Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ସକାଳୁ ସକାଳୁ ଶୁଭ ଖବର ପାଇ ଖୁସୀ ହୋଇଯିବେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ। ଆମୋଦ ପ୍ରମୋଦର ମଉକା ଜୁଟିବ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଶତ୍ରୁତା କରିଆସୁଥିବା ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଆଜିର କୌଣସି କାମ ଅଟକିବ ନାହିଁ। ମୃଗଶିରା ନକ୍ଷତ୍ର ବାଣିଜ୍ୟ,ବ୍ୟବସାୟ ସୂତ୍ରରୁ ଭଲ ରୋଜଗାର କରିବେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସ୍ଥିତି ପୂର୍ବପରି ରହିବା ଯୋଗୁଁ ସାମୟିକ ମନ ଭାରାକ୍ରାନ୍ତ ରହିପାରେ।
ମିଥୁନ
ମିଥୁନ
ଆଶା କରୁଥିବା ବନ୍ଧୁମାନଙ୍କ ସହଯୋଗରୁ ଅର୍ଥ ଓ ସମ୍ମାନ ପାଇବେ। ଆରଦ୍ରା ନକ୍ଷତ୍ର କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ଖୁସି ରହିବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସମସ୍ୟା ସମାଧାନ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
ବହୁ ଦିନରୁ ଭାବିଥିବା କଥାଟି ଆଜି ହିଁ ସାକାର ରୂପ ନେବ। କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ। ଅଶ୍ଳେଷା ନକ୍ଷତ୍ରର ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। କୌଣସି ବ୍ୟକ୍ତିଙ୍କ କଥାରେ ପ୍ରଭାବିତ ହୋଇ କିଛି ଭୁଲ୍‌ କାମ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ତରବର ନ ହେବା ଭଲ ହେବ। ଆତ୍ମୀୟ କିମ୍ବା ହିତୈଷୀମାନଙ୍କ ସାହାଯ୍ୟ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ଉତ୍ତରାଫାଲଗୁନୀ ନକ୍ଷତ୍ର ପରିବାରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଆକସ୍ମିକ ଆବିର୍ଭାବ ପରିସ୍ଥିତିକୁ ଏପଟ ସେପଟ କରିଦେଇପାରେ। କାର୍ଯ୍ୟରେ ସଫଳତା ହାସଲ କରିବେ, କିନ୍ତୁ ଏଥିପାଇଁ ବହୁତ ସଂଘର୍ଷ କରିବାକୁ ପଡିବ। ସ୍ତ୍ରୀଙ୍କ ପରାମର୍ଶ ନେଇ କାଯର୍‌ୟ କଲେ ବିଶେଷ ଭାବରେ ଉପକୃତ ହେବେ। ହସ୍ତା ନକ୍ଷତ୍ରଙ୍କୁ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ଆଜି ଦିନଟିରେ କାମର ଚାପ ଏତେଦୂର ବଢିଯିବ ଯେ ଆପଣ ଜମା ଶାନ୍ତିରେ ରହି ପାରିବେ ନାହିଁ । ଘର ଲୋକମାନଙ୍କ କାମରେ ଅସନ୍ତୁଷ୍ଟ ହେଲେ ସୁଦ୍ଧା ପାଟି ଫିଟାଇବାର ରାସ୍ତା ନ ଥିବ। ସ୍ବାତୀ ନକ୍ଷତ୍ରର ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ବିଛା
ବିଛା
ସମସ୍ୟା ମଧ୍ୟରେ କାମ ବହୁତ କିନ୍ତୁ କୌଣସିଟା ମଧ୍ୟ ପୂର୍ଣ୍ଣାଙ୍ଗ ହୋଇପାରିବ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡିବ। ଅନୁରାଧା ନକ୍ଷତ୍ରର ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ।
ଧନୁ
ଧନୁ
ଘରର ଅପ୍ରକାଶ୍ୟ କେତେକ ଘଟଣା ସବୁ ଶୁଣିବେ ସିନା କାହାକୁ କିଛି କହିପାରିବେ ନାହିଁ। ନୂତନ କାମରେ ପ୍ରତିବନ୍ଧକ ଲାଗିରହିବା ଯୋଗୁଁ କାମରେ ଅଗ୍ରଗତି ହୋଇପାରିବ ନାହିଁ। ମୂଳା ନକ୍ଷତ୍ର ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଧାର ଉଧାର କରିବାକୁ ପଡିପାରେ।
ମକର
ମକର
ଘରେ ହେଉ କିମ୍ବା ବାହାରେ ହେଉ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହୋଇ ପାରନ୍ତି। ଶ୍ରବଣା ନକ୍ଷତ୍ରର ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଶତ୍ରୁତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପରକଥାର ଅଯଥା ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଭୁଲ୍‌ କାର୍ଯ୍ୟପଦ୍ଧତି ଅନୁସରଣ କଲେ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ତଥାପି ଆଜି ଶତଭିଷା ନକ୍ଷତ୍ର ଅଧାପନ୍ତରିଆ କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି।
ମୀନମୀନ
ବାରମ୍ବାର ଅସଫଳତା ଲାଗିରହିବା କାରଣରୁ ମନରେ ବିଭିନ୍ନ ପ୍ରକାରର କଳ୍ପନା ଜାଗ୍ରତ ହେବ। ତଥାପି ଧୈର୍ଯ୍ୟର ସହ ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ର ପାଇଁ ଆଜି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ବିଗିଡ଼ିଯାଇଥିବାରୁ ନୂତନ କାମ ଆରମ୍ଭ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ କରିପାରନ୍ତି। ଯାତ୍ରା, ସମ୍ପର୍କ ସ୍ଥାପନ, ପରିବହନ,…

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଗତିକରିବାକୁ ପଡିପାରେ। ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଯେଉଁ କାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତ। ମନ ଅସ୍ଥିର ରହିଲେ ମଧ୍ୟ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri