Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ
ଆପଣଙ୍କ ଅପ୍ରିୟ ମିଶ୍ରିତ ମଧୁର ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ।
ବୃଷ
ବୃଷ
କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ ଓ ପରିବହନରେ କ୍ଷତିର ଆଶଙ୍କା ରହିଛି। ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ।
ମିଥୁନ
ମିଥୁନ
ମନ ବୁଝିଲାଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, କଳା, ସାହିତ୍ୟ, ଚଳଚ୍ଚିତ ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡ଼ିପାରେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହୋଇ ନ ପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିମ୍ବା ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି ଘଟଣାରେ ଭାଙ୍ଗି ପଡ଼ନ୍ତୁ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର କ୍ରମଶଃ ହ୍ରାସ ପାଇବ।
କନ୍ୟା
କାର୍ଯ୍ୟଦକ୍ଷତା ହେତୁ ଆଜିର କର୍ମକ୍ଷେତ୍ରରେ ଆବଶ୍ୟକ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।
ତୁଳା
ତୁଳା
ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ରାଜନୀତି, ସଂଗଠନ,ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବାକୁ ଚେଷ୍ଟା କରିବା ଭଲ । ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌ସନ୍‌ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା, ନିର୍ମାଣ, ମାଙ୍ଗଳିକ କାମ ପ୍ରସ୍ତୁତି କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ । ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିଯାଇପାରେ। କାଳେ ଦେବାକୁ ପଡ଼ିବ ଏହି କଥା ଚିନ୍ତା କରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ବନ୍ଧୁ ଗହଣରେ ପରିହାସ ଯୁକ୍ତ କଥା ସମସ୍ୟା ସୃଷ୍ଟି କରିପାରେ।
କୁମ୍ଭ
କୁମ୍ଭ
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ । ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ । ଦୂରଯାତ୍ରାରେ ଆଶା ପୂରଣ ହେବାର ସମ୍ଭାବନା ରହିଛି ।
ମୀନମୀନ
ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବାକି ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡ଼ାଇ ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri