Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ ।
ବୃଷ
ବୃଷ
ଆଜିର କାମରେ ପଡ଼ୋଶୀ ସହଯୋଗର ହାତ ବଢ଼ାଇବେ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଅପରାହ୍ନରେ ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ।
ମିଥୁନ
ମିଥୁନ
ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ନ ରଖିଲେ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ପ୍ରଶାସନ, ପ୍ରକାଶନ, ରାଜନୀତି , ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖରେ କଟିବ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ମଧ୍ୟାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ ।
କନ୍ୟା
ଆଜି ଦିନଟିରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ।
ତୁଳା
ତୁଳା
ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ଅଫିସ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯାଇପାରେ। ଶିଳ୍ପ,ବାଣିଜ୍ୟ,ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଯାହ ଦୀର୍ଘଦିନରୁ ହୋଇ ପାରି ନ ଥିଲା ଆଜି ଆକସ୍ମିକ ଭାବରେ ତାହା ହୋଇଯିବ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ । ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିବେ । ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।
ମକର
ମକର
ଆଜି କୌଣସି ବ୍ୟକ୍ତିଠାରୁ ହଠାତ୍‌ କିଛି ଖବର ପାଇ ବିଚଳିତବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅଫିସରେ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। କଳହ, ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି ।
ମୀନମୀନ
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri