Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ
ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ। ଦ୍ୱିଜା ନକ୍ଷତ୍ରର ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହୋଇପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସୁଫଳ ପାଇବେ।
ବୃଷ
ବୃଷ
କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ, ପ୍ରକାଶନ, ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ। ମୃଗଶିରା ନକ୍ଷତ୍ର ଆର୍ଥିକ ସଂକଟ ମଧ୍ୟ ଦେଇ ଗତି କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଅର୍ଥ ଓ ସମ୍ମାନ ଲାଭ କାରଣରୁ ଶୁକ୍ରଚନ୍ଦ୍ରଙ୍କ ସଂଯୋଗରୁ ମନ ପ୍ରଫୁଲ୍ଲ ରହିବ। ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କୌଣସି ନୂତନ ଯୋଜନା ସଙ୍ଗକୁ କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।
କର୍କଟ
କର୍କଟ
ଉତ୍ତମ ବୁଝାମଣାଜନିତ ପରିବାର ଭିତରେ ସୌହାର୍ଦ୍ୟତା ମଧ୍ୟରେ କାମ କରିବେ। ଭ୍ରମଣ, ଦେବଦର୍ଶନ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। ପୁନର୍ବସୁ ନକ୍ଷତ୍ରର ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରଭୃତିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ମଘା ନକ୍ଷତ୍ର୍ର ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ଅଫିସରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନସନ ଦୂର ହେବ।
କନ୍ୟା
ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ହସ୍ତା ନକ୍ଷତ୍ର ପାଇଁ ଆମତ୍ୀୟ ମାନଙ୍କର ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। ସାମାଜିକ ସ୍ତରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଯାହା ଆଜି ପର୍ଯ୍ୟନ୍ତ ପାଉ ନ ଥିଲେ ଆଜି ତାହା ପାଇଯିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ, ଏଣୁ ସତର୍କତାର ସହ କିଛି ମତମନ୍ତବ୍ୟ ଦେବା ଭଲ ହେବ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବିଶାଖା ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ବିଛା
ବିଛା
ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅନୁରାଧା ନକ୍ଷତ୍ର ପାଇଁ ଶତ୍ରୁମାନେ ସମସ୍ୟା ସୃଷ୍ଟି ସକାଶେ ଯୋଜନା କରିପାରନ୍ତି । ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ।
ଧନୁ
ଧନୁ
ନୂତନ ସ୍ଥାନ ପରିଦର୍ଶନ ସହ ଏକ ଆଧ୍ୟାମତ୍ିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମୂଳା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରି ପାରନ୍ତି । କାମ ହାସଲ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ପାରିବାରିକ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶ୍ରବଣା ନକ୍ଷତ୍ର ସବୁ କଥାରେ ଟିକିଏ ପଛକୁ ରହି କାମ କରିବା ଭଲ ହେବ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶ କରି ଦୁଃଖ ପ୍ରକାଶ କରିପାରନ୍ତି। ମହିଳାଙ୍କ ମନ ଉଚ୍ଚାଟ ରହିବ।
କୁମ୍ଭ
କୁମ୍ଭ
ଆଜି ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପୂର୍ବଭାଦ୍ରବ ନକ୍ଷତ୍ରର ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ, ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ରେବତୀ ନକ୍ଷତ୍ରର ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ସାଙ୍ଗକୁ ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିମ୍ବା...

ରାଶିଫଳ: ରବିବାର, ଜୁନ ୯ ତାରିଖ – Daily Horoscope

ମେଷ ଆଜି ଦ୍ୱିତୀୟ ସ୍ଥାନରେ ଶୁକ୍ର ଚତୁର୍ଥାଧିପତିଙ୍କ କେନ୍ଦ୍ରସ୍ଥ ଯୋଗୁ ଶ୍ରୁତିମଧୁର ବାକ୍ୟାଳାପରେ ବନ୍ଧୁଙ୍କୁ ଆପ୍ୟାୟିତ କରିବେ। କର୍ମାଧିପ ଶନି ଭାଗ୍ୟସ୍ଥ ହେତୁ ମୃଦୁ ମନ୍ଦ...

ରାଶିଫଳ: ରବିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ଆପଣ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ହାସଲ କରିବେ। ସହକର୍ମୀମାନଙ୍କର କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଶନିମଙ୍ଗଳ ସହଯୋଗରୁ ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ। ଆର୍ଥିକ କ୍ଷେତ୍ରରେ ଯେମିତି ଖର୍ଚ୍ଚ କରିବେ ସେମିତି ମଧ୍ୟ...

ରାଶିଫଳ: ବୁଧବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମ ଉପରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି...

ରାଶିଫଳ: ଗୁରୁବାର , ଫେବ୍ରୁଆରି ୦୬ ତାରିଖ – Daily Horoscope

ମେଷ ଆଜି ରାହୁ ଓ ଚନ୍ଦ୍ର ତୃତୀୟସ୍ଥ ହେତୁ କାର୍ଯ୍ୟହାନିରୁ ମନ ଭଲ ରହି ନ ପାରେ । କୌଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତା କିମ୍ବା...

ରାଶିଫଳ: ବୁଧବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ...

ରାଶିଫଳ: ଶୁକ୍ରବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରିପାରିବେନି। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ , ତଥାପି କୃତ୍ତିକା...

Advertisement
Archives

Model This Week