Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୭ ତାରିଖ – Daily Horoscope

ମେଷ
ରାହୁ ଯୁକ୍ତ ଚନ୍ଦ୍ର ମାନସିକ ସ୍ଥିତିକୁ ବିଚଳିତ କରିପାରେ। କୃତ୍ତିକା ନକ୍ଷତ୍ର ସମାଜକଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକକ୍ଷେତ୍ରରେ, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ।
ବୃଷ
ବୃଷ
ଶୁକ୍ର ଯୁକ୍ତ ଚନ୍ଦ୍ର ପ୍ରଭାବରେ ଆଜି ଆନନ୍ଦ ଅନୁଭବ କରିବେ। ମୃଗଶିରାର ମତାନ୍ତରଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ଘରୋଇ କଥାରେ ଆତ୍ମୀୟମାନଙ୍କୁ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ। ପରିବହନ, ପ୍ରଶାସନ ଓ ପ୍ରକାଶନ, ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ।
ମିଥୁନ
ମିଥୁନ
ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। କର୍ମକ୍ଷେତ୍ରରେ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାମ୍ବାଦିକତା କ୍ଷେତ୍ରରେ ଗୌରବାନ୍ବିତ ହେବେ। କଳା, ସାହିତ୍ୟ ଚର୍ଚ୍ଚାରେ ନିଜକୁ ହଜାଇ ଦେଇ ପାରନ୍ତି। ଆରର୍ଦ୍ରା ନକ୍ଷତ୍ର ଆର୍ଥିକ ଅନଟନ ମଧ୍ୟରେ ଚଳିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମଭାବରେ ଚନ୍ଦ୍ର ହେତୁ ଆପଣଙ୍କ ଉଦାର ଭାବନାଯୁକ୍ତ ସୁଚିନ୍ତିତ କାର୍ଯ୍ୟାବଳୀ ପ୍ରତ୍ୟେକଙ୍କ ଦୃଷ୍ଟି ଆକର୍ଷଣ କରିବ। ପରିବାରରେ ସୌହାର୍ଦ୍ଦ୍ୟତା ମଧ୍ୟରେ ଶୁଭକାର୍ଯ୍ୟ ସମ୍ପନ୍ନ କରିବେ। ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ ନୂତନ ଜିନିଷ କିଣିବାକୁ ମନ ବଳାଇପାରନ୍ତି। ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ଜଣେ ଉଚ୍ଚ ପଦାଧିକାରୀଙ୍କ ପରୋକ୍ଷ ସାହାଯ୍ୟରୁ ଦୂରେଇଯିବ। ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନ୍‌ସନ ଦୂର ହେବ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ କୌଣସି ସମସ୍ୟା ସୃଷ୍ଟି କରିପାରନ୍ତି।
କନ୍ୟା
ଅଷ୍ଟମଭାବରେ ପାପଗ୍ରହ ଅବସ୍ଥାନ କରିଥିବାରୁ ଅସ୍ଥିରତା ମଧ୍ୟରେ ଦିନଚର୍ଯ୍ୟା କରିବାକୁ ବାଧ୍ୟ ହେବେ। ବ୍ୟୟବୃଦ୍ଧି, ସନ୍ତାନମାନଙ୍କ ସମସ୍ୟା, ଶତ୍ରୁତା,ବିରୋଧର ସାମନା କରିବା ଦିଗରେ ଚିନ୍ତିତ ରହିବେ। ଆତ୍ମୀୟଙ୍କ ସହଯୋଗରେ ପରିସ୍ଥିତି ହାଲୁକା ହୋଇଯିବା ସୂଚନା ରହିଛି। ତଥାପି କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଅତୀତରେ ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ। ବିଶାଖା ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଅଫିସରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲ କରିବାରେ ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଜ୍ୟେଷ୍ଠା ନକ୍ଷତ୍ରର ବିଭିନ୍ନ ସମସ୍ୟା ମନଟାକୁ ଗୋଳମାଳିଆ କରିଦେଇପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଆତ୍ମୀୟଙ୍କ ତରଫରୁ ସମସ୍ୟା କିମ୍ବା ବିରୋଧ କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। ନୂଆ ସ୍ଥାନ ଦର୍ଶନ, ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ମଜ୍ଜାଇ ରଖିବେ। ଆଧ୍ୟାତ୍ମିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ ଅତିବାହିତ ହେବ। କୌଣସି ଶୁଭ କାମରେ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ମିଷ୍ଟାଳାପ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀଙ୍କ ବିରୋଧାଭାଷର ଆଭାସ ମାନସିକ ଅଶାନ୍ତିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହେବେ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ସଫଳ ହେଲେ ମଧ୍ୟ ସମସ୍ୟା ଲାଗି ରହିବ। କେତେକ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପର୍ଯ୍ୟଟନ, ପରିଭ୍ରମଣ, ଲୋକ ସମ୍ପର୍କ, ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପୂର୍ବଭାଦ୍ରପଦ ନକ୍ଷତ୍ରର ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ଉପକୃତ ହେବେ।
ମୀନମୀନ
ଦକ୍ଷତା ଓ ସମୟାନୁବର୍ତ୍ତିତା ହେତୁ କାର୍ଯକ୍ଷେତ୍ରରୁ ଅର୍ଥ, ସମ୍ମାନ ଓ ସମ୍ବର୍ଦ୍ଧନା ପାଇ ଖୁସି ରହିବେ। କିଛି ଅସୁବିଧା ନ ଥିଲେ ମଧ୍ୟ ଅନ୍ୟମାନଙ୍କ ଅସୁବିଧାକୁ ନେଇ ମନ ଉଦ୍‌ବେଗ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri