Posted inRasifala

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ
ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ଆବଶ୍ୟକତା ପୂରଣ ପାଇଁ ଧାର କରଜ କରି କାମ ଚଳାଇନେବେ।
ବୃଷ
ବୃଷ
ବ୍ୟସ୍ତତାର ଗୁରୁତ୍ୱ ହୃଦୟଙ୍ଗମ ପୂର୍ବକ ବନ୍ଧୁଙ୍କ କୌଣସି ନିର୍ଭରଯାଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। କଳା, ସାହିତ୍ୟ, ସଙ୍ଗୀତ ଜଗତରୁ ସୁନାମ ପାଇବେ। ଆଜି ଦିନ ଭିତରେ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ବିଚାର ବୁଦ୍ଧି ପ୍ରୟୋଗକରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ମନର ଗୋପନକଥାକୁ କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ କହିପାରିବେ ନାହିଁ। ଜମିଜମା କାରବାର, ଚୁକ୍ତିପତ୍ର, ପ୍ରଶାସନ କ୍ଷେତ୍ରରେ ସମସ୍ୟାର ସମାଧାନ କରିପାରିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ସାମୟିକ ଅଶାନ୍ତ ରହିପାରନ୍ତି।
କର୍କଟ
କର୍କଟ
ଯୁକ୍ତିତର୍କଜନିତ ମତଭେଦ ହେତୁ ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ରହିବ ନାହିଁ। ଅବଶ୍ୟ କୌଣସି ହିତୈଷୀ ବ୍ୟକ୍ତିଙ୍କ ଦ୍ୱାରା ସାୟାହ୍ନେ ମାନସିକ ଅବସାଦ ଦୂର ହେବ। ବ୍ୟବସାୟ ଓ ପରିବହନରେ କିଛି ସମସ୍ୟା ଦେଖାଦେବାର ସୂଚନା ରହିଛି। ଆର୍ଥିକ ସଂକଟ ଲାଗିରହିଥିବାରୁ ସାମୟିକ ବ୍ୟସ୍ତତା ଅନୁଭଭ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ମୁକାବିଲା କରି ଲକ୍ଷ୍ୟ ହାସଲ କରିପାରିବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ବ୍ୟବସାୟିକସ୍ଥିତି ଭଲ ରହିବା ସହ ଆତ୍ମୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ।
କନ୍ୟା
ବ୍ୟସ୍ତତା ମଧ୍ୟରେ ଆଜିର ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥସାଧନର ନୈରାଶ୍ୟଜନକ ସ୍ଥିତି ଅବଲୋକନ କରି ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସମ୍ଭାବନା ରହିଛି। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। କଳାତ୍ମକ ଦିଗଟି ଭଲ ରହିବ। ରାଜନୀତି, ସଂଗଠନ, ପ୍ରଶାସନିକ ସ୍ଥିତି ମନ୍ଦ ହେବନି। ମୂଲ୍ୟବାନ ଦ୍ରବ୍ୟ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ଆଲୋଡ଼ିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ଆଶଙ୍କା ରହିଛି। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ।
ଧନୁ
ଧନୁ
ମାନସିକ ସ୍ଥିତି ଭଲ ରହିଥିଲେ ମଧ୍ୟ ଶାରୀରିକ ଅସୁସ୍ଥତା ଦେଖାଦେବ। ଅବହେଳିତ ହୋଇ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ। ଅଯଥା ଆଶଙ୍କା କରି ଏଣୁତେଣୁ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ। ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟସଭା, ସାମ୍ବାଦିକତା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିପାରେ।
ମକର
ମକର
ଅନ୍ୟମାନଙ୍କ ସାହାଯ୍ୟ ଲାଭକରି ମନୋବଳ ବୃଦ୍ଧି ପାଇବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହେବ। ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଥବା କଳା, ସାହିତ୍ୟରେ ସୁନାମ ଅର୍ଜନ କରିବେ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ହଠାତ୍‌ ନିଜର ପ୍ରିୟ ବନ୍ଧୁଟିର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା, ଯାନବାହନ, ବାଣିଜ୍ୟ, ବ୍ୟବସାୟ ସମସ୍ୟା କ୍ରମଶଃ ଜଟିଳ ହେବାର ଆଶଙ୍କା ଦେଖାଦେବ। ଧନିଷ୍ଠା ନକ୍ଷତ୍ର ସଭାସମିତିକୁ ଆହୂତ ହୋଇପାରନ୍ତି।
ମୀନମୀନ

ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ବିବାଦୀୟ ସ୍ଥିତିରେ ପରିବାରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। କଠିନ ଶ୍ରମ ଓ ଅନିଦ୍ରା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri