Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ
ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ଅତ୍ୟାବଶ୍ୟକ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ରାଶିରେ ଚନ୍ଦ୍ର ଓ ମଙ୍ଗଳ ରହିଥିବାରୁ ସମ୍ପର୍କୀୟଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। କଠୋର ଶ୍ରମ ଶେଷରେ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।
ମିଥୁନ
ମିଥୁନ
ସମସ୍ୟା ଲାଗି ରହୁଥିବାରୁୁ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଅର୍ଥପ୍ରାପ୍ତିର ଲାଳସା ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ପାଖ ପଡ଼ୋଶୀଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ା
କର୍କଟ
କର୍କଟ
ସାମାନ୍ୟ ଖର୍ଚ୍ଚାନ୍ତ ହେବା ଦ୍ୱାରା ଦୀର୍ଘଦିନର ଆଶା ଫଳବତୀ ହୋଇପାରିବ। କର୍ମସ୍ଥ ରାହୁଙ୍କ ପ୍ରଭାବରୁ ଅଫିସ୍‌ ସମ୍ବନ୍ଧୀୟ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହାଯ୍ୟର ଗନ୍ଧ ନ ଥାଇ ସାଙ୍ଗମାନଙ୍କ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ଆଗାମୀ କାର୍ଯ୍ୟ ସକାଶେ ସମ୍ପର୍କୀୟଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ କଲେ ଉପକୃତ ହେବେ। ଶୁକ୍ରଙ୍କ ପ୍ରଭାବରେ କଳା, ସାହିତ୍ୟ, ସାମ୍ବାଦିକତାକୁ ନେଇ ସମ୍ମାନ ଲଭିବେ। କେତେକ ଘରୋଇ କାମ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
ମନ କଥା ଗୋପନ ରଖି, ଉପର ମନରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ରାଶିପ୍ରତି ଶୁଭଗ୍ରହର ଦୃଷ୍ଟିଜନିତ ପାରିବାରିକ ସ୍ତରରେ ସହମତିରେ କାମ କଲେ ଉପକୃତ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଶୁଭ କାର୍ଯ୍ୟରେ ବନ୍ଧୁମିଳନ ସାଙ୍ଗକୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ସରକାରୀ ଦପ୍ତରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ମଙ୍ଗଳଙ୍କ ଦୃଷ୍ଟି ପ୍ରଭାବରୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଅନୁରାଧାର ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ପାରିବାରିକ ଅସ୍ଥିରତା କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମୂଳା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପରିବହନ କ୍ଷେତ୍ରରେ ଅପରାହ୍ନରେ ସମସ୍ୟାର ସମଧାନ ହୋଇଯିବ। ବନ୍ଧୁମେଳରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଅର୍ଥାଭାବ ଯୋଗୁ ବିଚଳିତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସହକର୍ମୀମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି। ପିଲାମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉଦ୍‌ବେଗଜନକ ରହିବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସମସ୍ୟା ବିଜଡିତ ହୋଇ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ। କିନ୍ତୁ ଶତଭିଷା ନକ୍ଷତ୍ର ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ଖର୍ଚ୍ଚର ଭରଣା କରିବାକୁ ଧାର ଉଧାର କରିବାକୁ ପଡ଼ିପାରେ। ବ୍ୟକ୍ତିଗତ କ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ରେବତୀ ନକ୍ଷତ୍ର ହାତପାହାନ୍ତାରେ ସୁଯୋଗ ପାଇବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ହଠାତ୍‌ ବିରୋଧୀ ମନୋବୃତ୍ତି ନେଇ ସକ୍ରିୟ ହୋଇ ଉଠିବେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri