Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ଦ୍ୱିଜା ନକ୍ଷତ୍ର ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବୃଷ
ବୃଷ
ଅଟକି ରହିଥିବା କୌଣସି କାମ ଆଜି ଅଟକି ରହିବ ନାହିଁ। ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟ, ସ୍ତ୍ରୀ ସମ୍ପର୍କ କ୍ଷେତ୍ରରେ ଉଚ୍ଚ ମାନର ସୁଫଳ ପ୍ରଦାନ କରିବେ। ନୂତନ ଘର ତିଆରି, ଯାନ ବାହନ ମରାମତିଜନିତ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ। ରୋହିଣୀ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଅର୍ଥସମ୍ପର୍କିତ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ପୁନର୍ବସୁର ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ। ଏକ ସଂଘର୍ଷମୟ ପରିସ୍ଥିତିର ସାମ୍‌ନା କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପରିବାର କିମ୍ବା ବନ୍ଧୁମାନଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ରାଶ୍ୟାଧିପତି ପାପଗ୍ରହ ଦୃଷ୍ଟିରେ ଥିବାରୁ କାର୍ଯ୍ୟବ୍ୟସ୍ତତା କାରଣରୁ ଟେନ୍‌ସନ ଲାଗି ରହିବ। ଅଶ୍ଳେଷା ନକ୍ଷତ୍ର ଟଙ୍କା ପଇସା, ନେବା ଆଣିବା, ଦିଆ ନିଆ କ୍ଷେତ୍ରରେ ସତର୍କ ରହନ୍ତୁ। କଚେରି ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରିପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କଠାରୁ ଶୁଭ ସୂଚନା ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କଳା, ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ, ଜମିଜମା, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ। ମଘା ନକ୍ଷତ୍ରର କଥାରେ ସଂଯମତା ରକ୍ଷା କରନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବ। ମନ ମଧ୍ୟରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ଆଦୌ ହେଳା କରିବେ ନାହିଁ।
କନ୍ୟା
ମନଲାଖି କାମ ନ ହେବା କାରଣରୁ କଡ଼ା ଭାଷା ପ୍ରୟୋଗକରି ପରିଣାମ ଭୋଗିବେ। ଶତ୍ରୁତା କରୁଥିବା ଲୋକ ମଧ୍ୟ ମିତ୍ର ସାଜିବା ପାଇଁ ଚେଷ୍ଟିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ସାମ୍ବାଦିକତା, ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ସଫଳତା ହାସଲ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବା କ୍ଷେତ୍ରରେ ଟେନ୍ସନ ଲାଗି ରହିବ। ବୁଧ ବୃହସ୍ପତି ସଂଯୁକ୍ତ ହେତୁ ଭୁଲ୍‌ ବୁଝାମଣା କାରଣରୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। କଳା, କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଲେଖାପଢ଼ା, ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କ ସମସ୍ୟା ସମାଧାନ ଚିନ୍ତାରେ ବ୍ୟଥିତ ହୋଇପାରନ୍ତି।
ବିଛା
ବିଛା
ଚନ୍ଦ୍ର ଲାଭ ସ୍ଥାନରେ ଥିବାରୁ ସାହାଯ୍ୟକାରୀ ମନୋଭାବରୁ ବନ୍ଧୁଙ୍କୁ ଆପଣାର କରିପାରିବେ। ବିବାଦୀୟ ପରିସ୍ଥିତିରେ ପ୍ରକୃତ ଘଟଣା ନ ବୁଝି ନିକଟ ସମ୍ପର୍କୀୟମାନେ କ୍ରୋଧ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
ପରିବାରରେ ମୂଲ୍ୟହୀନ କଥାକୁ ଦୋହରାଇ ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି। ମୂଳା ନକ୍ଷତ୍ରର ପୁରାତନ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଉଲ୍ଲସିତ ହେବେ। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ମକର
ମକର
କେନ୍ଦ୍ରସ୍ଥ ଗୁରୁ ହେତୁ ଆପଣ ଯେମିତି ଚାହୁଁଛନ୍ତି ସେମିତି କରିବାରେ ସଫଳ ହେବେ। ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅସାବଧାନତା କାରଣରୁ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡିହେବ ନାହିଁ। ପ୍ରତିଯୋଗିତାରେ ସଫଳତା ପାଇବେ, ବିବାଦୀୟ ଘଟଣାରେ ବିପରୀତ ଫଳ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ମାନସିକ ସ୍ଥିତି ପୂର୍ବଭଳି ରହିବ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରିପାରନ୍ତି। ଅନ୍ୟମାନଙ୍କ ପ୍ରରୋଚନାରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ। ପବ୍ଲିକେଶନ, ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ମୀନମୀନ

ବ୍ୟୟାଧିପତି ଯୁକ୍ତ ଧନାଧିପ ଯୋଗୁ ପରିବାରର ଖର୍ଚ୍ଚ ଭାର ବଢ଼ି ଯିବା ହେତୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ। କ୍ଷତିରେ ଚାଲୁଥିବା ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri