Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ
ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡ଼ିବ। ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ଘର ଲୋକଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ପ୍ରିୟ ଲୋକଟି ସକାଶେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମାଲିକଙ୍କ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ମିଥୁନ
ମିଥୁନ
ଆତ୍ମୀୟଙ୍କ ସହ ଭୁଲ୍‌ ବୁଝାମଣାରୁ କଳହ ସମ୍ଭାବନା ରହିଛି। ରାଜନୀତି, ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ଅଟକି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ କିମ୍ବା ହଜିଯାଇପାରେ। ଯାତ୍ରା ସମୟରେ ଅନାବଶ୍ୟକ ଖର୍ଚ୍ଚ କରି ଅନୁତାପ କରିପାରନ୍ତି।
କର୍କଟ
କର୍କଟ
ନିଜର ସ୍ବାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ବାଣିଜ୍ୟ,ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ମନ କଥା ମନରେ ମାରି ମନ ଦୁଃଖରେ ରହିପାରନ୍ତି।
ସି˚ହ
ସି˚ହ
କୌଣସି କାମ ସକାଶେ ବାରମ୍ବାର ଅସଫଳତା ହେତୁ ନିଜ ଲୋକମାନଙ୍କ ଉପରୁ ଭରସା ତୁଟି ଯାଇପାରେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ।
କନ୍ୟା
ସୁଚିନ୍ତିତ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲରେ ଅସୁବିଧା ରହିବ ନାହିଁ। ରପ୍ତାନି ବାଣିଜ୍ୟ,ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ। ବନ୍ଧୁଙ୍କ କଥା ଓ କାମକୁ ପ୍ରାଧାନ୍ୟ ଦେଇ ଘର କାମକୁ ଅବହେଳା କରିପାରନ୍ତି। ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବାକୁ ଅନ୍ୟର ସହଯୋଗ ଲୋଡ଼ିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସ୍ଥାନାନ୍ତର ସହ ପରିସ୍ଥିତି ଦୂର ଭ୍ରମଣ ପାଇଁ ସୁଯୋଗ ସୃଷ୍ଟି କରିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଅକାରଣ ଜିଦ୍‌ ମନକୁ ବିଭ୍ରାନ୍ତ କରିପାରେ। ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ସ୍ବର ଉତ୍ତୋଳନ କରିପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ।
ବିଛା
ବିଛା
କୌଣସି ନୂତନ ବନ୍ଧୁତ୍ୱ ସଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିଣା ବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନ କଲେ ଠକାମିରେ ପଡିପାରନ୍ତି। ବୃଥା ସନ୍ଦେହଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
ଧନୁ
ଧନୁ
ପ୍ରିୟ ବନ୍ଧୁଙ୍କର ସାନ୍ନିଧ୍ୟ ଲାଭ କିମ୍ବା ଦର୍ଶନଜନିତ ଆନନ୍ଦ ଅନୁଭବ କରିବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟରେ ଟେନସନ୍‌ କିଛି ମାତ୍ରାରେ କମିଯିବ। ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ।
ମକର
ମକର
କାମ ହାସଲର ଦୀର୍ଘତା ମନକୁ ଭାରାକ୍ରାନ୍ତ କରି ରଖିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍‌ ହେବ ନାହିଁ। ବିବାଦୀୟ ଘଟଣାରେ ବିଜୟୀ ହେବେ ଓ ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ। ଆକସ୍ମିକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେଉଥିବାରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ଯାହା ଓ ଯେପରି ଭାବୁଛନ୍ତି ଶୀଘ୍ର ଆରମ୍ଭ କରନ୍ତୁ, ସଫଳତା ନିଶ୍ଚିତ ମିଳିବ। ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ। ବିବାଦୀୟ ପରିସ୍ଥିତିରେ ମନଭୁଲାଣିଆ କଥା କହି ପରିବେଶକୁ ସ୍ବାଭାବିକ କରିପାରିବେ।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ ଓ ବିଦେଶଯାତ୍ରା, ମାଲିମକଦ୍ଦମା, ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ଶୁଣା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri