Posted inRasifala

ରାଶିଫଳ: ଗୁରୁବାର, ଫେବୃଆରୀ ୨୭ ତାରିଖ – Daily Horoscope

ମେଷ
ଆଜି ଏକାଧାରରେ ଅର୍ଥ ଓ ସମ୍ମାନ ସାଙ୍ଗକୁ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମିଳିପାରିବ। ଅଶ୍ୱିନୀ ନକ୍ଷତ୍ର କେତେକ ଅଧାପନ୍ତରିଆ କାମକୁ ନେଇ ଚିନ୍ତିତ ରହିବାର ସୂଚନା ରହିଛି। ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପୂର୍ବ ଶତ୍ରୁତାକୁ ଦୋହରାଇ ନିଜ ଲୋକ ଅସୁବିଧାରେ ପକାଇପାରନ୍ତି। ପରିବହନ ସମସ୍ୟା ଦୂର ହେବ।
ବୃଷ
ବୃଷ
ଗତକାଲିର ଅଧୁରା କାମକୁ ଆଜି ସମ୍ପୂର୍ଣ୍ଣ କରିବାରେ ଲାଗିପଡିବେ ଏବଂ ଆଶା ମଧ୍ୟ ପୂରଣ ହେବ। ରୋହିଣୀ ନକ୍ଷତ୍ର କଳା, କ୍ରୀଡା ଓ ସାହିତ୍ୟ, ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଆର୍ଥିକ ସମସ୍ୟା ପାରିବାରିକ ଆବଶ୍ୟକତାକୁ ଅଟକାଇଦେବ। ନିର୍ମାଣ, ବ୍ୟବସାୟ, ସାମ୍ବାଦିକତା, ଏଜେନଶିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯାହାକି ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। ଅବଶ୍ୟ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତାବନ୍ଧନରେ ଆବଦ୍ଧ ହେବେ। ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
କାମର ଚାପ ବୃଦ୍ଧି ପାଉଥିବାରୁ କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଉପରିସ୍ଥଙ୍କ ଆଦେଶାନୁପ୍ରାପ୍ତ ହୋଇ ଦୂରଯାତ୍ରାର ସୁଯୋଗ ପାଇବେ। ଅଶ୍ଳେଷା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ କୈାଣସି ନୂତନ କର୍ମାରମ୍ଭ କରି ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ମାନସିକ ଅଶାନ୍ତି ରହିଥିଲେ ମଧ୍ୟ ଅନ୍ୟମାନଙ୍କ ସମସ୍ୟା ସୁଧାରିବାର ପ୍ରଯନତ୍ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ। ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କର ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷତ୍ତି ବଦଳାଇବାକୁ ବାଧ୍ୟହେବେ।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ହସ୍ତାନକ୍ଷତ୍ର ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
ଆପଣଙ୍କ କଠୋର ନିଷ୍ପତ୍ତି ପାରିବାରିକ ଜୀବନକୁ ଦୋହଲାଇଦେବ। ବାହାର ଦୁନିଆରେ ଆପଣ ବନ୍ଧୁଙ୍କୁ ଉପଯୁକ୍ତ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଆଜି କୈାଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ,ଯାହାକି ଅନର୍ଥର କାରଣ ହୋଇପାରେ। ସ୍ବାତୀ ନକ୍ଷତ୍ର ଭଲ କାମ କଲେ ମଧ୍ୟ ବିଭିନ୍ନ କ୍ଷେତ୍ରରୁ ମଧ୍ୟ ଅଭିଯୋଗ ଆସିପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସମୟୋପଯୋଗୀ ପଦକ୍ଷେପ ସାଙ୍ଗକୁ ନ୍ୟାୟୋଚିତ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ। ଅନୁରାଧା ନକ୍ଷତ୍ର ସକାଶେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିବ। ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତିକ୍ଷିତ ଖବର ପାଇ ଖୁସି ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ସମ୍ଭାବନା ରହିଛି ା
ଧନୁ
ଧନୁ
ଆଜି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ କିନ୍ତୁ ଲାଭ କିଛି ହେବନି ବରଂ ଟେନ୍ସନ ବଢିବ। ଉତ୍ତରାଷାଢା ନକ୍ଷତ୍ର ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରେଇବାରେ ବିଳମ୍ବ ଘଟିପାରେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ବହୁତ ଦିନରୁ ରହିଯାଇଥିବା କାମ ହାସଲ କରିବାରେ ସମର୍ଥ ହେବେ।
ମକର
ମକର
କୌଣସି ଗୁରୁତର ଅସୁବିଧା ନ ଥିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଇ ଗତି କରିବେ। ଧନିଷ୍ଠା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ସମସ୍ୟା ସୃଷ୍ଟି କରିବେ। ଅର୍ଥ ସଙ୍କଟ, ମାଲିମକଦ୍ଦମା,ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ସହ ସାଧନ କରି ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଆପଣଙ୍କ ସାହାଯ୍ୟ ଅଭାବରୁ ନିଜ ଲୋକଟି ଶତ୍ରୁତା କରିବାକୁ ପଛାଇବ ନାହିଁ । ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଶତଭିଷା ନକ୍ଷତ୍ର ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ମୀନମୀନ

ଆଜି ସକାଳୁ କୈାଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ନିଜ ପରିସରର ବ୍ୟକ୍ତିବିଶେଷଙ୍କ ଅନୁରୋଧକ୍ରମେ ଧର୍ମକାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି। ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଅନ୍ୟ ଆଗରେ ବଖାଣି ସମାଲୋଚିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri