Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଦ୍ୱିଜା ନକ୍ଷତ୍ର ବ୍ୟକ୍ତିବିଶେଷଙ୍କର ପରିବହନରେ ସମସ୍ୟା ଦୂର ହେବ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ।
ବୃଷ
ବୃଷ
ଆଜି ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ। କିନ୍ତୁ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ମୃଗଶିରା ସକାଶେ କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇ ପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥାକହି କୌଣସି ନୂତନ କାମ ଆରମ୍ଭ କରି ଖୁସି ରହିବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢ଼ିପାରେ। କେତେକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ରହିପାରନ୍ତି। ଆକସ୍ମିକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। କାର୍ଯ୍ୟ ହାସଲ କରିବା ସକାଶେ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ, କିନ୍ତୁ କ୍ଷତି ମଧ୍ୟ ହେବନି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଲକ୍ଷ୍ୟସାଧନ ଉଦ୍ଦେଶ୍ୟରେ ଆଜିର ଫେରିବା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ହସ୍ତା ନକ୍ଷତ୍ର ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ପାଇବେ। ପ୍ରବାସୀମାନେ ପରିବାରକୁ ମନେ ପକାଇ ନିଃସଙ୍ଗତା ବୋଧ କରିପାରନ୍ତି। ସମସ୍ୟା ମଧ୍ୟରେ ସମୟ ଅତିବାହିତ କରିବେ।
ତୁଳା
ତୁଳା
ଆପଣ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍‌ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ଚିତ୍ରା ନକ୍ଷତ୍ର ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁଙ୍କ ସାମ୍ନାରେ ମନର କଥାଟିକୁ ପ୍ରକାଶ କରିପାରିବେ ନାହିଁ।
ବିଛା
ବିଛା
ପୂର୍ବପରିକଳ୍ପିତ ଯୋଜନାଗୁଡ଼ିକ ବିଗିଡ଼ି ଯିବାରୁ ମନ ଦୁଃଖ ହୋଇପାରେ। ବାରମ୍ବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ହେଉଥିବା ଯୋଗୁ ମନ ଅଶାନ୍ତ ରହିବ। ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ଧନୁ
ଧନୁ
ଅପରିଣାମଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ। କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ମକର
ମକର
ଆକସ୍ମିକଭାବରେ ଥଣ୍ଡାଜନିତ ସ୍ବାସ୍ଥ୍ୟ ସମସ୍ୟା ବଢ଼ିଯାଇପାରେ। ଘରୋଇ କ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ,ଫଳରେ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଶ୍ରବଣା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ। ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ରର କ୍ରନିକ୍‌ ରୋଗ ପୀଡ଼ା ଯୋଗୁ ମନ ବିଚଳିତ ହୋଇପାରେ।
ମୀନମୀନ
ହାତକୁ ନେଇଥିବା କାମଗୁଡ଼ିକ ସୁବିଧାରେ ହାସଲ କରିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ। ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ। ରେବତୀ ନକ୍ଷତ୍ର ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?