Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ୍‌ ୨୮ ତାରିଖ – Daily Horoscope

ମେଷ
ବାରମ୍ବାର ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ ସାଧାରଣ ଭୁଲ୍‌ ସକାଶେ କୈଫିୟତ୍‌ ଦେବାକୁ ପଡିପାରେ।
ବୃଷ
ବୃଷ
କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ, କିନ୍ତୁ ଲାଭ ପାଇବାରେ ବିଳମ୍ବ ଘଟିବ। ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ।
ମିଥୁନ
ମିଥୁନ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ଅନ୍ୟମାନଙ୍କ ସାହାଯ୍ୟ କାରଣରୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ସମ୍ପର୍କ ହାନି ହୋଇପାରେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, କଳା, ସାହିତ୍ୟ, ଚଳଚ୍ଚିତ ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ
କର୍କଟ
ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିରୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହୋଇ ନ ପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ସି˚ହ
ସି˚ହ
କର୍ମକ୍ଷେତ୍ର ହେଉ କିମ୍ବା ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ,କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର କ୍ରମଶଃ ହ୍ରାସ ପାଇବ। କୃତି ଓ କୃତିତ୍ୱ ହେତୁକ ସାମାଜିକ ସ୍ତରରେ ସମ୍ମାନିତ ହେବେ।
କନ୍ୟା
ଜନ କଲ୍ୟାଣ କାରକ ମଙ୍ଗଳ ଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିବେ।
ତୁଳା
ତୁଳା
ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବାର ଆଶା ରହିଛି। ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଆଗନ୍ତୁକଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ବିବାଦୀୟ ଘଟଣାର ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର ଘଟଣା ସକାଶେ ଟେନସନ୍‌ ବଢିପାରେ। ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିବେ। ମାଲିମକଦ୍ଦମା, ଜମିଜମା, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ ଜିନିଷର କିଣାବିକା କ୍ଷେତ୍ରରେ ସୁଫଳ ପାଇପାରନ୍ତି।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେଲେ ଆପଣଙ୍କ ଉପକାରରେ ଆସିବ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ। ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ବଢିଯାଇପାରେ। ଶ୍ରବଣା ନକ୍ଷତ୍ର ଧାରକରଜ କରି କାମ ତୁଲାଇ ନେବେ। କାଳେ ଦେବାକୁ ପଡିପାରେ, ସେଥିଲାଗି ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ ଏବଂ କିଣିବା ସକାଶେ ବାଧ୍ୟ ହେବେ। ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହ, ଯାହା କି ଅନର୍ଥର କାରଣ ହୋଇପାରେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହା କି ସମସ୍ୟା ବୃଦ୍ଧି କରିବ।
ମୀନମୀନ
ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ପାଖ,ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡି ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri