Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ
ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡ଼ିବ। ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ଘର ଲୋକଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ପ୍ରିୟ ଲୋକଟି ସକାଶେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମାଲିକଙ୍କ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ମିଥୁନ
ମିଥୁନ
ଆତ୍ମୀୟଙ୍କ ସହ ଭୁଲ୍‌ ବୁଝାମଣାରୁ କଳହ ସମ୍ଭାବନା ରହିଛି। ରାଜନୀତି, ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ଅଟକି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ କିମ୍ବା ହଜିଯାଇପାରେ। ଯାତ୍ରା ସମୟରେ ଅନାବଶ୍ୟକ ଖର୍ଚ୍ଚ କରି ଅନୁତାପ କରିପାରନ୍ତି।
କର୍କଟ
କର୍କଟ
ନିଜର ସ୍ବାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ବାଣିଜ୍ୟ,ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ମନ କଥା ମନରେ ମାରି ମନ ଦୁଃଖରେ ରହିପାରନ୍ତି।
ସି˚ହ
ସି˚ହ
କୌଣସି କାମ ସକାଶେ ବାରମ୍ବାର ଅସଫଳତା ହେତୁ ନିଜ ଲୋକମାନଙ୍କ ଉପରୁ ଭରସା ତୁଟି ଯାଇପାରେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ।
କନ୍ୟା
ସୁଚିନ୍ତିତ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲରେ ଅସୁବିଧା ରହିବ ନାହିଁ। ରପ୍ତାନି ବାଣିଜ୍ୟ,ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ। ବନ୍ଧୁଙ୍କ କଥା ଓ କାମକୁ ପ୍ରାଧାନ୍ୟ ଦେଇ ଘର କାମକୁ ଅବହେଳା କରିପାରନ୍ତି। ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବାକୁ ଅନ୍ୟର ସହଯୋଗ ଲୋଡ଼ିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସ୍ଥାନାନ୍ତର ସହ ପରିସ୍ଥିତି ଦୂର ଭ୍ରମଣ ପାଇଁ ସୁଯୋଗ ସୃଷ୍ଟି କରିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଅକାରଣ ଜିଦ୍‌ ମନକୁ ବିଭ୍ରାନ୍ତ କରିପାରେ। ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ସ୍ବର ଉତ୍ତୋଳନ କରିପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ।
ବିଛା
ବିଛା
କୌଣସି ନୂତନ ବନ୍ଧୁତ୍ୱ ସଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିଣା ବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନ କଲେ ଠକାମିରେ ପଡିପାରନ୍ତି। ବୃଥା ସନ୍ଦେହଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
ଧନୁ
ଧନୁ
ପ୍ରିୟ ବନ୍ଧୁଙ୍କର ସାନ୍ନିଧ୍ୟ ଲାଭ କିମ୍ବା ଦର୍ଶନଜନିତ ଆନନ୍ଦ ଅନୁଭବ କରିବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟରେ ଟେନସନ୍‌ କିଛି ମାତ୍ରାରେ କମିଯିବ। ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ।
ମକର
ମକର
କାମ ହାସଲର ଦୀର୍ଘତା ମନକୁ ଭାରାକ୍ରାନ୍ତ କରି ରଖିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍‌ ହେବ ନାହିଁ। ବିବାଦୀୟ ଘଟଣାରେ ବିଜୟୀ ହେବେ ଓ ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ। ଆକସ୍ମିକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେଉଥିବାରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ଯାହା ଓ ଯେପରି ଭାବୁଛନ୍ତି ଶୀଘ୍ର ଆରମ୍ଭ କରନ୍ତୁ, ସଫଳତା ନିଶ୍ଚିତ ମିଳିବ। ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ। ବିବାଦୀୟ ପରିସ୍ଥିତିରେ ମନଭୁଲାଣିଆ କଥା କହି ପରିବେଶକୁ ସ୍ବାଭାବିକ କରିପାରିବେ।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ ଓ ବିଦେଶଯାତ୍ରା, ମାଲିମକଦ୍ଦମା, ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ଶୁଣା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri