Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ଆଜି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି। ମଧ୍ୟାହ୍ନାରମ୍‌ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପରିବାରରେ ଜମିଜମା ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। କାମ ହାସଲ ସକାଶେ ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।
ମିଥୁନ
ମିଥୁନ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବା ସହ ସଫଳତାର ସୂଚନା ମଧ୍ୟ ପାଇପାରନ୍ତି। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଆଜି ଦିନଭିତରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ ସ୍ଥିତି, କର୍ମକ୍ଷେତ୍ର, ବ୍ୟବସାୟାଦି ପ୍ରତ୍ୟେକ କାର୍ଯ୍ୟରେ ସନ୍ତୋଷଲାଭ କରିବେ।
କର୍କଟ
କର୍କଟ
ପ୍ରତିବନ୍ଧକ ଓ ପ୍ରତାରଣା ମଧ୍ୟରେ ଆଘାତପ୍ରାପ୍ତ ହୋଇ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ପଦାଧିକାରୀଙ୍କ ବଦାନ୍ୟତାରୁ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ପରିସ୍ଥିତିକୁ ସମ୍ଭାଳିବାକୁ ଯାଇ ମଧୁର ବାକ୍ୟ କହି କାର୍ଯ୍ୟ ହାସଲ କରିନେବେ। ଧୀରପାଣି ପଥର କାଟେ ନୀତିରେ କାମ ହାସଲ ସକାଶେ ଧୈର୍ଯ୍ୟଧାରଣ କରିପାରିଲେ ନିଶ୍ଚୟ ଉପକୃତ ହେବେ। ସଭାସମିତିରେ ଅପ୍ରିୟ ସତକଥା କହି ଅନ୍ୟମାନଙ୍କର ଚକ୍ଷୁଶୂଳ ହେବାକୁ ପଡ଼ିପାରେ।
କନ୍ୟା
ବନ୍ଧୁଙ୍କ ସହ ଆପଣଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ; ଯାହା ଦ୍ୱାରା କାମ ହାସଲ ସହଜ ହୋଇପାରିବ। ସମସ୍ୟାର ସମାଧାନ ହେବାରେ ସମୟକୁ ଅପେକ୍ଷା କରିବାକୁ ପଡ଼ିପାରେ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ରୋଗ, ଋଣ ଓ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
ତୁଳା
ତୁଳା
ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କରି ଭୁଲ୍‌ ମାର୍ଗର ଅନୁସରଣ କରି ପସ୍ତେଇବେ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ଆପଣ ନିରାଶ ମଧ୍ୟ ହେବେ ନାହିଁ।
ବିଛା
ବିଛା
ଅଭିଳଷିତ କାମ, ମାତାଙ୍କ ସ୍ବାସ୍ଥ୍ୟ, ଭ୍ରାତୃ ସମ୍ପର୍କରେ ଉନ୍ନତି ସଙ୍ଗକୁ ବିବାଦୀୟ ଘଟଣାରେ ବିଜୟୀ ହେବେ। ବିଶାଖା ନକ୍ଷତ୍ର ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବନ୍ଧୁ ମାନଙ୍କ ସହ ଆଲୋଚନା କରିପାରନ୍ତି।
ଧନୁ
ଧନୁ
ଆଜିର ପ୍ରତ୍ୟେକ ବିବାଦୀୟ ପରିସ୍ଥିତିରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ମୂଳା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅର୍ଥାଭାବ ଯୋଗୁ ବିଚଳିତ ହେବା ସହ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ମକର
ମକର
ପ୍ରତ୍ୟେକ ପରିସ୍ଥିତିରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଜଣେ ବାନ୍ଧବୀ ଅନୁରକ୍ତି ପ୍ରକାଶ କରି ସାହାଯ୍ୟର ହାତ ବଢାଇ ପାରନ୍ତି। ମାଲିମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆମତ୍ୀୟତା ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ନିଜ ଉପରେ ନ୍ୟସ୍ତ କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବା ହେତୁ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ମଧ୍ୟ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ତଥାପି ପୂର୍ବ ଶତ୍ରୁତାର ମନୋଭାବ ପୋଷଣ କରି କୌଣସି ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି।
ମୀନମୀନ

ଦୀର୍ଘ ସମୟ ସମୀକ୍ଷା ପରେ ଯାଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ସଙ୍ଗକୁ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ପ୍ରମାଣ ବିହୀନ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri