Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ସ୍ବନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିଜନିତ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ ।
ବୃଷ
ବୃଷ
ଆଜି ଏକାଧିକ ଗ୍ରହ କୋଣଭାବସ୍ଥ ହେତୁ ଆଲୋଚନା କ୍ଷେତ୍ରରେ ସହମତି ପ୍ରକାଶ ପାଇ ନ ପାରେ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଆଗାମୀ ରାଜନୈତିକ, ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ସମାଗମସ୍ଥ ସ୍ଥିତିଜନିତ ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବା କଷ୍ଟକର ହେବ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ରାଜନୀତି , ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭକରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଚତୁର୍ଥ କେନ୍ଦ୍ରସ୍ଥ କେତୁଗ୍ରହ ହେତୁ ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା ନ କଲେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । କର୍ମତ୍ରେରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଆମତ୍ବିଭୋର ହୋଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ସି˚ହ
ସି˚ହ
ଭାଗ୍ୟାଧିପ ଦଶମ କେନ୍ଦ୍ରସ୍ଥ ଯୋଗୁ ବିଭିନ୍ନ ସମସ୍ୟା ଭିତରେ ଗତିକରି ମଧ୍ୟ ପଛକୁ ଫେରିବାକୁ ଚିନ୍ତା କରିବେ ନାହିଁ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପୁରୁଣା ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ ।
କନ୍ୟା
ଚନ୍ଦ୍ର ଓ ଶନିଙ୍କ ସ୍ଥାନ ସ୍ଥିତିଜନିତ ସୁପ୍ରଭାବରୁ ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲରେ କଟିବ। ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ।
ତୁଳା
ତୁଳା
କୌଣସି ବନ୍ଧୁଙ୍କୁ ଅନୁରୋଧକରି କାମ ହାସଲ ଚେଷ୍ଟା କରିବେ । ଫେରିଯାଉଥିବା ବନ୍ଧୁ ଲେଉଟି ଆସିବ, ଫଳରେ ନିଜ କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେଲେ ବି ଅନ୍ୟମାନେ ସାହାଯ୍ୟ କରିବେ । ବିଶାଖା ନକ୍ଷତ୍ର ସକାଶେ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଅନୁକୂଳ ଗ୍ରହ ସ୍ଥିତି କାରଣରୁ ଅଟକି ରହିଥିବା କାମ ଆଜି ହୋଇଯିବ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବାକୁ ପ୍ରଯନତ୍କରି ସଫଳ ହେବେ । ପରିବାରର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ପୂର୍ବାଷାଢ଼ା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଏଣୁ ଗାଡ଼ିକୁ ପରଖି ନେବା ଭଲ ହେବ।
ମକର
ମକର
ପାପଗ୍ରହ କବଳିତ ବୁଧ ଓ ଗୁରୁଜନିତ ଆଜି କୌଣସି ବ୍ୟକ୍ତିଠାରୁ ହଠାତ୍‌ କିଛି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରପଦ ନକ୍ଷତ୍ର ଜଗିରଖି ଚଳିବା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅଫିସରେ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ଆଜି ଧନହାନି, ପରିବହନରେ ତର୍କବିତର୍କ ଓ ସାଧାରଣ କଥାରୁ ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି ।
ମୀନମୀନ
ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ। ଉତ୍ତର ଭାଦ୍ରପଦ ନକ୍ଷତ୍ର ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତିବଶତଃ ଧାରକରଜ କରି ଆବଶ୍ୟକତା ଚଳାଇନେବାକୁ ବାଧ୍ୟ ହେବେ । ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri