Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ସହଜ ଓ ସୁବିଧାରେ କାମ ହାସଲ କରିବେ। ବିବାଦୀୟ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ ଏବଂ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ।
ବୃଷ
ବୃଷ
କେତେକ ସନ୍ଦେହଜନକ କାର୍ଯ୍ୟକୁ ଅବଲୋକନ କରି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଦୀର୍ଘ ଦିନରୁ ଅଟକି ରହିଥିବା ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ। ନିଜ ପରିସରରେ ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଅର୍ଥ ଓ ସମ୍ମାନ ପାଇ ଖୁସି ରହିବା ସହ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବିତର୍କ କାରଣରୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ପରିଜନ ସହ ଯାତ୍ରା କାଳରେ ଅସାବଧାନତାରୁ ଦ୍ରବ୍ୟ ହରଣ ହୋଇପାରେ।
କର୍କଟ
କର୍କଟ
ଆଶା ପୂରଣ ହେବା ସହ ସମସ୍ୟାର ସମାଧାନ ହେତୁ ମାନସିକ ସ୍ଥିରତା ଆସିବ। କିନ୍ତୁ ଅନ୍ୟମାନଙ୍କ କଥାରେ ପଡ଼ି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମସ୍ୟାକୁ ଡାକି ଆଣିବା ପରି ହେବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପଛ କଥା ନ ଭାବି ବର୍ତ୍ତମାନର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସହକର୍ମୀ ମାନଙ୍କ ଶୁଭକାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। ଦୂରଯାତ୍ରା ଯୋଗ ଜୁଟିପାରେ।
କନ୍ୟା
ଅଭାବ ଅନଟନ ଦୂରେଇଯିବ ଏବଂ ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତି ଆଶା ଦେଖିପାରିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ପୁରାତନ ରୋଗ ପୀଡ଼ା ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ। ସଭା ସମିତିରେ, କୌଣସି ସିଦ୍ଧାନ୍ତ ନେବାରେ, ବନ୍ଧୁଙ୍କ ବିଚାର ଆପଣଙ୍କ ସପକ୍ଷରେ ରହିବ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ସହକର୍ମୀମାନଙ୍କ ନିକଟରୁ ନିର୍ଭର ପ୍ରତିଶ୍ରୁତି ଲାଭ କରି ଦୁଶ୍ଚିନ୍ତାର ମାତ୍ରା କମିଯିବ। ସ୍ବାତୀ ନକ୍ଷତ୍ରର ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ଏବଂ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତତା ଅନୁଭବ କରିବେ। ସାମାନ୍ୟ କଥାରେ ଅତ୍ୟଧିକ ଉତ୍ତେଜିତ ହୋଇ ପାରିବାରିକ ଅଶାନ୍ତିକୁ ଆମନ୍ତ୍ରଣ କରିପାରନ୍ତି। ପରିବହନ, ଏଜେନ୍‌ଶିପ୍‌, ହୋଟେଲ, ଷ୍ଟେଶନାରି ଓ ବିଦ୍ୟୁତ୍‌ ବ୍ୟବସାୟରେ ଉନ୍ନତି କରିବେ। ପ୍ରଶାସନିକ ସ୍ତରରେ ଏବଂ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ଧନୁ
ଧନୁ
ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ। ଆକସ୍ମିକ ଭାବରେ ସ୍ଥାନ ପରିବର୍ତ୍ତନ ଯୋଗ ରହିଛି। କର୍ମକ୍ଷେତ୍ରରେ ଦାୟିତ୍ୱବୋଧ ବୃଦ୍ଧି ପାଇବ, ମାତ୍ର ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ପରିବାରରେ କାହାର ଅସୁସ୍ଥତା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ମକର
ମକର
ଆଜି ଆପଣଙ୍କ ସ୍ବାସ୍ଥ୍ୟ ଭଲ ରହିବା ସହିତ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ। ପଡ଼ୋଶୀଙ୍କଠାରୁ ଶୁଭଖବର ପାଇ ଆହ୍ଲାଦିତ ହେବେ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ନ ଦେଲେ ପଛରେ ପସ୍ତାଇବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ କମି କମି ଆସିବା ହେତୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମୀନମୀନ
ସକାଳୁଆ ଯାତ୍ରାରେ କାମ ହାସଲ ହେତୁ ମାନସିକ ଅସ୍ଥିରତା ଦୂର ହେବ। ବନ୍ଧୁମିଳନ ହେତୁକ ଆନନ୍ଦ ଲଭିବେ ଏବଂ ଆର୍ଥିକ ଉନ୍ନତି ପାଇଁ ଧ୍ୟାନ ଦେବେ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri