‌ନା କରି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କେନ୍ଦ୍ରସ୍ଥ ଚନ୍ଦ୍ର ପ୍ରଭାବରେ ସମ୍ପର୍କୀୟଙ୍କ କାମରେ ହସି ହସି ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଚାହିଁ ବସିଥିବ ପ୍ରତୀକ୍ଷିତ ଖବର ହଠାତ୍‌ ପାଇ ଖୁସି ହୋଇଯିବେ। କଠୋର ଶ୍ରମ ଶେଷରେ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ଉପଚୟସ୍ଥ ଚନ୍ଦ୍ର ପ୍ରଭାବରେ ଅର୍ଥପ୍ରାପ୍ତିର ଲାଳସା ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ମଧ୍ୟାହ୍ନ ପରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ କରିପାରନ୍ତି।
କର୍କଟ
କର୍କଟ
ସାମାନ୍ୟ ଖର୍ଚ୍ଚାନ୍ତ ହେବା ଦ୍ୱାରା ଦୀର୍ଘଦିନର ଆଶା ଫଳବତୀ ହୋଇପାରିବ। ଅଫିସ୍‌ ସମ୍ବନ୍ଧୀୟ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହାଯ୍ୟର ଗନ୍ଧ ନ ଥାଇ ସାଙ୍ଗମାନଙ୍କ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଗାମୀ କାର୍ଯ୍ୟ ସକାଶେ ସମ୍ପର୍କୀୟଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ କଲେ ଅବଶ୍ୟ ଉପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତାକୁ ନେଇ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ଆଲୋଚନା କାଳରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
କେତୁଙ୍କ ପ୍ରଭାବରେ ଉପର ମନ୍ୟରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ପାରିବାରିକ ସ୍ତରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଶୁଭ କାର୍ଯ୍ୟରେ ବନ୍ଧୁମିଳନ ସଙ୍ଗକୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ସ୍ବାତୀ ନକ୍ଷତ୍ର ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ସରକାରୀ ଦପ୍ତରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ। ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଅନୁରାଧା ନକ୍ଷତ୍ରର ବିଳମ୍ବରେ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ।
ଧନୁ
ଧନୁ
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମୂଳା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପରିବହନ କ୍ଷେତ୍ରରେ ସମସ୍ୟାର ସମଧାନ ହେବ। ବନ୍ଧୁମେଳରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଅର୍ଥାଭାବ ଯୋଗୁ ବିଚଳିତ ହେବେ।
ମକର
ମକର
ଦ୍ୱିତୀୟସ୍ଥ ଏକାଧିକଗ୍ରହ ହେତୁ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସହକର୍ମୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ପାରିବାରିକ ସ୍ଥିତିରେ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିିଷ କିଣିବାକୁ ମନ ବଳାଇ ପାରନ୍ତି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ବିଜଡିତ ହୋଇ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ। ପୂର୍ବଭାଦ୍ରବ ନ୍ୟକ୍ଷତ୍ର ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ଖର୍ଚ୍ଚର ଭରଣା କରିବାକୁ ଧାର ଉଧାର କରିବାକୁ ପଡିପାରେ। ବ୍ୟକ୍ତିଗତ କ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ହଠାତ୍‌ ବିରୋଧୀ ମନୋବୃତ୍ତି ନେଇ ସକ୍ରିୟ ହୋଇ ଉଠିବେ। ତଥାପି ସବୁ କ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?