Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ
ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ। ଦ୍ୱିଜା ନକ୍ଷତ୍ରର ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହୋଇପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସୁଫଳ ପାଇବେ।
ବୃଷ
ବୃଷ
କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ, ପ୍ରକାଶନ, ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ। ମୃଗଶିରା ନକ୍ଷତ୍ର ଆର୍ଥିକ ସଂକଟ ମଧ୍ୟ ଦେଇ ଗତି କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଅର୍ଥ ଓ ସମ୍ମାନ ଲାଭ କାରଣରୁ ଶୁକ୍ରଚନ୍ଦ୍ରଙ୍କ ସଂଯୋଗରୁ ମନ ପ୍ରଫୁଲ୍ଲ ରହିବ। ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କୌଣସି ନୂତନ ଯୋଜନା ସଙ୍ଗକୁ କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।
କର୍କଟ
କର୍କଟ
ଉତ୍ତମ ବୁଝାମଣାଜନିତ ପରିବାର ଭିତରେ ସୌହାର୍ଦ୍ୟତା ମଧ୍ୟରେ କାମ କରିବେ। ଭ୍ରମଣ, ଦେବଦର୍ଶନ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। ପୁନର୍ବସୁ ନକ୍ଷତ୍ରର ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରଭୃତିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ମଘା ନକ୍ଷତ୍ର୍ର ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ଅଫିସରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନସନ ଦୂର ହେବ।
କନ୍ୟା
ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ହସ୍ତା ନକ୍ଷତ୍ର ପାଇଁ ଆମତ୍ୀୟ ମାନଙ୍କର ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। ସାମାଜିକ ସ୍ତରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଯାହା ଆଜି ପର୍ଯ୍ୟନ୍ତ ପାଉ ନ ଥିଲେ ଆଜି ତାହା ପାଇଯିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ, ଏଣୁ ସତର୍କତାର ସହ କିଛି ମତମନ୍ତବ୍ୟ ଦେବା ଭଲ ହେବ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବିଶାଖା ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ବିଛା
ବିଛା
ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅନୁରାଧା ନକ୍ଷତ୍ର ପାଇଁ ଶତ୍ରୁମାନେ ସମସ୍ୟା ସୃଷ୍ଟି ସକାଶେ ଯୋଜନା କରିପାରନ୍ତି । ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ।
ଧନୁ
ଧନୁ
ନୂତନ ସ୍ଥାନ ପରିଦର୍ଶନ ସହ ଏକ ଆଧ୍ୟାମତ୍ିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମୂଳା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରି ପାରନ୍ତି । କାମ ହାସଲ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ପାରିବାରିକ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶ୍ରବଣା ନକ୍ଷତ୍ର ସବୁ କଥାରେ ଟିକିଏ ପଛକୁ ରହି କାମ କରିବା ଭଲ ହେବ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶ କରି ଦୁଃଖ ପ୍ରକାଶ କରିପାରନ୍ତି। ମହିଳାଙ୍କ ମନ ଉଚ୍ଚାଟ ରହିବ।
କୁମ୍ଭ
କୁମ୍ଭ
ଆଜି ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପୂର୍ବଭାଦ୍ରବ ନକ୍ଷତ୍ରର ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ, ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ରେବତୀ ନକ୍ଷତ୍ରର ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?