Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ବୃହସ୍ପତିଙ୍କ ନକ୍ଷତ୍ରରେ ଅବସ୍ଥାନ କରି ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣରେ ସହାୟକ ହେବେ। ହିତୈଷୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କର୍ମକ୍ଷେତ୍ର ଓ ପାରିବାରିକ ବ୍ୟତିକ୍ରମର ସମସ୍ୟାକୁ ସୁଧାରି ନେବେ। ଶାରୀରିକ ଓ ମାନସିକ ସୁସ୍ଥତା ପୂର୍ବଭଳି ଅକ୍ଷୁଣ୍ଣ ରହିବ।
ବୃଷ
ବୃଷ
ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ସ୍ଥିତିଜନିତ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସକାଶେ ଅନୁତାପ କରିବେ। ସ୍ବାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ନିଜ ରାଶିରେ ଚନ୍ଦ୍ର ଅବସ୍ଥାନ ହେତୁ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ନୂତନ କାମ ଆରମ୍ଭ କରି ଖୁସି ରହିବେ। ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ରହିପାରନ୍ତି। ଆକସ୍ମିକ ଭାବରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ପାରିବାରିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ସମସ୍ୟାଗ୍ରସ୍ତ ହୋଇ ପାରନ୍ତି।
କର୍କଟ
କର୍କଟ
ସ୍ବଗୃହାଭିମୁଖୀ ରାଶ୍ୟାଧିପତି ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବ ଏବଂ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କିନ୍ତୁ କେତେକ କ୍ଷେତ୍ରରେ ଅସଫଳତା ଅତ୍ୟଧିକ ଟେନ୍‌ସନ ହେତୁ ରକ୍ତଚାପ ମଧ୍ୟ ବଢ଼ିପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ। ବହୁତ ଦିନରୁ ଅଟକି ରହିଥିବା କାର୍ଯ୍ୟ ହାସଲର ସୁଯୋଗ ପାଇବେ।
ସି˚ହ
ସି˚ହ
ରବି ଓ ବୁଧ ସହ ମଙ୍ଗଳଙ୍କ ଏକତ୍ରାବସ୍ଥାନ କାରଣରୁ ଅସ୍ଥିରତା ନିଶ୍ଚିତ ଦୂରୀଭୂତ ହୋଇଯିବ। ତଥାପି ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
କନ୍ୟା
ଚନ୍ଦ୍ର ଏବଂ ବୁଧଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ପାଇବେ। ପରିସ୍ଥିିତିବଶତଃ ଆକସ୍ମିକ ଭାବେ ବହୁତ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହୋଇପାରନ୍ତି। ପ୍ରବାସୀମାନେ ପରିବାରକୁ ମନେପକାଇ ନିଃସଙ୍ଗତା ବୋଧ କରିବେ।
ତୁଳା
ତୁଳା
ଶୁକ୍ର ଓ ଚନ୍ଦ୍ରଙ୍କ ପାରସ୍ପରିକ ଦୃଷ୍ଟିଜନିତ ଭାବପ୍ରବଣତା ବୃଦ୍ଧି ପାଇବ। ଅନୁକୂଳ ସମୟକୁ ଅପେକ୍ଷା କଲେ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍‌ ସେପରି ହିଁ ହୋଇପାରିବ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ବିଛା
ବିଛା
ମୁଖ୍ୟଭାବରେ ବୁଧ ଓ ମଙ୍ଗଳ ହେତୁ କଠୋର ବାକ୍ୟାଳାପ ଦ୍ୱାରା ପୂର୍ବ ପରିକଳ୍ପିତ ଯୋଜନା ବିଗିଡ଼ି ଯାଇପାରେ। ଠିକ୍‌ ସମୟରେ ଯାହା ଆଶା କରୁଥିବେ ତାହା ପାଇବେ ନାହିଁ, କିନ୍ତୁ ପରବର୍ତ୍ତୀ ସମୟରେ ପାଇଲେ ମଧ୍ୟ ଖୁସି ହୋଇ ପାରିବେ ନାହିଁ। ବାରମ୍ବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିବ।
ଧନୁ
ଧନୁ
କର୍ମାଧିପତିଙ୍କ ସହ ସପ୍ତମାଧିପତିଙ୍କ ସଂଯୋଗ ଯାତ୍ରା, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟାଇବ। ଅପରିଣାମଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ସକାଶେ ଚେଷ୍ଟା କରିପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ପଛରେ ନାନାଦି କଥା କହିପାରନ୍ତି।
ମକର
ମକର
ରାଶି ପ୍ରଭାବରେ ଆକସ୍ମିକ ଥଣ୍ଡାଜନିତ ସ୍ବାସ୍ଥ୍ୟ ସମସ୍ୟା ବଢ଼ିଯାଇପାରେ। ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ରଖି ସୌଜନ୍ୟମୂଳକ ସାକ୍ଷାତ୍‌ ଆଲୋଚନା କରିପାରନ୍ତି। ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ, ଫଳରେ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅବଶ୍ୟ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ବିଭିନ୍ନ ସମସ୍ୟା ଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ରରେ ସୁଯୋଗ ଆପଣାଛାଏଁ ଆସିବ ଓ କାମ ସମ୍ପନ୍ନ ହେବ।
ମୀନମୀନ

ବୃହସ୍ପତିଙ୍କ ସୁପ୍ରଭାବରୁ ହାତକୁ ନେଇଥିବା କାମଗୁଡ଼ିକ ସୁବିଧାରେ ହାସଲ କରିପାରିବେ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇବା ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ପାଖ ପଡ଼ୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri