Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ। ପାରସ୍ପରିକ ଉତ୍ତମ ବୁଝାମଣାଜନିତ ପାରିବାରିକ ଶାନ୍ତି ଅନୁଭବ କରିବେ।
ବୃଷ
ବୃଷ
ଆଜି ଦିନଟିରେ ଆର୍ଥିକ ଦିଗ ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରିପାରିବେ। କିନ୍ତୁ ଅମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ। ସ୍ବାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଳସ୍ୟ ଓ ଅବହେଳାଜନିତ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢ଼ିପାରେ। କେତେକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ହେବେ। ଆକସ୍ମିକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସାୟାହ୍ନେ ବନ୍ଧୁଙ୍କ ନିକଟରୁ ଅର୍ଥ କିମ୍ବା ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କିନ୍ତୁ ହାତକୁ ନେଇଥିବା କାମରେ ଅସଫଳତାଜନିତ ଟେନସନ ହେତୁ ରକ୍ତଚାପ ବଢ଼ିପାରେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କାର୍ଯ୍ୟ ହାସଲ କରିବା ସକାଶେ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି।
ସି˚ହ
ସି˚ହ
ସମସ୍ୟାଜନିତ ଅସ୍ଥିରତା ନିଶ୍ଚିତ ଦୂର ହେବ। ଆଜି ସୁବିଧା ଓ ସହଜରେ କାମ ହାସଲ କରିବେ। ତଥାପି ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ଲକ୍ଷ୍ୟସାଧନ ଉଦ୍ଦେଶ୍ୟରେ ଆଜିର ଫେରିବା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ପାଇବେ। ଆକସ୍ମିକ ଭାବେ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ପ୍ରବାସୀମାନେ ପରିବାରକୁ ମନେ ପକାଇ ନିଃସଙ୍ଗତା ବୋଧ କରିପାରନ୍ତି।
ତୁଳା
ତୁଳା
ଆପଣ ପ୍ରତ୍ୟେକ କ୍ଷେତ୍ରରେ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍‌ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁଙ୍କ ସାମ୍ନାରେ ମନର କଥାଟିକୁ ପ୍ରକାଶ କରିପାରିବେ ନାହିଁ।
ବିଛା
ବିଛା
ପୂର୍ବପରିକଳ୍ପିତ ଯୋଜନାଗୁଡ଼ିକ ବିଗିଡ଼ି ଯିବାରୁ ମନ ଦୁଃଖ ହୋଇପାରେ। ପରିବାରରେ ବାରମ୍ବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ହେଉଥିବା ଯୋଗୁ ମନ ଅଶାନ୍ତ ରହିବ। ଦୀର୍ଘଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ଧନୁ
ଧନୁ
ଅପରିଣାମଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ। କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। ଅଫିସରେ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ମକର
ମକର
ଆକସ୍ମିକଭାବରେ ଥଣ୍ଡାଜନିତ ସ୍ବାସ୍ଥ୍ୟ ସମସ୍ୟା ବଢ଼ିଯାଇପାରେ। ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ରଖି ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି। ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ,ଫଳରେ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ। ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। କ୍ରନିକ୍‌ ରୋଗ ପୀଡ଼ା ଯୋଗୁଁ ମନ ବିଚଳିତ ହୋଇପାରେ।
ମୀନମୀନ
ହାତକୁ ନେଇଥିବା କାମଗୁଡ଼ିକ ସୁବିଧାରେ ହାସଲ କରିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ। ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ। ପଡ଼ୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri