Posted inRasifala

ରାଶିଫଳ: ମଙ୍ଗଳବାର, ମେ ୨୭ ତାରିଖ – Daily Horoscope

ମେଷ
ଆଜି ବ୍ୟୟାଧିପ ଧର୍ମସ୍ଥାନକୁ ଦେଖୁଥିବାରୁ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ମନରେ ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହେବାର ସୂଚନା ରହିଛି। କଳା, ସାହିତ୍ୟ, ସଂସ୍କୃତି ଓ ଗବେଷଣା କ୍ଷେତ୍ରରୁ ପ୍ରଶଂସିତ କିମ୍ବା ସମ୍ବର୍ଦ୍ଧିତ ହୋଇପାରନ୍ତି।
ବୃଷ
ବୃଷ
ଶୁକ୍ରଙ୍କ ସୁପ୍ରଭାବରୁ ହସଖୁସିର ବାତାବରଣରେ ବନ୍ଧୁମିଳନଜନିତ ଆନନ୍ଦ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରର ଜଣେ ପଦସ୍ଥ ବ୍ୟକ୍ତିଙ୍କୁ ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ। ପରିବହନ, ପ୍ରଶାସନ ଓ ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ।
ମିଥୁନ
ମିଥୁନ
ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। କିନ୍ତୁ ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାମ୍ବାଦିକତା, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି। ରାଜନୈତିକ ତପତ୍ରତା ପରିବେଶକୁ ସରଗରମ କରିବାର ସୂଚନା ରହିଛି।
କର୍କଟ
କର୍କଟ
ଆପଣଙ୍କ ଉଦାର ଭାବନାଯୁକ୍ତ ସୁଚିନ୍ତିତ କାର୍ଯ୍ୟାବଳୀ ପ୍ରତ୍ୟେକଙ୍କର ଦୃଷ୍ଟି ଆକର୍ଷଣ କରିବ। ଭାଇଙ୍କ ପାରିବାରିକ ସମସ୍ୟା କିମ୍ବା ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁ ଶୋଷଣ କରିବାର ଅପଚେଷ୍ଟା କରିବେ। କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରଭୃତିରେ ପ୍ରତିଯୋଗିତା ମନୋଭାବ ଉପୁଜିବ।
ସି˚ହ
ସି˚ହ
ଆଜି ଅଭାବନୀୟ ଓ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭାଇ, ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‌ କରିପାରନ୍ତି। ବନ୍ଧୁଙ୍କୁ ମନ କଥା କହିବାରେ ପଛେଇ ଯିବା ହେତୁ ପଶ୍ଚାନ୍ତେ ମନସ୍ତାପ କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନଜନିତ ଟେନସନ୍‌ ଦୂର ହେବ।
କନ୍ୟା
ପାରିବାରିକ କ୍ଷେତ୍ରରେ ବ୍ୟୟବୃଦ୍ଧି, ସନ୍ତାନଙ୍କ ସମସ୍ୟା, ଶତ୍ରୁତା, ବନ୍ଧୁଙ୍କ ବିରୋଧର ସାମନା ଯୋଗୁ ଚିନ୍ତିତ ରହିବେ। ବନ୍ଧୁଙ୍କ ସାହାଯ୍ୟରେ ସ୍ଥଗିତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଆମତ୍ୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବନି। ସହକର୍ମୀଙ୍କ ସହ କଳହରୁ ଦୂରେଇ ରୁହନ୍ତୁ।
ତୁଳା
ତୁଳା
ଶୁଭଗ୍ରହ ପ୍ରଭାବରୁ ଆଜିର ଦିନଟି ସବୁ ଦିନ ପାଇଁ ମନେରହିବ। ଯାହା ଆଜି ପର୍ଯ୍ୟନ୍ତ ଖୋଜି ପାଉ ନ ଥିଲେ ତାହା ଆକସ୍ମିକ ଭାବରେ ପାଇ ମନ ଖୁସି ହୋଇଯିବ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ,ଏଣୁ ସତର୍କତାର ସହ କିଛି ମନ୍ତବ୍ୟ ଦେବା ଭଲ। ଅଫିସରେ ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଗୋଳମାଳିଆ କରିଦେଇପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି ।
ଧନୁ
ଧନୁ
ଆମତ୍ୀୟଙ୍କ ତରଫରୁ କୌଣସି ସମସ୍ୟା କିମ୍ବା ବିରୋଧ ଆପଣଙ୍କ କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। ଆଧ୍ୟାମତ୍ିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ ଅତିବାହିତ ହୋଇପାରେ। ସଭାସମିତିରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ପିଲାଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମକର
ମକର
ଦିନଟିରେ ଯେମିତି ଆଶା କରୁଛନ୍ତି ତାହା ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଆପଣଙ୍କ କଥା ଓ କାମର ପ୍ରଶଂସାରେ ଆତ୍ମବିଭୋର ହୋଇପାରନ୍ତି। ସରକାରୀ ସାହାଯ୍ୟ ପାଇବା ସାଙ୍ଗକୁ ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ।
କୁମ୍ଭ
କୁମ୍ଭ
ଯେତେ ଚେଷ୍ଟା କଲେ ମଧ୍ୟ ଆଜି ଆପଣଙ୍କର ଆଶା ଆଶାରେ ହିଁ ରହିଯିବାର ଆଶଙ୍କା ରହିଛି। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାର ଆଶା ରହିଛି। ଦୈହିକ, ମାନସିକ ସ୍ଥିତି ଏକପ୍ରକାର ଭଲ ରହିବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ଇଚ୍ଛା ଓ ଅଭିଳାଷ ପୂରଣ ସକାଶେ ବନ୍ଧୁଙ୍କ ସହଯୋଗ ଅତ୍ୟାବଶ୍ୟକ ମନେକରିପାରନ୍ତି। ସମସ୍ୟା ମଧ୍ୟରେ ପ୍ରାପ୍ୟ ପାଇବେ ଏବଂ କାମ ମଧ୍ୟ ସମ୍ପନ୍ନ କରିପାରିବେ। ତଥାପି ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହେବେ ମାତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?