Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ
ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି ଅନର୍ଥର କାରଣ ହୋଇପାରେ। ଭଲ କାମ କଲେ ମଧ୍ୟ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଆପଣଙ୍କୁ ଏକାଧାରରେ ଅର୍ଥ ଓ ସମ୍ମାନ ସାଙ୍ଗକୁ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମିଳିବ।
ବୃଷ
ବୃଷ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ ରହିବ। ସମୟୋପଯୋଗୀ ପଦକ୍ଷେପ ନେଇ ଅନ୍ୟଙ୍କୁ ସନ୍ତୁଷ୍ଟ କରିପାରିବେ। କୌଣସି ଅପୂରଣୀୟ ଅଭିଳାଷ ତଥା ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିବ। ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ବନ୍ଧୁଙ୍କ ସହାୟତାରେ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମିଥୁନ
ମିଥୁନ
ପାରିବାରିକ ଓ କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ। ରାଜନୀତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରେଇବାରେ ବିଳମ୍ବ ଘଟିପାରେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାରର ଅଯୌକ୍ତିକ କଥା କହିପାରନ୍ତି।
କର୍କଟ
କର୍କଟ
ବିଭିନ୍ନ ସମସ୍ୟା ଦେଇ ଗତି କଲେ ମଧ୍ୟ ପଡ଼ୋଶୀଙ୍କ ସହଯୋଗର ଅଭାବ ରହିବ ନାହିଁ। କର୍ମକ୍ଷେତ୍ରରେ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଉଦ୍ଦେଶ୍ୟମୂଳକ ଭାବରେ ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ସମସ୍ୟା ସୃଷ୍ଟି କରିପାରନ୍ତି। ଅର୍ଥ ସଂକଟ, ମାଲିମକଦ୍ଦମା, ପରୋକ୍ଷ ଶତ୍ରୁତା ଦୁଶ୍ଚିନ୍ତାର କାରଣ ହୋଇପାରେ।
ସି˚ହ
ସି˚ହ
କୌଶଳପୂର୍ଣ୍ଣ କଥା କହି ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ସହ ସାଧନ କରିବେ। ନିଜ ଲୋକଟି ଶତ୍ରୁତା କରିବାକୁ ପଛାଇବ ନାହିଁ । ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ, ପରୋକ୍ଷ ଶତ୍ରୁତା, ବ୍ୟବସାୟିକ ସମସ୍ୟା ଦେଖାଦେବାର ସୂଚନା ମଧ୍ୟ ରହିଛି। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
କନ୍ୟା
ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ସକାଳୁ ଶୁଭ ଖବର ମନକୁ ଆହ୍ଲାଦିତ କରିବ ଓ ଧର୍ମକାର୍ଯ୍ୟରେ ବ୍ୟୟ କିମ୍ବା ଦୂରଯାତ୍ରାର ମସୁଧା କରିବେ। ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ମାଲି ମକଦ୍ଦମାରେ ସଫଳତା ହାସଲ କରିବେ ଏବଂ ସାମାଜିକ କ୍ଷେତ୍ର ସରଳୀକୃତ ରହିବ।
ତୁଳା
ତୁଳା
ବ୍ୟୟ ଭାର ବୃଦ୍ଧି ପାଇଲେ ସୁଦ୍ଧା କେତେକ ଅଧାପନ୍ତରିଆ କାମକୁ ପୂର୍ଣ୍ଣାଙ୍ଗ କରିବାର ସୂଚନା ରହିଛି। ସାମାଜିକ ସ୍ତରରେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ଓ ସମ୍ମାନିତ ମଧ୍ୟ ହେବେ। ପୂର୍ବ ଶତ୍ରୁତାକୁ ଦୋହରାଇ ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି।
ବିଛା
ବିଛା
ଗତକାଲିର ଅଧୁରା କାମକୁ ଆଜି ସମ୍ପୂର୍ଣ୍ଣ କରିବାରେ ଲାଗିପଡ଼ିବେ ଏବଂ ଆଶା ମଧ୍ୟ ପୂରଣ ହୋଇଯିବ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆର୍ଥିକ ସମସ୍ୟା ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ। ନିର୍ମାଣ, ବ୍ୟବସାୟ, ସାମ୍ବାଦିକତା, ଏଜେନ୍‌ଶିପ୍‌, ମାଲିମକଦ୍ଦମାରେ ସଫଳତା ପାଇବେ।
ଧନୁ
ଧନୁ
ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିବେ, ଯାହାକି ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। ଅବଶ୍ୟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଲୋଚନା କ୍ଷେତ୍ର୍ରରେ ଏବଂ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ମକର
ମକର
ଆର୍ଥିକ ଅଭିବୃଦ୍ଧି, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ସାମାଜିକ ସମ୍ମାନ ଦାନରେ ସହାୟକ ହେବ। କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ ଓ ପ୍ରିୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସ୍ବକୀୟ ବିଚାର ଆଲୋଚନାରେ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ମଧ୍ୟରେ ସମୟ ଅତିବାହିତ କରୁଥିଲେ ମଧ୍ୟ ମୁହଁ ଜୋର ଓ ଆମତ୍ବିଶ୍ୱାସ ବଳରେ ପରିସ୍ଥିତିକୁ ସାମ୍‌ନା କରିପାରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ପାରନ୍ତି। ଆଜି କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି।
ମୀନମୀନ
ଆଜି ଯାହା କରନ୍ତୁନା କାହିଁକି ପ୍ରତ୍ୟେକ କାମକୁ ସାକାର କରିବାରେ ସମର୍ଥ ହେବେ। ସମସ୍ତ ସୁବିଧା ଥିଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭାବପ୍ରବଣତାବଶତଃ ପରକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଅଫିସ୍‌ ରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମ ଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ରାଜନୀତି, ଆଇନ, ଅଦାଲତ ତଥା ସାଂଗଠନିକ କାର୍ଯ୍ୟ ଆଲୋଚନାରେ ସଫଳତା ପାଇବେ। କିନ୍ତୁ ଶିକ୍ଷା,ସନ୍ତାନ ଓ ସମ୍ପର୍କ କ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ। ବନ୍ଧୁ…

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ବନ୍ଧୁବାନ୍ଧବ,ସହକର୍ମୀ,ଧାରକରଜ,ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri