Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ
ଆଜି ଜନ୍ମ ଚନ୍ଦ୍ର ସଙ୍ଗକୁ ସ୍ବଗୃହୀ ଶନି ହେତୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସରଳୀକୃତ ରହିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ଆଶା ପୂରଣ ହେବାରେ ଜଣେ ପଡ଼ୋଶୀ ସାହାଯ୍ୟ କରିବେ।
ବୃଷ
ବୃଷ
ସ୍ବଗୃହୀ ରବି ଯୋଗୁ କୌଣସି ସ୍ବାସ୍ଥ୍ୟ ଭଲ ରହିବା ସଙ୍ଗକୁ ଘରୋଇ ସମସ୍ୟାର ସମାଧାନ ହୋଇଯିବ। ପ୍ରଶାସନିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ। ସଭାସମିତିରେ ଯୋଗ ଦେଲେ ଲାଭବାନ ହେବେ। ପରିବାରରେ କିନ୍ତୁ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିବେ।
ମିଥୁନ
ମିଥୁନ
ସ୍ବଗୃହୀ ବୁଧ ପ୍ରଭାବରେ ଆଜି ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବୁଦ୍ଧିଜୀବୀଙ୍କ ମେଳରେ ରହି ସାମାଜିକ ସ୍ତରରେ କୌଣସି କାମ ସ୍ଥିରୀକୃତ କରିବେ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବିଶ୍ୱାସ ହେଲା ଭଳି କାମ କରି ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ।
କର୍କଟ
କର୍କଟ
କର୍ମଭାବସ୍ଥ ଚନ୍ଦ୍ର ଦ୍ୱିଜା ନକ୍ଷତ୍ରସ୍ଥ ଯୋଗୁ ଯେଉଁ କାମରେ ହାତ ଦେବାକୁ ଯାଉଛନ୍ତି ତାହା ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରର ପରିସ୍ଥିତିକୁ ସହକର୍ମୀଙ୍କ ସହ ଆଲୋଚନା କ୍ରମେ ସଜାଡି ନେବେ। ଏକ ମାମୁଲି ଘଟଣାରେ ଜଣେ ଅଜଣା ବ୍ୟକ୍ତିଙ୍କ ସହ ଉଚ୍ଚବାଚ ଘଟିପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ସଙ୍ଗକୁ ଶ୍ରମଜନିତ କ୍ଳାନ୍ତିବୋଧ କରିବେ।
ସି˚ହ
ସି˚ହ
ଶନି ଓ ରବିଙ୍କ ଷଡାଷ୍ଟକ ସ୍ଥିତି ଜନିତ ସୁବିଧା ସୁଯୋଗ ପାଇଲେ ମଧ୍ୟ କାମ ହାସଲ କରି ପାରିବେ ନାହିଁ। କୌଣସି କଥାରେ ପାରିବାରିକ କ୍ଷେତ୍ରରେ ତର୍କ ବିତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଘଟିପାରେ। କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ରହିବ।
କନ୍ୟା
ରାଶ୍ୟାଧିପତିଙ୍କ ସବଳତା ଶାରୀରିକ ସୁସ୍ଥତାକୁ ବଢାଇଦେବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଅଂଶୀଦାରଙ୍କ ଅଯଥା ଯୁକ୍ତି କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ। ମାଲିମକଦ୍ଦମାରେ ସ୍ବପକ୍ଷ ସବଳ ରହିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
ତୁଳା
ତୁଳା
ବକ୍ରୀ ବୃହସ୍ପତି ହେତୁ ନିଜ ଲୋକମାନଙ୍କ ବିରୁଦ୍ଧରେ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ପାଖ,ପଡୋଶୀଙ୍କ ସହାୟତାରେ ପାରିବାରିକ ସମସ୍ୟାର ସମାଧାନ କରିବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ କଳହର ଆଶଙ୍କା କରି ମନର ଭାବ ପ୍ରକାଶ କରିପାରିବେ ନାହିଁ। ଏକ ସାମୂହିକ କାର୍ଯ୍ୟକ୍ରମ ମଧ୍ୟରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମସ୍ଥ ଶୁକ୍ର ହେତୁ ସାଂସ୍କୃତିକ ଉସତ୍ବ ନିମନ୍ତେ ପ୍ରସ୍ତୁତ ହେବେ। ଅଧସ୍ତନ କର୍ମଚାରୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
ଧନୁ
ଧନୁ
ଷଷ୍ଠାଧିପ କର୍ମାଧିପ ସହ ଯୁକ୍ତ ହେତୁ ଅଟକି ରହିଥିବା କାମ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ କାମ ନିମନ୍ତେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ବନ୍ଧୁଙ୍କ ଅନାଦର ଯୋଗୁ ମନ ଦୁଃଖ ହୋଇପାରେ। ଅବଶ୍ୟ ପୁରାଣ ପଠନ, ଶାସ୍ତ୍ରାଧ୍ୟୟନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ।
ମକର
ମକର
ଶନିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଅବହେଳାବଶତଃ ସ୍ଥଗିତ କାମକୁ ପୂରାଦମରେ କରିଚାଲିବେ। ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଈର୍ଷାପରାୟଣ ନିଜ ଲୋକମାନେ ଶତ୍ରୁତା ଆଚରଣ କରିବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ଆରମ୍ଭ କରିବାକୁ ମନ ବଳାଇବେ।
କୁମ୍ଭ
କୁମ୍ଭ
ବାଣୀକାର ଅଷ୍ଟମସ୍ଥ ହେତୁ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତାଜନିତ କଟୁକ୍ତିକୁ ସହିପାରିବେ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତ ହୋଇପାରନ୍ତି। ଶତଭିଷା ନକ୍ଷତ୍ର ବନ୍ଧୁଙ୍କ କଥାରେ ହଁ ଭରି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
ମୀନମୀନ
ଦ୍ୱାଦଶସ୍ଥ ଗୁରୁ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ପ୍ରତି ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ପାରିବାରିକ କ୍ଷେତ୍ରର ସମୟ ସୁବିଧା ନେଇ ବନ୍ଧୁଙ୍କୁ ଜଣାଇଲେ ଉପକୃତ ହେବେ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ତଥାପି ସ୍ଥଗିତ କାମକୁ ପୂରା କରିବାକୁ ମନସ୍ଥ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri